Posted inଜାତୀୟ

୨ ହଜାର ଟଙ୍କିଆ ନୋଟ୍‌ ବଦଳାଇବା ପ୍ରକ୍ରିୟା ଆଜି ଠାରୁ ଆରମ୍ଭ… ବ୍ୟାଙ୍କରେ ଦେଖିବାକୁ ମିଳିଲାନି ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୨୩।୫: ଦେଶର ବିଭିନ୍ନ ବ୍ୟାଙ୍କରେ ୨ ହଜାର ଟଙ୍କିଆ ନୋଟ୍‌ ବଦଳାଇବା ଆରମ୍ଭ ହୋଇଛି। ମେ ୧୯ ଶୁକ୍ରବାର ଦିନ ଆରବିଆଇ ୨ ହଜାର ଟଙ୍କିଆ ନୋଟ୍‌ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଥିଲା। ଆରବିଆଇ ନୋଟିସ୍‌ ଜାରି କରି କହିଥିଲା ଯେ, ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ୨ ହଜାର ଟଙ୍କିଆ ନୋଟ୍‌କୁ ବ୍ୟାଙ୍କରେ ଜମା କରିପାରିବେ କିମ୍ବା ବଦଳାଇ ପାରିବ। ୨ ହଜାର ଟଙ୍କିଆ ବ୍ୟାନ୍‌ ହୋଇ ନାହିଁ। ଏହାର ବୈଧତା ଏବେ ବି ଅଛି ଏବଂ ସେପ୍ଟେମ୍ବର ୩୦ ପରେ ମଧ୍ୟ ରହିବ। ତେଣୁ ଆତଙ୍କିତ ନ ହୋଇ ଟଙ୍କା ଜମା କରନ୍ତୁ।

ଆରବିଆଇ କହିଥିଲା ଯେ, ୨ ହଜାର ଟଙ୍କିଆ ନୋଟ୍‌ ଜମା କରିବା ପାଇଁ କୌଣସି ପ୍ରମାଣ ପତ୍ର, ଡକ୍ୟୁମେଣ୍ଟ କିମ୍ବା ଫର୍ମ ପୂରଣ କରିବାକୁ ପଡିବ ନାହିଁ । ହେଲେ ସୋସିଆଲ ମିଡିଆରେ ଗୋଟିଏ ଫର୍ମ ଭାଇରାଲ ହେବାରେ ଲାଗିଛିି। କୁହାଯାଉଛି ଯେ, ନୋଟ୍‌ ବଦଳାଇବା ପାଇଁ ଗ୍ରାହକଙ୍କୁ ଏହି ଫର୍ମ ପୂରଣ କରିବାକୁ ପଡୁଛି

ଉତ୍ତରପ୍ରଦେଶର ମୁରାଦାବାଦ ବିଭିନ୍ନ ବ୍ୟାଙ୍କରେ ୨ ହଜାର ଟଙ୍କିଆ ନୋଟ୍‌ ବଦଳାଇବା ପାଇଁ କାଉଣ୍ଟର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ନୋଟ୍‌ ବଦଳାଇବା ଏବଂ ଜମା କରିବା ପାଇଁ ବେଶୀ ଲୋକଙ୍କୁ ଦେଖିବାକୁ ମିଳି ନ ଥିଲା। ସାଧାରଣ ଦିନ ଭଳି ଲୋକମାନେ ବ୍ୟାଙ୍କରେ ପହଞ୍ଚି ସେମାନଙ୍କର କାମ କରୁଥିଲେ। କେବଳ ବ୍ୟବସାୟୀଙ୍କ ଦ୍ୱାରା ୨ ହଜାର ଟଙ୍କିଆ ନୋଟ୍‌ ଜମା କରାଯାଇଥିଲା।

୨ହଜାର ଟଙ୍କିଆ ନୋଟ୍‌ ପ୍ରତ୍ୟାହାର ମାମଲାରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆରବିଆଇ) ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ନିଜର ପକ୍ଷ ରଖି କହିଛି ଯେ, ୨ ହଜାର ଟଙ୍କିଆ ନୋଟ୍‌ ପ୍ରତ୍ୟାହାର ବିମୁଦ୍ରୀକରଣ ନୁହେଁ ବରଂ ଏହା ଏକ ଆଇନଗତ ପ୍ରକ୍ରିୟା ତେଣୁ ଏହାକୁ ବଦଳାଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ପ୍ରଧାନ ବିଚାରପତି ସତୀଶ ଚନ୍ଦ୍ର ଶର୍ମା ଏବଂ ଜଷ୍ଟିସ ସୁବ୍ରମଣ୍ୟମ ପ୍ରସାଦଙ୍କ ବେଞ୍ଚ ଶୁଣାଣିରେ କହିଛନ୍ତି, ଏହି ମାମଲାକୁ ଅନୁଧ୍ୟାନ କରି ଉପଯୁକ୍ତ ଶୁଣାଣି କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri