ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା ମାମଲା: ଅଧ୍ୟାପକଙ୍କୁ ୭ ବର୍ଷ ଜେଲ

ଯାଜପୁର ଟାଉନ,୨୬।୨(ଡି.ଏନ.ଏ.): ଜଣେ ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା କରିବା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଯାଜପୁର ଜିଲା ଦୌରାଜଜ୍‌ ଶ୍ରୀକାନ୍ତ ମିଶ୍ର ମାମଲାର ବିଚାର କରି ଦୋଷୀ ଅଧ୍ୟାପକଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ୧ ବର୍ଷ ଜେଲଦଣ୍ଡ ଭୋଗିବାକୁ କୋର୍ଟ ରାୟରେ ଉଲ୍ଲେଖ କରିଛନ୍ତି। ମାମଲାର ବିବରଣୀ ଅନୁଯାୟୀ, ଯାଜପୁର ଜିଲା ବଡ଼ଚଣା ଥାନା ଅଞ୍ଚଳର ଶିକ୍ଷା ବିଭାଗ ଅଧ୍ୟାପକ କିଶୋର ମହାରଣା(୫୨)ଙ୍କ ପାଖକୁ ଜଣେ ସ୍କୁଲ ଛାତ୍ରୀ ଟିଉଶନ୍‌ ହେବା ପାଇଁ ପ୍ରତିଦିନ ଆସନ୍ତି। ସ୍ତ୍ରୀ ଘରେ ନ ଥିବା ସୁଯୋଗରେ ଅଧ୍ୟାପକ ମହାରଣା ସମ୍ପୃକ୍ତ ଛାତ୍ରୀଙ୍କୁ ବଳାତ୍କାର କରିଥିଲେ। ଛାତ୍ରୀ ଜଣକ ଏକଥା ଘରେ ଜଣାଇବାକୁ କହିବାରୁ ଅଧ୍ୟାପକ ମହାରଣା ସମ୍ପୃକ୍ତ ଛାତ୍ରୀଙ୍କୁ ବିବାହ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ପରବର୍ତ୍ତୀ ସମୟରେ ଛାତ୍ରୀ ଜଣକ ୫ ମାସ ଗର୍ଭବତୀ ଥିବା ଜଣାପଡ଼ିଥିଲା। ହେଲେ ଅଧ୍ୟାପକ ମହାରଣା ତାଙ୍କୁ ବିବାହ କରିବାକୁ ମନା କରି ଦେଇଥିଲେ। ଏହାପରେ ଛାତ୍ରୀ ଜଣକ ସମସ୍ତ ଘଟଣା ଘରେ କହିଥିଲେ। ଏଥିରେ ଛାତ୍ରୀଙ୍କ ମା’ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିଲେ। ୨୦୧୬ ଜୁନ୍‌ ୧୦ରେ ଛାତ୍ରୀ ଜଣକ ଏ ସଂକ୍ରାନ୍ତରେ ବଡ଼ଚଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଅଧ୍ୟାପକ ମହାରଣାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଥାନା ଅଧିକାରୀ ଏକ ମାମଲା (ନଂ.୧୪୬/୧୬)ରୁଜୁ କରି ଚାର୍ଜଶିଟ୍‌ ଦାଖଲ କରିଥିଲେ। ୧୫ଜଣ ସାକ୍ଷୀଙ୍କ ସାକ୍ଷ୍ୟକୁ ଭିତ୍ତିକରି ଜିଲା ଦୌରାଜଜ୍‌ ଉପରୋକ୍ତ ରାୟ ଶୁଣାଇଛନ୍ତି। ସରକାରୀ ଓକିଲ ସମରେନ୍ଦ୍ର ଦାସ ମକଦ୍ଦମା ପରିଚାଳନା କରିଥିଲେ। ସୂଚନାଯୋଗ୍ୟ, ଅଧ୍ୟାପକଙ୍କ ୨ ସନ୍ତାନ ଥିବା ବେଳେ ତାଙ୍କ ସ୍ତ୍ରୀ ଷ୍ଟାଫନର୍ସ ଭାବେ କାର୍ଯ୍ୟରତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri