ପ୍ରସ୍ତାବରେ ଅଟକିଛି ଟ୍ରକ୍‌ ଟର୍ମିନାଲ ନିର୍ମାଣ

ଛତ୍ରପୁର,୧୫।୫(ଡି.ଏନ.ଏ.): ଗଞ୍ଜାମ ଜିଲାରେ ପ୍ରତିବର୍ଷ ଦୁର୍ଘଟଣା ବଢିବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଶିଳ୍ପାନୁଷ୍ଠାନକୁ ମାଲ ପରିବହନ କରୁଥିବା ଟ୍ରକ୍‌ଗୁଡିକ ଘଣ୍ଟା ଘଣ୍ଟା ଜାତୀୟ ରାଜପଥ ଉପରେ ଅଟକି ରହୁଛି। ଏଥିଲାଗି ମଧ୍ୟ ବିଭିନ୍ନ ସମୟରେ ଦୁର୍ଘଟଣା ସହ ଜୀବନହାନି ଘଟୁଛି। ଜାତୀୟ ରାଜପଥରେ ଫ୍ଲାଏଓଭର, ଅଣ୍ଡରପାସ୍‌ ନ ଥିବାରୁ ଏଭଳି ହେଉଛି। ଏହାକୁ ଦୃଷ୍ଟିରେ ରଖି ରାଜପଥ ପାର୍ଶ୍ୱରେ ଗୋଟିଏ କିମ୍ବା ଦୁଇଟି ଟ୍ରକ ଟର୍ମିନାଲ ନିର୍ମାଣ ଲାଗି ସରକାର ନିଷ୍ପତ୍ତି ନେଇଥିଲେ। ୨୦୨୧ ଡିସେମ୍ବର ୨୧ରେ ଏ ସମ୍ପର୍କରେ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଜମି ଚିହ୍ନଟ କରି ଜଣାଇବାକୁ ଜିଲା ପ୍ରଶାସନକୁ ଚିଠି ଆସିଥିଲା। ଅଦ୍ୟାବଧି ଏହାର ଉତ୍ତର ଜିଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କ ନିକଟକୁ ଯାଇନି। ଫଳରେ ରାଜପଥ ପାର୍ଶ୍ୱରେ ଟ୍ରକ୍‌ ଟର୍ମିନାଲ ନିର୍ମାଣ ପ୍ରସ୍ତାବରେ ଅଟକି ଥିବା ଜଣାପଡିଛି। ସୁରକ୍ଷା ଦୃଷ୍ଟିରୁ ଟ୍ରକ ଟର୍ମିନାଲ ନିର୍ମାଣ ନେଇ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏଣୁ ଅତି ଶୀଘ୍ର ଗୋଟିଏ କିମ୍ବା ୨ ଟର୍ମିନାଲ ନିର୍ମାଣ ଲାଗି ୧୦ରୁ ୨୦ ଏକର ଜମି ଚିହ୍ନଟ କରିବାକୁ କୁହାଯାଇଛି। ଏନେଇ ପରିବହନ କମିଶନର ଓ ରାଜ୍ୟ ପରିବହନ ବିଭାଗକୁ ଜଣାଇବାକୁ ଗଞ୍ଜାମ ଜିଲାପାଳଙ୍କୁ ଚିଠି ଆସିଥିବା ଜଣାଯାଇଛି।
ଗଞ୍ଜାମ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗ୍ରାସୀମ୍‌ କେମିକାଲ ଇଣ୍ଡଷ୍ଟ୍ରିଜ, ଗୋପାଳପୁର ପୋର୍ଟ, ଟାଇଟାନିୟମ ପ୍ଲାଣ୍ଟ, ଆଇଆରଇ ପ୍ଲାଣ୍ଟ, ଟାଟା ଇଣ୍ଡଷ୍ଟ୍ରିଆଲ ପାର୍କ, ଜଗନ୍ନାଥପୁର ସିମେଣ୍ଟ ଗୋଦାମ, ଏଫ୍‌ସିଆଇ ଗୋଦାମ ଓ ଗୁଡ଼ଶେଡ୍‌ ଆଦି ରହିଛି। ଏଥିଲାଗି ଦୈନିକ ବହୁ ସଂଖ୍ୟାରେ ଟ୍ରକ ଏଠାକୁ ଯିବା ଆସିବା କରିଥାନ୍ତି। ଉକ୍ତ ଟ୍ରକଗୁଡିକ ରହିବା ପାଇଁ କୌଣସି ସୁବିଧା ନ ଥିବାରୁ ଏଗୁଡିକ ଜାତୀୟ ରାଜପଥରେ ପାର୍କିଂ ହେଉଛି । ୨୦୨୦ ସୁଦ୍ଧା ଦୁର୍ଘଟଣା ମୃତ୍ୟୁ ସଂଖ୍ୟା ପୂର୍ବ ବର୍ଷ ତୁଳନାରେ ୫୦ ପ୍ରତିଶତ କମାଇବା ନେଇ ସୁପ୍ରିମକୋର୍ଟ ନିର୍ଦ୍ଦେଶନାମା ଜାରି କରିଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ନେଇ ରାଜ୍ୟ ପରିବହନ ବିଭାଗଙ୍କ ନିର୍ଦ୍ଦେଶକ୍ରମେ ଜିଲା ସଡକ ସୁରକ୍ଷା କମିଟି ଗଠନ ହୋଇଥିଲା। ଏହି କମିଟି ବୈଠକରେ ଦୁର୍ଘଟଣାର କାରଣ ଖୋଜା ଯାଇ ଆବଶ୍ୟକ ପଦକ୍ଷେପ ନେବାକୁ କମିଟି ଅଧ୍ୟକ୍ଷ ଜିଲାପାଳ ନିର୍ଦ୍ଦେଶ ଦେଇଥିବା ଦେଖିବାକୁ ମିଳିଛିି ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri