ସମାଧାନ ହେବ ଜମି କିଣାବିକା ସମସ୍ୟା

ଭୁବନେଶ୍ୱର,୪।୬: ବିଗତ କିଛି ମାସ ହେବ ରାଜ୍ୟରେ ଜମି କିଣାବିକା ଓ ଆପାର୍ଟମେଣ୍ଟ ମାଲିକାନାକୁ ନେଇ ସବୁସ୍ତରରେ ସମସ୍ୟା ସୃଷ୍ଟି ହୋଇଥିଲା। ଫଳରେ କୋଟି କୋଟି ଟଙ୍କାର ପରୋକ୍ଷ ଓ ପ୍ରତ୍ୟକ୍ଷ ଟିକସ ସବୁ ବର୍ଗ ହରାଉଥିଲେ। ସମସ୍ୟାର ଗୁରୁତ୍ୱକୁ ନଜରରେ ରଖି ରାଜ୍ୟ ସରକାର ଏହାର ସମାଧାନ ବାହାର କରିଛନ୍ତି। ଏପରିକି ନିକଟରେ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଅଧ୍ୟାଦେଶ-୨୦୨୩ କୁ ରିଅଲ ଇଷ୍ଟେଟ୍‌ ଶିଳ୍ପସଂସ୍ଥା କ୍ରେଡାଇ ଓଡ଼ିଶା ଶାଖା ପକ୍ଷରୁ ସମର୍ଥନ କରାଯାଇଛି। ଏହି ପରିପ୍ରେକ୍ଷୀରେ କ୍ରେଡାଇ ଓଡ଼ିଶା ଶାଖା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରାଯାଇ ଅର୍ଡିନାସ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଉକ୍ତ ଅଧ୍ୟାଦେଶରେ ରେରା ନିୟମକୁ ଠିକ୍‌ ଭାବେ ପାଳନ କରାଯାଇଥିବ ବୋଲି କ୍ରେଡାଇ ଶାଖା ପକ୍ଷରୁ ଆଶା ପ୍ରକଟ କରାଯାଇଛି। ସେହିଭଳି ଏହାଦ୍ୱାର ଆପାର୍ଟମେଣ୍ଟ କିଣାବିକା ସହ ସାଧାରଣ ଅଞ୍ଚଳକୁ ଆବାସିକା ସଂଘଗୁଡିକୁ ହସ୍ତାନ୍ତର କରିବା ଲାଗି ଏକ ପ୍ରକାର ବାଟ ଖୋଲିବ ବୋଲି ଶାଖା ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ରାଜ୍ୟର ରିଅଲ ଇଷ୍ଟେଟ୍‌ କ୍ଷେତ୍ରରେ ଉନ୍ନତି ଆଣିବା ଲାଗି ସରକାରଙ୍କ ଉଦ୍ୟମକୁ ଏହା ବେଶ୍‌ ସହାୟକ ହୋଇଥିବା ବେଳେ ରିଅଲ ଇଷ୍ଟେଟ୍‌ କ୍ଷେତ୍ରର ସନ୍ତୁଳିତ ଅଭିବୃଦ୍ଧି ଲାଗି ଏହି ଅଧ୍ୟାଦେଶ ଏକ ମାଇଲଖୁଣ୍ଟ ସଦୃଶ ହେବ ବୋଲି କ୍ରେଡାଇ ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ କ୍ରେଡାଇ ଓଡ଼ିଶାର ଅଧ୍ୟକ୍ଷ ଡି.ଏସ୍‌.ତ୍ରିପାଠୀ, ସଭାପତି ସ୍ବଦେଶ କୁମାର ରାଉତରାୟ, ଉପସଭାପତି ଉମେଶ ଖଣ୍ଡେଲଓ୍ବାଲ, ନବୀନ କାଣ୍ଡୋଇ,ଉମାଶଙ୍କର ପାଣିଗ୍ରାହୀ,ସମ୍ପାଦକ ଅନିଲ କୁମାର ଅଗ୍ରଓ୍ବାଲ, କୋଷାଧ୍ୟକ୍ଷ ବିଭୁଚନ୍ଦନ ଜେନା, କ୍ରେଡାଇ କଟକର ସଭାପତି ପି.ଆର୍‌. ମହାରଣା,କ୍ରେଡାଇ ଭୁବନେଶ୍ୱର କୋଷାଧ୍ୟକ୍ଷ ସୂର୍ଯ୍ୟକାନ୍ତ ବେହେରା ଓ କ୍ରେଡାଇ ଇଷ୍ଟ ଜୋନ୍‌ର ସଂଯୋଜିକା ସୋଫିଆ ଫିର୍ଦୋସ୍‌ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri