ଖାତା ଦେଖିବାକୁ ଆସୁନାହାନ୍ତି ଅଧ୍ୟାପକ

ଭଞ୍ଜନଗର,୧୩।୬(ଡି.ଏନ.ଏ): ଯୁକ୍ତ୨ କଳା ଦ୍ୱିତୀୟ ବର୍ଷ ପରୀକ୍ଷା ଖାତା ମୂଲ୍ୟାଙ୍କନ ଗତ ୨ତାରିଖରୁ ଆରମ୍ଭ ହୋଇଛି। କଳାର ଅଧିକାଂଶ ବିଷୟର ପ୍ରଥମ ଫେଜ୍‌ ମୂଲ୍ୟାଙ୍କନ ରବିବାର ସୁଦ୍ଧା ସରିବାକୁ ଲକ୍ଷ୍ୟ ରଖାଯାଇଥିଲା। ମାତ୍ର ଆବଶ୍ୟକ ଅଧ୍ୟାପକ କାର୍ଯ୍ୟରେ ଯୋଗ ଦେଇନଥିବା ଯୋଗୁ ମୂଲ୍ୟାଙ୍କନ ବିଳମ୍ବ ହେଉଛି। ଦ୍ୱିତୀୟ ଫେଜ୍‌ କଳା ମୂଲ୍ୟାଙ୍କନ ସୋମବାର ଆରମ୍ଭ ହେବାକୁ ଥିବା ବେଳେ ତାହାକୁ ଆସନ୍ତା ୧୯ ତାରିଖକୁ ଘୁଞ୍ଚାଇ ଦିଆଯାଇଛି । ବିଭିନ୍ନ କାରଣ ଯୋଗୁ ରାଜ୍ୟର ବିଭିନ୍ନ ମୂଲ୍ୟାଙ୍କନ କେନ୍ଦ୍ରରେ ଶତାଧିକ ଅଧ୍ୟାପକ କାର୍ଯ୍ୟରେ ଯୋଗ ଦେଇନାହାନ୍ତି। ଏହାର କାରଣ ଜାଣିବା ପାଇଁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶନିବାର ପଦକ୍ଷେପ ନିଆଯାଇଥିତ୍ବା ଜଣାପଡ଼ିଛି । ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଚାଲିଥିବା ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ମୂଲ୍ୟାଙ୍କନ ରବିବାର ପ୍ରାୟ ସରିଯାଇଛି। ଜୁନ୍‌ ଶେଷ ସପ୍ତାହ ସୁଦ୍ଧା ଯୁକ୍ତ୨ ପରୀକ୍ଷା ଫଳ ପ୍ରକାଶନ ହେଉଥିବା ବେଳେ ଚଳିତବର୍ଷ ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷା ଫଳ ପ୍ରକାଶନ ଲକ୍ଷ୍ୟ ରଖାଯାଇଥିଲା। କିନ୍ତୁ ଦ୍ୱିତୀୟ ଫେଜ୍‌ ମୂଲ୍ୟାଙ୍କନ ଜୁଲାଇ ପ୍ରଥମ ସପ୍ତାହରେ ସରିବ। ତେଣୁ ପରୀକ୍ଷା ଫଳ ପ୍ରକାଶନରେ କିଛିଦିନ ବିଳମ୍ବ ହେବା ସମ୍ଭାବନା ରହିଛି। ଅନ୍ୟପକ୍ଷରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ମଧ୍ୟ ଯୁକ୍ତ ୩ ପଞ୍ଚମ ସେମିଷ୍ଟର କଳା, ବାଣିଜ୍ୟ ଓ ବିଜ୍ଞାନ ର ମୂଲ୍ୟାଙ୍କନ ବିଭିନ୍ନ କେନ୍ଦ୍ରରେ ଆରମ୍ଭ ହୋଇଛି। ତେବେ ଆବଶ୍ୟକ ଅଧ୍ୟାପକ ନଥିବା ଯୋଗୁ ମୂଲ୍ୟାଙ୍କନରେ ବିଳମ୍ବ ହେବା ଆଶଙ୍କା ରହିଛି। ରବିବାର ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୩ ପଞ୍ଚମ ସେମିଷ୍ଟରର ମୂଲ୍ୟାଙ୍କନ ଆରମ୍ଭ ହୋଇଛି। କଲେଜ ଅଧ୍ୟକ୍ଷ ଡ଼.ସୁବାସ ଚନ୍ଦ୍ର ପ୍ରଧାନ ପୂଜାର୍ଚ୍ଚନା କରିବା ପରେ ମୂଲ୍ୟାଙ୍କନ ଆରମ୍ଭ ହୋଇଥିଲା । ଏହି ସମୟରେ ପରୀକ୍ଷା ଦାୟିତ୍ୱରେ ଥିତ୍ବା ପ୍ରାଧ୍ୟାପିକା ଆରତିବାଳା ପ୍ରଧାନ, ପ୍ରାଧ୍ୟାପକ ରାଜେନ୍ଦ୍ର କୁମାର ଦାସ, ସାତ୍ୟକି ସାହୁ, ମୁଖ୍ୟ କିରାଣୀ ଏସ୍‌.ଛାୟା ରାଓ ପ୍ରମୁଖ ଉପସ୍ଥିତ ଥିଲେ । ବିଭିନ୍ନ କାରଣ ଯୋଗୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଯୁକ୍ତ ୩ ପରୀକ୍ଷା ଗୁଡ଼ିକ ବିଳମ୍ବ ହେଉଛି । ଷଷ୍ଠ ସେମିଷ୍ଟର ପରୀକ୍ଷା ଜୁଲାଇ ୮ ତାରିଖରୁ ଆରମ୍ଭ ହୋଇ ୧୬ ତାରିଖରେ ସରିବ। ଏହାପରେ ଖାତା ମୂଲ୍ୟାଙ୍କନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

୬୮୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

ଅନଲାଇନ ଠକେଇରୁ କେମିତି ପାଇବେ ରକ୍ଷା

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଭାରତୀୟ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି କାନାରା ବ୍ୟାଙ୍କ ଶାଖା ପକ୍ଷରୁ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଲେଙ୍କାଙ୍କ ବିୟୋଗରେ ଶୋକ

ଦିଗପହଣ୍ଡି, ୧୩।୨(ଅଶେଷ ନାଥ ମିଶ୍ର): ପୂର୍ବତନ କେନ୍ଦ୍ର କୃଷି ଏବଂ ରେଳ ବିଭାଗ ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଦିଗପହଣ୍ଡି କଂଗ୍ରେସ ଦଳ ପକ୍ଷରୁ ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri