୪ ବର୍ଷ ପରେବି ପୂରଣ ହେଉନି ପ୍ରତିଶ୍ରୁତି

ଜଗତ୍‌ସିଂହପୁର ଅଫିସ, ୨୪ା୬: ରାଜ୍ୟର ୨୦ଟି ଜିଲାରେ ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ହେବ ବୋଲି ପାଖାପାଖି ୪ ବର୍ଷ ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିଥିଲେ। ଏହି ତାଲିକାରୁ ଜଗତ୍‌ସିଂହପୁର ଜିଲା ବାଦ୍‌ ପଡ଼ିଥିଲା। ସେଥିପାଇଁ ସେତେବେଳେ ଜିଲାବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏପରି କି କାହିଁକି ଜଗତ୍‌ସିଂହପୁର ବାଦ୍‌ ପଡିଲା ସେନେଇ ରାଜନୀତି ମଧ୍ୟ ହୋଇଥିଲା। ଶେଷରେ ତତ୍କାଳୀନ ସ୍ବାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନା ଜଗତ୍‌ସିଂହପୁରରେ ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ଇତିମଧ୍ୟରେ ୪ ବର୍ଷ ଅତିକ୍ରାନ୍ତ ହୋଇଥିଲେ ସୁଦ୍ଧା ମନ୍ତ୍ରୀଙ୍କ ପ୍ରତିଶ୍ରୁତି ଧୂଆଁବାଣ ହୋଇଛି। ଏନେଇ ଜନସାଧାରଣଙ୍କ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି।
୨୦୧୮ ଜୁନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଜିଲାର ୨୦ଟି ସ୍ଥାନରେ ପବ୍ଲିକ ପ୍ରାଇଭେଟ୍‌ ପାର୍ଟନରଶିପ୍‌ (ପିପିପି) ମୋଡ୍‌ରେ ମଲ୍ଡିଂ ସ୍ପେଶିଆଲିଟି ହସ୍ପିଟାଲ କରାଯିବ ବୋଲି ଘୋଷଣା କରିଥିଲେ। ସେଗୁଡିକ ହେଲା ପୁରୀ, ଜୟପୁର, ଅନୁଗୋଳ, ବଡବିଲ, ବାରିପଦା, ଭଦ୍ରକ, ବଲାଙ୍ଗୀର, ଝାରସୁଗୁଡ଼ା, କଳାହାଣ୍ଡି, ଫୁଲବାଣୀ, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, ମାଲକାନଗିର, ନବରଙ୍ଗପୁର, ସୁବର୍ଣ୍ଣପୁର, ରାୟଗଡ଼ା, ପାରଳାଖେମୁଣ୍ଡି, ରାଇରଙ୍ଗପୁର ଏବଂ କେନ୍ଦ୍ରାପଡ଼ା। ଏସବୁ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ୨,୭୦୦ ଶଯ୍ୟା ସୃଷ୍ଟି ହେବା ସହ ଏଥିପାଇଁ ୧,୦୦୦ କୋଟି ଟଙ୍କା ବ୍ୟୟ ହେବ । ୧୦,୦୦୦ କର୍ମନିଯୁକ୍ତି ସୃଷ୍ଟି ହେବ। ଏହାଦ୍ୱାରା ରାଜ୍ୟରେ ଅଭାବ ଥିବା ମୋଟ ଶଯ୍ୟା ସଂଖ୍ୟା ମଧ୍ୟରୁ ୫୬% ପୂରଣ ହୋଇପାରିବ। ହୃଦ୍‌ରୋଗ, ସ୍ନାୟୁ ସହ ମଲ୍ଟି ସ୍ପେଶାଲିଟି ସ୍ବାସ୍ଥ୍ୟ ଯନତ୍ ସୁବିଧା ଉପଲବ୍ଧ ହେବ ବୋଲି କୁହାଯାଇଥିଲା। ଦୁଃଖର କଥା ହେଲା ଏହି ସୁବିଧାରୁ ଜଗତ୍‌ସିଂହପୁର ଜିଲାକୁ ବାଦ୍‌ ଦିଆଯାଇଥିଲା। ସରକାରଙ୍କ ଏହି ଘୋଷଣା ଉପରେ ସେତେବେଳେ ଜଗତ୍‌ସିଂହପୁର ପୌର ପରିଷଦ ସଭାଗୃହରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକର ଆୟୋଜନ ହୋଇଥିଲା। କିନ୍ତୁ ଏହି ବୈଠକରେ ମଲ୍ଟି ନୁହେଁ, ସୁପର ସ୍ପେଶାଲିଟି ହସ୍ପିଟାଲ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏନେଇ ନାଉଗାଁ ଅଞ୍ଚଳରୁ ଏକ ସଙ୍ଗଠନ ପକ୍ଷରୁ ପଦଯାତ୍ରାର ଆୟୋଜନ କରାଯାଇଥିଲା। ବୈଠକ ନିଷ୍ପତ୍ତିକୁ ଜିଲାର ତତ୍କାଳୀନ ୪ ବିଧାୟକ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ, ଜଗତ୍‌ସିଂହପୁର ଏମ୍‌ପି ପ୍ରମୁଖ ସମର୍ଥନ କରି ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏପରି କି ତତ୍କାଳୀନ ବିଭାଗୀୟ ମନ୍ତ୍ରୀ ଜେନାଙ୍କ ଆଗରେ ବିଜେଡି ବିଧାୟକ ଓ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ସମେତ ଦଳୀୟ ନେତାମାନେ ଜଗତ୍‌ସିଂହପୁରକୁ ଏହି ତାଲିକାରେ ଯୋଡାଯାଉ ବୋଲି ଦାବି କରିଥିଲେ। ଜେନା ମଲ୍ଟି ଓ ସୁପର ସ୍ପେଶାଲିଟି ମଧ୍ୟରେ ପ୍ରଭେଦ ନ ବୁଝି ଗଣମାଧ୍ୟମରେ ଜଗତ୍‌ସିଂହପୁର ଜିଲାକୁ ଏହି ତାଲିକାରେ ଅନ୍ତର୍ଭୁକ୍ତ କରାଯିବ ବୋଲି ଘୋଷଣା କରିଥିଲେ। ସେତେବେଳେ ଧରିତ୍ରୀ ଏହି ପ୍ରସଙ୍ଗକୁ ପ୍ରାଧାନ୍ୟ ଦେଇ ଜଗତ୍‌ସିଂହପୁରରେ ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ହେଉ ବୋଲି ଯୁକ୍ତି ବାଢିଥିଲା। ପରବର୍ତ୍ତୀ ସମୟରେ ତତ୍କାଳୀନ ୪ ବିଧାୟକ, ଏମ୍‌ପି, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଏପରି କି ତତ୍କାଳୀନ ମନ୍ତ୍ରୀ ଜେନା ମଧ୍ୟ ଭୁଲ୍‌ ଯୁକ୍ତି ଉପରେ ପ୍ରତିଶ୍ରୁତି ଦେଇଥିବା କହି ନିଜ ବାକ୍ୟ ସଂଶୋଧନ କରିଥିଲେ। ଜେନା କହିଥିଲେ ଖୁବଶୀଘ୍ର ଅର୍ଥାତ୍‌ ଦ୍ୱିତୀୟ ପର୍ଯ୍ୟାୟରେ ଜିଲାରେ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ ନିର୍ମାଣ ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ହେଲେ ଏ ପର୍ଯ୍ୟନ୍ତ କାହିଁକି ବିଜ୍ଞପ୍ତି ପ୍ରକାଶ ପାଇଲା ନାହିଁ । ସ୍ଥାନୀୟ ଅଞ୍ଚଳର କେତେଜଣ ବୁଦ୍ଧିଜୀବୀ ସେମାନଙ୍କ ପ୍ରତିକ୍ରିୟାରେ କହିଛନ୍ତି, ନିର୍ବାଚନ ସମୟ ପାଖେଇ ଆସିଲେ ଏଭଳି ପ୍ରତିଶ୍ରୁତି ମିଳେ। ଏହା ସରକାରଙ୍କ କିପରି ପ୍ରତିବଦ୍ଧତା ତାହା ସହଜେ ଅନୁମେୟ। ଗତ ନିର୍ବାଚନରେ ଜଗତ୍‌ସିଂହପୁର ଜିଲାରେ ବିଜେଡିକୁ ଶତପ୍ରତିଶତ ସଫଳତା ମିଳିଛି। ଅର୍ଥାତ୍‌ ଲୋକେ ଏହି ଦଳର ୪ ବିଧାୟକ ଓ ଏମ୍‌ପି ପ୍ରାର୍ଥୀଙ୍କୁ ବିଜୟୀ କରିଛନ୍ତି। ଏବେ ଏହି ନେତାମାନେ ମୁଖ୍ୟମନ୍ତ୍ରୀ ଓ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରି ତୁରନ୍ତ ଜଗତ୍‌ସିଂହପୁରରେ ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ନିର୍ମାଣ ପାଇଁ ପଦକ୍ଷେପ ନିଅନ୍ତୁ। ନ ହେଲେ ଲୋକେ ବାଧ୍ୟ ହୋଇ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?