ସିଲାବସ୍‌ ହ୍ରାସ ପାଇଁ ପ୍ରକ୍ରିୟା ଶେଷ

ଭୁବନେଶ୍ୱର,୨୪ା୮(ବ୍ୟୁରୋ): କରୋନା ସଙ୍କଟ ପାଇଁ ପିଲାଙ୍କ ପାଠପଢ଼ା ବୋଝକୁ ହାଲୁକା କରାଯିବ। ୨୦୨୦-୨୦୨୧ ଶିକ୍ଷାବର୍ଷ ପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମ ହ୍ରାସ କରାଯିବ। ଏ ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ଆସନ୍ତା ଏକ ସପ୍ତାହ ମଧ୍ୟରେ ନୂତନ ସିଲାବସ୍‌ ପ୍ରକାଶ ପାଇବ ବୋଲି ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।
ସେ କହିଛନ୍ତି, ଖୁବ୍‌ଶୀଘ୍ର ସିଲାବସ୍‌ ହ୍ରାସକୁ ନେଇ ଛାତ୍ରୀଛାତ୍ରଙ୍କ ଦ୍ୱନ୍ଦ୍ୱ
ଦୂର ହେବ। ସିଲାବସ୍‌ ସମ୍ପର୍କରେ ବିଭାଗୀୟ ସଚିବଙ୍କ ଦ୍ୱାରା ଯାଞ୍ଚ ଚାଲିଛି। ଇତିମଧ୍ୟରେ ବିଶେଷଜ୍ଞ କମିଟି ରିପୋର୍ଟ ଦେଇଛି। ତେବେ କେତେ ପ୍ରତିଶତ ସିଲାବସ୍‌ କମିବ, ଏଯାଏ ନିଷ୍ପତ୍ତି ହୋଇନାହିଁ। ସିବିଏସ୍‌ଇ ସିଲାବସ୍‌ କାଟିବା ପରେ କିଛି ବିଷୟକୁ ନେଇ ଦ୍ୱନ୍ଦ୍ୱ ଥିଲା। ତାହା ଉପରେ ନଜର ରଖାଯାଇଛି। କେତେ ପ୍ରତିଶତ ସିଲାବସ୍‌ କମିବ, ତାହା ସ୍କୁଲ ଖୋଲିବା ଉପରେ ନିର୍ଭର କରୁଛି ବୋଲି ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ସିବିଏସ୍‌ଇ
ବୋର୍ଡ ୩୦% ସିଲାବସ୍‌ କମାଇଥିବାବେଳେ ସିଆଇଏସ୍‌ସିଇ ବୋର୍ଡ ୨୫% କମାଇଛି। ଏହାକୁ ଆଧାର କରି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମଧ୍ୟ ସମସ୍ତ ୧୨ଟି ଶ୍ରେଣୀର ପାଠ୍ୟକ୍ରମରେ ୩୦% କମାଇବାକୁ ସ୍ଥିର କରିଛି। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମ ହ୍ରାସ ପାଇଁ ୩ଟି ବୋର୍ଡ (ପରିଷଦ)କୁ ଦାୟିତ୍ୱ ଦିଆଯାଇଥିଲା। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏସ୍‌ସିଇଆର୍‌ଟିକୁ ସିଲାବସ୍‌ କମାଇବା ପାଇଁ କୁହାଯାଇଥିବା ବେଳେ ନବମ ଓ ଦଶମ ଶ୍ରେଣୀ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ଦାୟିତ୍ୱ ଦିଆଯାଇଥିଲା। ଏହା ଭିତରେ ସମସ୍ତ ୩ଟି ବୋର୍ଡର ବିଶେଷଜ୍ଞ ଟିମ୍‌ ସିଲାବସ୍‌ ହ୍ରାସ କରି ବିଭାଗକୁ ହସ୍ତାନ୍ତର କରିସାରିଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri