‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ କୁମାର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଡକ୍ଟର ପ୍ରତାପ କୁମାର ଦାଶ (ଇଂରାଜୀ ବିଭାଗର ମୁଖ୍ୟ ଏବଂ ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପିଜି କାଉନସିଲର ଅଧ୍ୟକ୍ଷ) ଯୋଗଦାନ କରିଥିଲେ। ସମ୍ମାନିତ ଅତିଥି ଭାବରେ ସହ ସଭାପତି ଆଶିଷ କୁମାର ରଥ, ଶିକ୍ଷା ନିର୍ଦ୍ଦେଶିକା ନିଲମ ରଥ , ଅଧ୍ୟକ୍ଷ ପ୍ରତାପ କୁମାର ଜେନା ଓ ପ୍ରି. ପ୍ରାଇମେରୀ ବିଭାଗର ପ୍ରଧାନ ଶିକ୍ଷୟିତ୍ରୀଙ୍କ ସହ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଛାତ୍ରୀଛାତ୍ର ଓ ଅଭିଭାବକ ଉପସ୍ଥିତ ରହି ଉତ୍ସବଟିକୁ ସାଫଲ୍ୟ ମଣ୍ଡିତ କରିଥଲେ। ଅତିଥିମାନେ ଗୁଣାତ୍ମକ ଶିକ୍ଷା କିଭଳି ଛାତ୍ରୀଛାତ୍ରଙ୍କ ସହ ଦେଶର ଭବିଷ୍ୟତ ଗଠନରେ ଗୁରୁତ୍ୱପୂର୍ଣ୍ଣ କହିଥିଲେ। ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ ବୋଲି ଅତିଥିମାନେ କହିଥିଲେ।

ବାର୍ଷିକ ଉତ୍ସବରେ ବିଦ୍ୟାଳୟର ଛାତ୍ରୀଛାତ୍ର ଉଚ୍ଚକୋଟିର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ରଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା। ସହସ୍ରାଧିକ ଉପସ୍ଥିତ ଅଭିଭାବକ ବିଦ୍ୟାଳୟର ସଫଳତା ସମ୍ପର୍କରେ ବାଖାଣିଥିଲେ। ବିଦ୍ୟାଳୟର ସଭାପତି ଓ ଏକାଡେମୀ ନିର୍ଦ୍ଦେଶିକା ମୁଖ୍ୟ ଅତିଥି ଡ. ଦାଶଙ୍କୁ ଉପଢୌକନ ଓ ଉତ୍ତରୀୟ ଦେଇ ସମ୍ମାନିତ କରିଥିବା ବେଳେ ଅଧ୍ୟକ୍ଷ ବାର୍ଷିକ ବିତରଣୀ ପଠନ କରିଥିଲେ। ଶେଷରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁସ୍ମିତା ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ଟିମ ଇଣ୍ଡିଆରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଲେ ଅଧିନାୟକ ଶୁଭମନ, କହିଲେ…

ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri