ପ୍ରକଳ୍ପ ହେଲା, ଜଳଯୋଗାଣ ହେଉନି

ଲାଠୋର, ୨୭ା୨(ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଝର ପଞ୍ଚାୟତ ଅଧୀନ ସାନଗୁର୍ଜିଭଟା ପାଲିପଡ଼ାରେ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ପାଇଁ ଏକ ଜଳ ପ୍ରକଳ୍ପ ନିର୍ମାଣ ହୋଇଛି। ବସୁଧା ଯୋଜନାରେ ପ୍ରକଳ୍ପ ନିର୍ମାଣ ପରେ ପ୍ରତ୍ୟେକ ଘରକୁ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ପାଇଁ ପାଇପ ସଂଯୋଗ କରାଯାଇଛି। ପରୀକ୍ଷାମୂଳକଭାବେ ଗୋଟିଏ ଦିନ ଜଳଯୋଗାଣ କରାଯାଇଥିଲା। ଏଡାପରଠାରୁ ଜଳଯେଗାଣ ସ୍ବଭାବିକ ହୋଇନାହିଁ। ଇତିମଧ୍ୟରେ ୩ ମାସରୁ ଊର୍ଦ୍ଧ୍ୱ ସମୟ ବିତି ଯାଇଥିଲେ ବି ଜଳ ଯୋଗାଣ କରାଯାଉନାହଁି। ପଡ଼ାବାସୀ ଜଳ ଯୋଗାଣ ପାଇଁ ଦାବି କରି ଆସୁଥିଲେ ମଧ୍ୟ ଏଥିପ୍ରତି କର୍ଣ୍ଣପାତ କରାଯାଉନାହିଁ। ଫଳରେ ପଡ଼ାବାସୀ ଅନ୍ୟନୋପାୟ ହୋଇ ନଳକୂପ ଉପରେ ଭରଷା କରି ଚଳୁଥିବା ପଡ଼ାର ବିଦେଶି ଛତ୍ରିଆ, ଦୁଆନ ମଲ୍ଳିକ, ଲିଙ୍ଗରାଜ ବର୍ଗେ, ହେମସାଗର ଧରୁଆ, ରତନ କେତକୀ ଓ ମହେଶ୍ୱର ବର୍ଗେ ଅଭିଯୋଗ କରିଛନ୍ତି। ପାଲିପଡ଼ାରେ ୪୦ପରିବାରର ୨ଶହରୁ ଊର୍ଦ୍ଧ୍ୱ ଅଧିବାସୀ ବାସ କରୁଛନ୍ତି। ପଡ଼ାରେ ୩ ଗୋଟି ନଳକୂପ ରହିଛି। ସେଥିମଧ୍ୟରୁ ଗୋଟିଏରୁ କମ୍‌ ପାଣି ବାହାରୁଛି। ଅନ୍ୟ ୨ଟି ନଳକୂପର ପାଣି ଆବଶ୍ୟକତାକୁ ମେଣ୍ଟାଉ ନାହିଁ। ଆଗକୁ ଗ୍ରୀଷ୍ମ ଋତୁ ଆସୁଥିବାରୁ ପଡ଼ାବାସୀ ନିରନ୍ତର ଜଳଯୋଗାଣ ପାଇଁ ବିଭାଗୀୟ କର୍ତ୍ତୃପକ୍ଷ ପଦକ୍ଷେପ ନେବାକୁ ଦାବି କରିଛନ୍ତି। ଖପ୍ରାଖୋଲ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ଶ୍ୟାମ କୁମାରଙ୍କୁ ପଚାରିବାରୁ ଘଟଣା ବିଷୟରେ ବୁଝି ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri