ଡିସେମ୍ବର ୨୮ରୁ ପ୍ରକ୍ରିୟା ଆରମ୍ଭ: ୬.୭୬ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ

ପୁରୀ ଅଫିସ,୨୦।୧୧: ପୁରୀ ଜିଲା ଚାଷୀଙ୍କଠାରୁ କିପରି ସୁରୁଖୁରୁରେ ଖରିଫ ଧାନ ସଂଗ୍ରହ କରାଯିବ ସେ ନେଇ ବୁଧବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁଗୁଲ୍‌ ମିଟ୍‌ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା କରିଥିଲେ। କୌଣସି ପରିସ୍ଥିତିରେ ଚାଷୀମାନେ ଯେପରି ଧାନ ବିକ୍ରି ନେଇ ସମସ୍ୟାରେ ନ ପଡ଼ନ୍ତି ସେଥିପ୍ରତି ଗୁରୁତ୍ୱ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।
ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ଆସନ୍ତା ଡିସେମ୍ବର ୨୮ ତାରିଖରୁ ପୁରୀ ଜିଲାର ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯିବ। ଏହା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ। ୧୯୦ ସମବାୟ ସମିତି ଜରିଆରେ ଧାନ ସଂଗ୍ରହ ହେବ। ଧାନ ବିକ୍ରି କରିବା ଲାଗି ୫୫,୬୫୧ ଜଣ ଚାଷୀନାମ ପଞ୍ଜୀକରଣ କରିଛନ୍ତି। ୨୦୨୦-୨୧ରେ ପ୍ରଥମ ପର୍ଯ୍ୟାୟରେ ୬,୭୬,୪୭୦ କୁଇଣ୍ଟାଲ ଖରିଫ ଧାନ ସଂଗ୍ରହ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଜିଲା ଯୋଗାଣ ଅଧିକାରୀ ଅମର ମହାପାତ୍ର କହିଛନ୍ତି। ମଣ୍ଡିରେ ଚାଷୀମାନେ ଧାବି ବିକ୍ରି ସମୟରେ ଯେପରି କୌଣସି ପ୍ରକାର ଅସୁବିଧାରେ ନ ପଡ଼ନ୍ତି ତାହା ଉପରେ ଗୁରୁତ୍ୱ ଦିଆଯିବ। ଟୋକନ ବ୍ୟବସ୍ଥାକୁ ବ୍ୟବସ୍ଥିତ ଏବଂ ଧାନ ବିକ୍ରି ଅର୍ଥ ତୁରନ୍ତ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଦାନ କରାଯିବ। ଏହି ବୈଠକରେ ମନ୍ତ୍ରୀ ତୁଷାରକାନ୍ତି ବେହେରା, ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଉପଜିଲାପାଳ ଭବତାରଣ ସାହୁଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଅଂଶଗ୍ରହଣ କରିଥିଲେ। ସୂଚନାଥାଉ କି, ୨୦୧୯-୨୦ ବର୍ଷରେ ଚାଷୀଙ୍କଠାରୁ ୧୮୩ଟି ସମବାୟ ସମିତି ମାଧ୍ୟମରେ ୧୪,୭୯,୪୪୩ କୁଇଣ୍ଟାଲ ରବି ଓ ଖରିଫ ଧାନ ସଂଗ୍ରହ କରାଯାଇଥିଲା । ୫୩,୧୭୭ ଜଣ ଚାଷୀ ଧାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri