ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା ମାମଲା: ଅଧ୍ୟାପକଙ୍କୁ ୭ ବର୍ଷ ଜେଲ

ଯାଜପୁର ଟାଉନ,୨୬।୨(ଡି.ଏନ.ଏ.): ଜଣେ ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା କରିବା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଯାଜପୁର ଜିଲା ଦୌରାଜଜ୍‌ ଶ୍ରୀକାନ୍ତ ମିଶ୍ର ମାମଲାର ବିଚାର କରି ଦୋଷୀ ଅଧ୍ୟାପକଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ୧ ବର୍ଷ ଜେଲଦଣ୍ଡ ଭୋଗିବାକୁ କୋର୍ଟ ରାୟରେ ଉଲ୍ଲେଖ କରିଛନ୍ତି। ମାମଲାର ବିବରଣୀ ଅନୁଯାୟୀ, ଯାଜପୁର ଜିଲା ବଡ଼ଚଣା ଥାନା ଅଞ୍ଚଳର ଶିକ୍ଷା ବିଭାଗ ଅଧ୍ୟାପକ କିଶୋର ମହାରଣା(୫୨)ଙ୍କ ପାଖକୁ ଜଣେ ସ୍କୁଲ ଛାତ୍ରୀ ଟିଉଶନ୍‌ ହେବା ପାଇଁ ପ୍ରତିଦିନ ଆସନ୍ତି। ସ୍ତ୍ରୀ ଘରେ ନ ଥିବା ସୁଯୋଗରେ ଅଧ୍ୟାପକ ମହାରଣା ସମ୍ପୃକ୍ତ ଛାତ୍ରୀଙ୍କୁ ବଳାତ୍କାର କରିଥିଲେ। ଛାତ୍ରୀ ଜଣକ ଏକଥା ଘରେ ଜଣାଇବାକୁ କହିବାରୁ ଅଧ୍ୟାପକ ମହାରଣା ସମ୍ପୃକ୍ତ ଛାତ୍ରୀଙ୍କୁ ବିବାହ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ପରବର୍ତ୍ତୀ ସମୟରେ ଛାତ୍ରୀ ଜଣକ ୫ ମାସ ଗର୍ଭବତୀ ଥିବା ଜଣାପଡ଼ିଥିଲା। ହେଲେ ଅଧ୍ୟାପକ ମହାରଣା ତାଙ୍କୁ ବିବାହ କରିବାକୁ ମନା କରି ଦେଇଥିଲେ। ଏହାପରେ ଛାତ୍ରୀ ଜଣକ ସମସ୍ତ ଘଟଣା ଘରେ କହିଥିଲେ। ଏଥିରେ ଛାତ୍ରୀଙ୍କ ମା’ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିଲେ। ୨୦୧୬ ଜୁନ୍‌ ୧୦ରେ ଛାତ୍ରୀ ଜଣକ ଏ ସଂକ୍ରାନ୍ତରେ ବଡ଼ଚଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଅଧ୍ୟାପକ ମହାରଣାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଥାନା ଅଧିକାରୀ ଏକ ମାମଲା (ନଂ.୧୪୬/୧୬)ରୁଜୁ କରି ଚାର୍ଜଶିଟ୍‌ ଦାଖଲ କରିଥିଲେ। ୧୫ଜଣ ସାକ୍ଷୀଙ୍କ ସାକ୍ଷ୍ୟକୁ ଭିତ୍ତିକରି ଜିଲା ଦୌରାଜଜ୍‌ ଉପରୋକ୍ତ ରାୟ ଶୁଣାଇଛନ୍ତି। ସରକାରୀ ଓକିଲ ସମରେନ୍ଦ୍ର ଦାସ ମକଦ୍ଦମା ପରିଚାଳନା କରିଥିଲେ। ସୂଚନାଯୋଗ୍ୟ, ଅଧ୍ୟାପକଙ୍କ ୨ ସନ୍ତାନ ଥିବା ବେଳେ ତାଙ୍କ ସ୍ତ୍ରୀ ଷ୍ଟାଫନର୍ସ ଭାବେ କାର୍ଯ୍ୟରତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri