କଲେଜ ବାଇପାସ୍‌-ବସ୍‌ଷ୍ଟାଣ୍ଡ ଦୁଇଥାକିଆ ରାସ୍ତା: ମୋହର ଅପେକ୍ଷାରେ ପ୍ରସ୍ତାବ

ଢେଙ୍କାନାଳ ଅଫିସ, ୧୨ା୭:  ଢେଙ୍କାନାଳ ସହର ଉପକଣ୍ଠ କଲେଜ ବାଇପାସ୍‌ ଛକଠାରୁ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଦୁଇଥାକିଆ ରାସ୍ତା ନିର୍ମାଣ ପ୍ରସ୍ତାବକୁ ମୋହର ବାଜିପାରୁନି। ଏହି ରାସ୍ତାର ଉନ୍ନତୀକରଣ ଲାଗି ଗତ ଫେବୃୟାରୀରୁ ସରକାରଙ୍କ ନିକଟକୁ ପ୍ରସ୍ତାବ ଯାଇଛି। ହେଲେ କରୋନା ପ୍ରାଦୁର୍ଭାବ ଯୋଗୁ ଫାଇଲ୍‌ ଆଗକୁ ବଢ଼ିପାରୁନାହିଁ। ଫଳରେ ୮ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବାକୁ ଥିବା ଏହି ରାସ୍ତାର ଭାଗ୍ୟ ଅନିଶ୍ଚିତତା ଭିତରକୁ ଠେଲି ହୋଇଯାଇଛି।
କଲେଜ ବାଇପାସ୍‌ ଛକରୁ କୁଞ୍ଜକାନ୍ତ-ଗୁଡିଆନାଳୀ ଛକ ଦେଇ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ପ୍ରାୟ ସାଢ଼େ ୩ କିମି ବିଶିଷ୍ଟ ଏହି ରାସ୍ତାକୁ ଦୁଇଥାକିଆ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ଯୋଜନା କରାଯାଇଥିଲା। ଯାନବାହନ ଚଳାଚଳ ସୁବିଧା ଲାଗି ଏଥିରେ ଡିଭାଇଡର କରାଯିବାକୁ ଯୋଜନା ରହିଥିଲା। ରାସ୍ତା ନିର୍ମାଣ ହୋଇଥିଲେ ଟ୍ରାଫିକ୍‌ ସମସ୍ୟା ଅନେକାଂଶରେ ଦୂର ହୋଇପାରନ୍ତା। ହେଲେ ପ୍ରସ୍ତାବ ଅନୁମୋଦନ ହେବା ପୂର୍ବରୁ କରୋନା ଏଥିରେ କଣ୍ଟା ସାଜିଥିବା ବୁଦ୍ଧିଜୀବୀମାନେ କହିଛନ୍ତି।
ଏ ସଂକ୍ରାନ୍ତରେ ପୂର୍ତ୍ତ ବିଭାଗ ନିର୍ବାହୀଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ କୁହନ୍ତି, କରୋନା ନିୟନ୍ତ୍ରଣାଧୀନ ହେବାପରେ ଏହି ପ୍ରସ୍ତାବ ଅନୁମୋଦନ ହେବ ବୋଲି ଅନୁମାନ କରାଯାଉଛି। ଏହାପରେ କାର୍ଯ୍ୟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri