ବଦଳିବ କଳାହାଣ୍ଡି ଆଇନ ମହାବିଦ୍ୟାଳୟର ରୂପରେଖ

ଭବାନୀପାଟଣା,୧୯ା୧ (ଉତ୍ତମ କୁମାର ଦାଶ): କଳାହାଣ୍ଡିର ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ମାନ୍ୟତା ପାଇଥିବା ତଥା ଜିଲାରେ ଶତାଧିକ ଆଇନଜୀବୀ, ବିଚାରପତି ତିଆରି କରିଥିବା କଳାହାଣ୍ଡି ଆଇନ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା, ଭିତ୍ତିଭୂମିର ବିକାଶ ସହିତ ଉଚ୍ଚତର ଆଇନ ଶିକ୍ଷା ପାଇଁ ଶତାଧିକ ଛାତ୍ରୀଛାତ୍ର ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କଳାହାଣ୍ଡି ଗସ୍ତରେ ଥିବାବେଳେ ମହାବିଦ୍ୟାଳୟର ଛାତ୍ରୀଛାତ୍ର ତାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି କଲେଜର ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। କେବଳ କଳାହାଣ୍ଡି ନୁହେଁ, ସମଗ୍ର ପଶ୍ଚିମ ଓଡିଶାରେ ଆଇନ ଶିକ୍ଷା କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସୃଷ୍ଟି କରିଥିବା ଏହି ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ ଆଇନ ଶିକ୍ଷା, ସ୍ନାତକୋତ୍ତର ଆଇନଶିକ୍ଷା ପାଇଁ ଅନୁମତି ଓ ଭିତ୍ତିଭୂମି ନିର୍ମାଣ, ଇ-ଲାଇବ୍ରେରୀ ସ୍ଥାପନ, ପାଚେରି ନିର୍ମାଣ ସହିତ ମହାବିଦ୍ୟାଳୟ ପରିସର ସୌନ୍ଦର୍ଯ୍ୟକରଣ ପାଇଁ ଦାବି ଜଣାଇଥିଲେ। ମନ୍ତ୍ରୀ ସୁରଜ ଛାତ୍ରୀଛାତ୍ରଙ୍କ ଦାବି ଶୁଣିବା ସହିତ ମହାବିଦ୍ୟାଳୟର ଉନ୍ନୟନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସବୁପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ରାଜ୍ୟ ସଭା ଏମ୍‌ପି ସୁଜିତ କୁମାର, ଲୋକ ସଭା ଏମ୍‌ପି ମାଳବିକା ଦେବୀ ମଧ୍ୟ ମହାବିଦ୍ୟାଳୟର ଉନ୍ନତି ଦିଗରେ ସହାୟତାର ହାତ ବଢାଇବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହି ଅବସରରେ ମନ୍ତ୍ରୀଙ୍କ ସହିତ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଓ ଅନ୍ୟମାନେ ସାମିଲ ଥିଲେ। ଶେଷବର୍ଷର ଆଇନଛାତ୍ର ରାଜୀବ ଲୋଚନ ଶତପଥୀ, ସୁଶୀଲ କୁମାର ବାଗଙ୍କ ନେତୃତ୍ୱରେ ରାଜେଶ ପାଣିଗ୍ରାହୀ, ପ୍ରବୀଣ କୁମାର, ଚନ୍ଦ୍ରାଂଶୁ ମିଶ୍ର, ଶିବାଶିଷ ପଟେଲ, ଆଶିଷ ରଞ୍ଜନ ମୁଣ୍ଡ, ସ୍ବପ୍ନିଳା ମହାପାତ୍ର, ବରଖା ଅଗ୍ରୱାଲ, କିରଣ ମଙ୍ଗରାଜ, ଦୀନେଶ ନାଗଙ୍କ ସମେତ ୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ମନ୍ତ୍ରୀଙ୍କୁ ସାକ୍ଷାତ କରି ଆଲୋଚନା କରିବା ସହ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri