ପାନୀୟ ଜଳ ସମସ୍ୟା: ଶୁଣ୍ଢିଝୋଲାବାସୀଙ୍କୁ ଚୁଆପାଣି ଭରସା

ନୂଆଗାଁ,୧୬।୪ (ଡି.ଏନ.ଏ.): ଲୋକଙ୍କ ସମସ୍ୟା ଦୂର କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହାପରେ ବି ପାନୀୟ ଜଳ ସମସ୍ୟାର ସମାଧାନ ହୋଇପାରିନାହିଁ। ପ୍ରତି ଗାଁକୁ କିଭଳି ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ସେଥିପାଇଁ ସରକାର ଗୁରୁତ୍ୱାରୋପ କରଛନ୍ତି। ଏଥିପାଇଁ ଅନେକ କୋଟି ଟଙ୍କା ଖର୍ଚ୍ଚ କରାଯାଇ ପ୍ରକଳ୍ପ ନିର୍ମାଣ କରାଯାଉଛି। ହେଲେ କେତେଜଣ ଅଧିକାରୀ ଓ କର୍ମଚାରୀଙ୍କ ଖାମଖିଆଲ ନୀତି ଯୋଗୁ ତାର ସଫଳତା ଲୋକେ ପାଇ ପାରୁ ନ ଥିବା ଅଭିଯୋଗ ହୋଇଛି।
୨୦୧୭ ପଞ୍ଚାୟତ ନିର୍ବାଚନ ପରେ ପ୍ରଥମେ ପାନୀୟ ଜଳ ଯୋଗାଣ ସମସ୍ୟାକୁ ଦୂର କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ତେଣୁ ଅର୍ଥ ବ୍ୟୟ କରି ବିଭିନ୍ନ ସ୍ଥାନରେ ଜଳ ପ୍ରକଳ୍ପମାନ ନିର୍ମାଣ କରାଗଲା । ପ୍ରକଳ୍ପ ନିର୍ମାଣରେ ବିଭାଗୀୟ ଅଧିକାରୀ ଯନ୍ତ୍ରୀ ଓ ଠିକାଦାର ଲାଭବାନ ହେଲେ କିନ୍ତୁ ଜନ ସାଧାରଣଙ୍କୁ କୌଣସି ସୁଫଳ ମିଳିଲା ନାହିଁ। ପ୍ରକଳ୍ପ ନିର୍ମାଣ କରାଗଲା ହେଲେ ସେହି ପ୍ରକଳ୍ପଗୁଡିକୁ କାର୍ଯ୍ୟକ୍ଷମ କରାଗଲା ନାହିଁ । ପୂର୍ବପରି ପାନୀୟ ଜଳ ଅଭାବରୁ ନଦୀର ଚୂଆ ପାଣିକୁ ଭରସା କରୁଛନ୍ତି ଲୋକେ। ଏପରି ସମସ୍ୟା ଦେଖିବାକୁ ମିଳିଛି ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିଙ୍ଗାରପଲୀ ପଞ୍ଚାୟତର ଶୁଣ୍ଢିଝୋଲା ଗ୍ରାମରେ।
ସିଙ୍ଗାରପଲି ଶୁଣ୍ଢିଝୋଲା ଗ୍ରାମରେ ବାସ କରୁଥିବା ୫ ଶହ ପରିବାରଙ୍କ ବ୍ୟବହାର ପାଇଁ ୩ ନଳକୂପ ଖନନ କରାଯାଇଛି । କିନ୍ତୁ ଗ୍ରାମବାସୀଙ୍କ କହିବା ଅନୁଯାୟୀ ସେହି ୩ ନଳକୂପ ଜଳ ସମ୍ପୂର୍ଣ୍ଣ ବ୍ୟବହାର ଅନୁପଯୋଗୀ । ତେଣୁ ମହିଳାମାନେ ପ୍ରତିଦିନ ନିକଟସ୍ଥ ନଦୀରେ ଚୂଆ ଖୋଳି ସେଥିରୁ ପାଣି ଆଣି ବ୍ୟବହାର କରୁଛନ୍ତି। ବର୍ଷସାରା ସେମାନେ ଚୂଆ ପାଣିକୁ ଭରସା କରି ଚଳି ଆସୁଛନ୍ତି। ଏ ନେଇ ବାରମ୍ବାର ଅଭିଯୋଗ ହେବା ପରେ ଉପରୋକ୍ତ ଗାଁରେ ଏକ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ ପାଇଁ ସ୍ଥିର ହୋଇଥିଲା। ଟେଣ୍ଡର ମାଧ୍ୟମରେ ଠିକାଦାଙ୍କୁ କାମ ଦିଆଯାଇଥିଲା । ୪୫ ଲକ୍ଷ ଟଙ୍କା ବ୍ୟୟରେ ପାଣିଟାଙ୍କି ନିର୍ମାଣ କାର୍ଯ୍ୟ ଶେଷ ହେବାର ୩ ବର୍ଷ ବିତି ଯାଇଥିଲେ ମଧ୍ୟ ଅଦ୍ୟାବଧି ତାହା କାର୍ଯ୍ୟକ୍ଷମ ହେଉ ନାହିଁ । ଫଳରେ ଲୋକମାନେ ପୂର୍ବଭଳି ଦୁର୍ଦ୍ଦଶା ଭୋଗୁଛନ୍ତି । ଏ ନେଇ ତିନି ବର୍ଷ ହେଲା ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନାହାନ୍ତି କିମ୍ବା ପାନୀୟ ଜଳ ଯୋଗାଇ ଦେବାର ବ୍ୟବସ୍ଥା ହେଉନାହିଁ। ନୂଆଗାଁ ବିଡିଓ ସଚ୍ଚିଦାନନ୍ଦ ମିଶ୍ରଙ୍କୁ ଅବଗତ କରାଇବାରେ ସେ ତୁରନ୍ତ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କୁ ଡାକି ସମସ୍ୟା ବିଷୟରେ ବୁଝିବା ସହ ଗ୍ରାମବାସୀଙ୍କୁ ଶୀଘ୍ର ପାନୀୟ ଜଳ ଯୋଗାଇ ଦେବାର ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri