ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ ମତଦାନ କେନ୍ଦ୍ରକୁ ନ ଆସି ଘରୁ ନିଜ ମନ ପସନ୍ଦର ନେତା ବାଛିଛନ୍ତି। ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ଅନ୍ତର୍ଗତ ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ‘ଘରୁ ମତଦାନ’ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।

ସାଧାରଣ ନିର୍ବାଚନରେ ୮୫ବର୍ଷ ବୟସରୁ ଊର୍ଦ୍ଧ୍ୱ ବରିଷ୍ଠ ମତଦାତା ଏବଂ ୪୦ ପ୍ରତିଶତରୁ ଊର୍ଦ୍ଧ୍ୱ ଦିବ୍ୟାଙ୍ଗ ମତଦାତାଙ୍କ ପାଇଁ ହୋମ୍‌ ଭୋଟିଂ ବ୍ୟବସ୍ଥା କରିବା ପାଇଁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ ପରେ ରାଜ୍ୟରେ ଏହା ଆରମ୍ଭ ହୋଇଛି । ଏହି କ୍ରମରେ କୋରାପୁଟ ଜିଲାର ୫ଟି ବିଧାନସଭା ଓ ଗୋଟିଏ ଲୋକସଭା ଆସନରେ ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ ନାଗରିକଙ୍କ ପାଇଁ ଆରମ୍ଭ ହୋଇଛି ହୋମ୍‌ ଭୋଟିଂ ।

ପୋଲିସ ଅଫିସରଙ୍କ ସହ ପୋଲିଂ ପାର୍ଟି, ମାଇକ୍ରୋ ଅବଜର୍ବଭର, ଏଜେଣ୍ଟ ଓ ଇଭିଏମ୍‌ କମିଶନିଂ ଅଫିସର ଘର ଘର ବୁଲି ଭୋଟ ସଂଗ୍ରହ କରିଛନ୍ତି । ଏହି ପ୍ରକ୍ରିୟାରେ ବି. ଅନ୍ନପୂର୍ଣ୍ଣା ନାମ୍ନୀ ୧୦୩ ବର୍ଷୀୟା ମହିଳା ସାମିଲ ହୋଇଛନ୍ତି । ଜଣେ ଭୋଟର ଯଦି ପ୍ରଥମ ଥରରେ ମତଦାନ ସାବ୍ୟସ୍ତ କରି ନ ପାରେ ତେବେ ତାଙ୍କୁ ଦ୍ବିତୀୟ ଥର ମତଦାନ କରିବାକୁ ସୁଯୋଗ ଦିଆଯିବ ବୋଲି କୋରାପୁଟ ଜିଲାପାଳ ଭି.କୀର୍ତ୍ତି. ଭାସନ କହିଛନ୍ତି ।

ଜଲାରେ ରବିବାର ସୁଦ୍ଧା ୮୫ଜଣ ବରିଷ୍ଠ ନାଗରିକ ଓ ୪୭ଜଣ ଭିନ୍ନକ୍ଷମ ଏହି ସେବା ପାଇବାକୁ ଫର୍ମ ଦାଖଲ କରିଥିବା ଜିଲା ପ୍ରଶାସନ ପକ୍ଷରୁ ଜଣାଯାଇଛି। ଯେଉଁମାନେ ଚାହିଁବେ ସେମାନେ ଫର୍ମ ପୂରଣ କରି ଏହି ସେବା ପାଇପାରିବେ । ଏହାସହ ପୋଷ୍ଟାଲ ଭୋଟ ପାଇଁ ମଧ୍ୟ ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲାର କାର୍ଯ୍ୟ କରୁଥିବା ପୋଲିସ କର୍ମଚାରୀ, ସୁରକ୍ଷା କର୍ମଚାରୀ, ସର୍ଭିସ ଭୋଟର, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଏହି ପ୍ରକ୍ରିୟା ଅନୁସାରେ ମତଦାନ ସାବ୍ୟସ୍ତ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?