ଧାନବିକ୍ରି ସମସ୍ୟା ଅସମାହିତ, ଆନ୍ଦୋଳନ ତୀବ୍ର: ପାକ୍ସ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ବରଗଡ଼/ଭେଡ଼େନ,୧୨।୩(ପ୍ରେମାନନ୍ଦ ଖମାରୀ/ହୃଷୀକେଶ ଖମାରୀ):ବରଗଡ଼ ଜିଲାରେ ରବି ଧାନ କିଣାବିକା ପାଇଁ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ଖରିଫ୍‌ରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି। କେବଳ ସେତିକି ନୁହେଁ, ଖରିଫ୍‌ ଧାନବିକ୍ରି ପାଇଁ ବହୁଚାଷୀ ପଞ୍ଜୀକୃତ ହୋଇପାରି ନଥିବା ବେଳ ଅନେକ ଚାଷୀଙ୍କ ପାଖକୁ ଧାନବିକ୍ରି ଟୋକନ ଏପର୍ଯ୍ୟନ୍ତ ପହଞ୍ଚି ପାରି ନାହିଁ। ଧାନବିକ୍ରିରେ ଏଭଳି ଅବ୍ୟବସ୍ଥାକୁ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାନଗଦା କରି ଚାଷୀଙ୍କ ଧାରଣା ଜାରି ରହିଥିବାବେଳେ ଦିନକୁ ଦିନ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ଧାନବିକ୍ରି ଟୋକନ ପାଇ ନଥିବାରୁ ବୁଧବାର ଭେଡ଼େନ ବ୍ଲକ ଅନ୍ତର୍ଗତ ଲୁପୁରସିଂହା ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ)ରେ ସ୍ଥାନୀୟ ଜଣେ ଚାଷୀ ପ୍ରକାଶ ଚାନ୍ଦା ତାଲା ମାରି ଦେଇଛନ୍ତି।
ସୂଚନା ଅନୁଯାୟୀ, ସମ୍ପୃକ୍ତ ଚାଷୀ ଗତ ଖରିଫ୍‌ରେ ପ୍ରାୟ ୧୦ ଏକର ଜମିରେ ଧାନଚାଷ କରିଥିଲେ। ସେଥିରେ ନିଜର ଜମି ସହିତ ଭାଗଚାଷ ଜମି ମଧ୍ୟ ରହିଛି। ତେବେ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳି ନଥିବାରୁ ସେ ଧାନବିକ୍ରି କରି ପାରି ନାହାନ୍ତି। ଅନ୍ୟପଟେ ସେ ଅସୁସ୍ଥ ଥିବା ଯୋଗୁ ଧାର, କରଜ କରି ଚିକିତ୍ସିତ ହୋଇଥିଲେ। ସେହିପରି ପରିବାର ଗୁଜୁରାଣ ମେଣ୍ଟାଇବା ମଧ୍ୟ କଷ୍ଟସାଧ୍ୟ ହୋଇ ପଡ଼ିଛି ବୋଲି ଚାଷୀ ପ୍ରକାଶ କହିଛନ୍ତି।
ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଗୁହାରି କରିବା ସତ୍ତ୍ୱେ କିଛି ସୁଫଳ ମିଳି ନଥିଲା। ଫଳରେ ସେ ପାକ୍ସ କାର୍ଯ୍ୟାଳୟରେ ତାଲା ମାରିବାକୁ ବାଧ୍ୟ ହୋଇଛନ୍ତି ବୋଲି ପ୍ରକାଶ କହିଛନ୍ତି। ତେବେ କେବଳ ପ୍ରକାଶ ନୁହଁନ୍ତି, ଭେଡ଼େନ ବ୍ଲକର ଲୁପୁରସିଂହା, ଖାଉପାଲି, ବକଟି, ସହରାଟିକ୍ରା, ଦେହେରୀପାଲି, ବହଲପାଲି, ତାଲମେଣ୍ଡା, ଦେକୁଲବା ଆଦି ଅଞ୍ଚଳର ଅନେକ ଚାଷୀ ଧାନବିକ୍ରି ଟୋକନ ପାଇ ନଥିବାରୁ ଏପର୍ଯ୍ୟନ୍ତ ଖରିଫ୍‌ରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି। ଏହାକୁ ନେଇ ଚାଷୀ ଅସନ୍ତୋଷ ତେଜିବାରେ ଲାଗିଛି। ସଂଯୁକ୍ତ କୃଷକ ସଙ୍ଗଠନ ନେତୃତ୍ୱରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଥିବା ଧାରଣାରେ ବୁଧବାର ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ର, କଳାକାର ଦେହେରୀ, ବିଜୁ ସାହୁ, ଝସକେତନ ସାହୁ, ଯାଦବ ସାହୁ, ଦିପକ ବଢ଼େଇ, ପୂର୍ଣ୍ଣ ସାହୁ, ଆମ ଆଦମୀ ପାର୍ଟିର ଶାହରୁଖ ଲୋଧିଆ, ଓଡ଼ିଶା ରାଜ୍ୟ କୃଷକ ସଂଗଠନ, ଅତାବିରାର ଚାଷୀନେତା ଟିକେଲାଲ ମିଶ୍ର, ସୁବାଷ ବିଶ୍ୱାଳ, ବାରପାହାଡ଼ କୃଷକ ସଂଗଠନର ଈଶାନ୍ତ ଭୋଇ, ରୋହିତ ଖମାରୀ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?