ଏସ୍‌ସିବିରେ କାର୍ଯ୍ୟକ୍ଷମ ହେବ ପ୍ରସ୍ତାବିତ କୋଭିଡ୍‌ ହସ୍ପିଟାଲ

କଟକ ଅଫିସ,୨ା୯:ଏସ୍‌ସିବି ଆଇସୋଲେଶନ ୱାର୍ଡରେ ବର୍ତ୍ତମାନ କ୍ଷମତାଠାରୁ ଅଧିକ ସଂଖ୍ୟକ କରୋନା ଆକ୍ରାନ୍ତ ଓ ସନ୍ଦିଗ୍ଧଙ୍କ ଚିକିତ୍ସା କରାଯାଉଛି। ଏଥିଯୋଗୁ ରୋଗୀ ସେବା ପ୍ରଭାବିତ ହେବା ସହ ରୋଗୀ, ରୋଗୀ ସମ୍ପର୍କୀୟ ଓ ସ୍ବାସ୍ଥ୍ୟକର୍ମୀମାନେ ଏକ ପ୍ରକାର ମାନଶିକ ଚାପ ମଧ୍ୟରେ ଗତି କରୁଛନ୍ତି ା ତେଣୁ ସ୍ଥିତିରେ ସୁଦ୍ଧାର ଆଣିବା ପାଇଁ ଏସ୍‌ସିବି ମେଡିକାଲ କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ଡା.ବିପିନ୍‌ ବିହାରୀ ପ୍ରଧାନଙ୍କ ପୌରୋହିତ୍ୟରେ ଏକ ଜରୁରୀକାଳୀନ ବୈଠକ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ବୁଧବାର ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟ ସରକାରଙ୍କ ଅତିରିକ୍ତ ମେଡିକାଲ ଶିକ୍ଷା ଓ ତାଲିମର ନିର୍ଦ୍ଦେଶକ ଡା. ବି. କେ. ଦାସ କହିଥିଲେ, ଆସନ୍ତା ୭ ଦିନ ମଧ୍ୟରେ ଏସ୍‌ସିବିରେ ୨୫୦ ଶଯ୍ୟାବିଶିଷ୍ଟ କୋଭିଡ ହସ୍ପିଟାଲ ପ୍ରତିଷ୍ଠା ହେବ ବୋଲି ଯୋଜନା ରହିଛି। ସେହିପରି ଅଧ୍ୟକ୍ଷ ପ୍ରଧାନ କହିଥିଲେ, କରୋନା ଯୋଗୁ ରାଜ୍ୟ ଏକ ପ୍ରକାର ସଂକଟ ସମୟ ଦେଇ ଗତି କରୁଛି ା ତେଣୁ ଏଭଳି ସମୟରେ ଡାକ୍ତର ଓ ଡାକ୍ତରୀ ଛାତ୍ରମାନେ କାର୍ଯ୍ୟ ବନ୍ଦ କିମ୍ବା ଆନ୍ଦୋଳନ ନିଷ୍ପତ୍ତିରୁ ନିବୃତ୍ତ ରହିବାକୁ ସେ ନିବେଦନ କରିଥିଲେ। ସେହିପରି ଆଲୋଚନାର ସମସ୍ତ ବିଷୟକୁ ପ୍ରାଥମିକତା ଆଧାରରେ ବିଚାରକୁ ନିଆଯିବା ପାଇଁ ସରକାରଙ୍କ ପାଖରେ ପ୍ରସ୍ତାବ ରଖାଯିବ ବୋଲି ସେ କହିଥିଲେ। ବୈଠକରେ ପିଜି ଡାକ୍ତରୀ ଛାତ୍ର ସଂଘ ସଭାପତି ଡା. ଆଶିଷ ମିଶ୍ର ଯୋଗଦେଇ କର୍ତ୍ତବ୍ୟରତ ଡାକ୍ତରଙ୍କ ସୁରକ୍ଷା ଓ କୋଭିଡ ପ୍ରୋତ୍ସାହନ ପାଇଁ ଦାବି କରିଥିଲେ। ଏହା ବ୍ୟତିତ ପିଜି ପ୍ରଥମ ବର୍ଷର ଛାତ୍ରମାନଙ୍କୁ ପର୍ଯ୍ୟାୟକ୍ରମେ ଆଭ୍ୟନ୍ତରୀଣ ଅଞ୍ଚଳରୁ ଆଣି ଏସ୍‌ସିବିରେ ନିୟୋଜିତ କରିବାକୁ ପ୍ରସ୍ତାବ ଦେଇଥିଲେ। କାର୍ଡିଓଲୋଜି ବିଭାଗର ଏଚ୍‌ଓଡି ଡା. ଏସ୍‌. ଏନ୍‌. ରାଉତରାୟ ଆଇନଶୃଙ୍ଖଳା ନିମନ୍ତେ ଡିସିପି ଓ ମଙ୍ଗଳାବାଗ ଆଇଆଇସିଙ୍କ ସହ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ଆଲୋଚନା କରିବାକୁ ପ୍ରସ୍ତାବ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri