ତେନ୍ତୁଳିଖୁଣ୍ଟି,୧୭ା୬(ଚିଦାନନ୍ଦ ସାହୁ) ଇନ୍ଦ୍ରାବତୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଚାଳନା ଦାୟିତ୍ୱ ଶୁକ୍ରବାର ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗକୁ ହସ୍ତାନ୍ତର ହେବାକୁ ଧାର୍ଯ୍ୟ ହୋଇଥିଲା। କିନ୍ତୁ ତାହା ହୋଇପାରି ନ ଥିଲା। ଜିଲାପାଳଙ୍କ ନିର୍ଦ୍ଦେଶ ପରେ ହସ୍ତାନ୍ତର ତାରିଖ ଧାର୍ଯ୍ୟ ହେବାରୁ ଉତ୍ତମ ପାଠପଢ଼ା, ସ୍କୁଲର ଉନ୍ନତି ନେଇ ଯେଉଁ ଆଶା ସଞ୍ଚାର ହୋଇଥିଲା ଏବେ ନିରାଶ ହେବାକୁ ପଡିଛି
ବୋଲି ବୁଦ୍ଧିଜୀବୀମାନେ କହିଛନ୍ତି।
ସୂଚନାନୁଯାୟୀ, ଇନ୍ଦ୍ରାବତୀ ପ୍ରକଳ୍ପ ସମେତ ଅନ୍ୟ ପ୍ରକଳ୍ପ ଦ୍ବାରା ପରିଚାଳିତ ୮ଟି ସ୍କୁଲକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ହସ୍ତାନ୍ତର ହେବା ନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗରୁ ପତ୍ର ବାହାରିଥିଲା। ଦୀର୍ଘ ୧ବର୍ଷ ପରେ ମଧ୍ୟ ବିଦ୍ୟାଳୟ ହସ୍ତାନ୍ତର ନେଇ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ଜିଲାପାଳ କମଳଲୋଚନ ମିଶ୍ରଙ୍କୁ ଅଭିଯୋଗ ଶୁଣାଣିରେ ମଧ୍ୟ ଅଭିଯୋଗ କରାଯାଇଥିଲା। ଶିକ୍ଷକ ସମସ୍ୟା ଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ। ଶିକ୍ଷକ ନିଯୁକ୍ତି ଦାୟିତ୍ୱ କାହାର ଆଦି ଖବର ପ୍ରକାଶ ପାଇଥିଲା। ଏହାପରେ ପ୍ରକଳ୍ପ କର୍ତ୍ତୃପକ୍ଷ ଓ ପ୍ରଶାସନ କିଛିଟା ସକ୍ରିୟ ହୋଇଥିଲେ। ନବରଙ୍ଗପୁର ଜିଲାପାଳ ମିଶ୍ରଙ୍କ ସହ ଇନ୍ଦ୍ରାବତୀ ଡ୍ୟାମ୍ ସର୍କଲ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ସଞ୍ଜୀବ ଭତ୍ରା, ନିର୍ବାହୀ ଯନ୍ତ୍ରୀ ସରୋଜକାନ୍ତ ଦାସ ଓ ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ରୀନିବାସ ପାତ୍ର ଭେଟି ଇନ୍ଦ୍ରାବତୀ ପ୍ରକଳ୍ପ ପରିଚାଳିତ ବିଦ୍ୟାଳୟ ହସ୍ତାନ୍ତର ନେଇ ଆଲୋଚନା କରିଥିଲେ। ଉକ୍ତ ଦିନ ହିଁ ଡିଇଓ ପ୍ରଦୀପ ନାଗଙ୍କ ସହ ମଧ୍ୟ ଏ ନେଇ ଆଲୋଚନା କରାଯାଇଥିଲା। ଡିଇଓ ବିଦ୍ୟାଳୟ ଦାୟିତ୍ୱ ହସ୍ତାନ୍ତର ନେଇ ୧୬ତାରିଖ ଧାର୍ଯ୍ୟ କରିଥିଲେ। ଡିଇଓ, ଏଡିଇଓ ବିଶ୍ୱନାଥ ସାହୁ, ରେଶମ ଲାଲ ନାୟକ, ସାଇନ୍ସ ସୁପରଭାଇଜର ଚିତ୍ତରଞ୍ଜନ ପଟ୍ଟନାୟକ, ତେନ୍ତୁଳିଖୁଣ୍ଟି ବିଇଓ ସୌମେନ୍ଦ୍ର ଭୌମିକଙ୍କ ସହ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଭତ୍ରା, ନିର୍ବାହୀ ଯନ୍ତ୍ରୀ ଦାସ ଓ ପାତ୍ର ହସ୍ତାନ୍ତର ସମ୍ପର୍କରେ ଶୁକ୍ରବାର ଆଲୋଚନା କରିଥିଲେ। କିନ୍ତୁ ଡିଇଓ ନାସ୍ତିବାକ୍ୟ ଶୁଣାଇଥିଲେ। ଜିଲାପାଳ ଆମ ବିଭାଗର ଅଥରିଟି ନୁହନ୍ତି। ତାଙ୍କ ନିର୍ଦ୍ଦେଶରେ ସ୍ଥିତି ସମୀକ୍ଷା କରିଛୁ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରୁ ନିର୍ଦ୍ଦେଶନାମା ଆସିଲେ ଆମ ବିଭାଗ ଇନ୍ଦ୍ରାବତୀ ପ୍ରକଳ୍ପ ପରିଚାଳିତ ବିଦ୍ୟାଳୟ ହାତକୁ ନେବ ବୋଲି ଡିଇଓ ପ୍ରଦୀପ ନାଗ କହିଛନ୍ତି। ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ପାଇଁ କେତେଜଣ ଶିକ୍ଷକ ଓ ସ୍କୁଲକୁ ଷ୍ଟାଫ୍ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି। ବିଦ୍ୟାଳୟ ହସ୍ତାନ୍ତର ପ୍ରକ୍ରିୟା ଶୁକ୍ରବାର ଶେଷ ହୋଇଯିବ ବୋଲି ଆଶା କରିଥିଲୁ। କିନ୍ତୁ ଡିଇଓଙ୍କ କଥା ନିରାଶ କରିଛି। ତଥାପି ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ କାର୍ଯ୍ୟାଳୟକୁ ଆଜିର ଆଲୋଚନା ସମ୍ପର୍କରେ ଜଣାଇ ଦିଆଯିବ। ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶାନୁଯାୟୀ, ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ସଞ୍ଜୀବ ଭତ୍ରା କହିଛନ୍ତି।
Posted inHome, Home Left, ଆମ ଜିଲା ଖବର, ରାୟଗଡା View All
ଦିନିକିଆ ବିଶ୍ୱକପ୍ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍
ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

