ବିଦ୍ୟାଳୟ ବାର୍ଷିକୋତ୍ସବରେ ଗୀତ ଗାଇଲେ ପ୍ରକଳ୍ପ ପ୍ରଶାସକ: ପାଠ ପଢ଼ିବା ପାଇଁ ଛାତ୍ରୀଙ୍କୁ ଦେଲେ ପରାମର୍ଶ

ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନ ଉତ୍ସବକୁ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର ଉଦ୍‌ଘାଟନ କରିଥିଲେ। ତାଙ୍କୁ ବିଦ୍ୟାଳୟ ପକ୍ଷରୁ ପ୍ରଧାନଶିକ୍ଷକ ଅଜୟ କୁମାର ଜେନା ଓ ଉତ୍ସବର ଅଧ୍ୟକ୍ଷ ତଥା ଉଲିପଦର ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ମଦନମୋହନ ବେହେରା ସ୍ବାଗତ ଜଣାଇ ମଞ୍ଚକୁ ନେଇଥିଲେ। ଛାତ୍ରୀମାନଙ୍କ ସହ ପ୍ରକଳ୍ପ ପ୍ରଶାସକ ପାତ୍ର ନିଜ ଦ୍ୱାରା ଲେଖାଯାଇଥିବା ଏଇ ଆମ ଦାରିଙ୍ଗବାଡ଼ି ସଙ୍ଗୀତ ଗାନ କରିଥିଲେ। ଏଥିରେ ଛାତ୍ରୀମାନେ ଝୁମିଥିଲେ। ନିଜ ଅଭିଭାଷଣରେ ପ୍ରକଳ୍ପ ପ୍ରଶାସକ ଛାତ୍ରୀମାନଙ୍କୁ ଭଲ ପାଠ ପଢ଼ିବାକୁ ପରାମର୍ଶ ଦେଇଥିଲେ। ଆଉ କିଛି ଦିନ ପରେ ଦଶମ ପରୀକ୍ଷା ରହିଥିବାରୁ ଦଶମ ଛାତ୍ରୀମାନଙ୍କୁ ପରୀକ୍ଷାରେ ଭଲ ନମ୍ବର ରଖି ଉତ୍ତୀର୍ଣ୍ଣ ହେବାକୁ ଟିପ୍ସ ପ୍ରଦାନ କରିଥିଲେ। ପରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଙ୍କୁ ପୁରସ୍କୃତ କରିବା ସହ ମାନପତ୍ର ପ୍ରଦାନ କରିଥିଲେ। ଛାତ୍ରୀମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ, ସଙ୍ଗୀତ କ୍ଷୁଦ୍ର ନାଟକ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri