ଶିବଗଙ୍ଗା ପୋଖରୀର ସୁରକ୍ଷା ପାଚେରି ଧସିଲା

ଚାନ୍ଦବାଲି,୭।୨(କିଷାନ ପାତ୍ର): ଭଦ୍ରକ ଜିଲାର ପ୍ରମୁଖ ଶୈବପୀଠ ଆରଡ଼ି ଆଖଣ୍ଡଳମଣି ପୀଠରେ ଥିବା ଶିବଗଙ୍ଗା ପୋଖରୀ ପାଚେରି ସୋମବାର ବିଳମ୍ବିତ ରାତିରେ ଧସିଛି। ଏହି ପୋଖରୀକୁ ଲାଗିଥିବା ୪୦ ଫୁଟ୍‌ ଲମ୍ବର ଡ୍ରେନ୍‌ ଓ ସୁରକ୍ଷା ପାଚେରି ୨୦ ଫୁଟ୍‌ ତଳକୁ ଧସିଯାଇଛି। ଫଳରେ ପୋଖରୀ ପାଖ ରାସ୍ତା ସାରା ବଡ଼ ବଡ଼ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ମାସେରୁ ଊର୍ଦ୍ଧ୍ୱ ହେଲା ପୁଷ୍କରିଣୀକୁ ଶୁଖାଯାଇ କାମ ଜାରି ରହିଛି। ଏହି କାମ ସମୟରେ ଉକ୍ତ ଡ୍ରେନ୍‌ ଓ ପାଚେରି ପାର୍ଶ୍ୱରୁ ମାଟି ଖୋଳି ନେବାରୁ ଧସିଥିବା କୁହାଯାଉଛି। ତେବେ ଏହି ଘଟଣା ରାତିରେ ଘଟିଥିବାରୁ ଏକ ବଡ଼ ଧରଣର ବିପଦ ଟଳିଯାଇଛି।
ଗୋଟିଏ ପଟେ ବିକାଶମୂଳକ କାର୍ଯ୍ୟ ଚାଲିଥିବା ବେଳେ ଏହି ଘଟଣାକୁ ନେଇ ସେବାୟତଙ୍କ ସହ ବିରୋଧୀ ରାଜନୈତିକ ଦଳ ତୀବ୍ର ପ୍ରତିକ୍ରିୟା ରଖିଛନ୍ତି। ସେବାୟତ ଲଲାଟ କିଶୋର ପାଢ଼ୀ କହିଛନ୍ତି, ଆରଡ଼ି ପୀଠକୁ ପ୍ରତିଦିନ ହଜାର ହଜାର ଶ୍ରଦ୍ଧାଳୁ ଆସୁଥିବା ବେଳେ ଏତେ ନିମ୍ନମାନର କାମ ଦିନେ ବିପଦରେ ପକାଇବ। କାର୍ଯ୍ୟ ସ୍ଥଳକୁ ବିଭାଗୀୟ ଯନ୍ତ୍ରୀ କେବେ ବି ଆସୁ ନ ଥିବା ସେ ପ୍ରକାଶ କରିଛନ୍ତି। ସେହିପରି ଭାଜପା ନେତା ଉପେନ୍ଦ୍ର ରାଉଳ ଏହି ଘଟଣାକୁ ନିନ୍ଦା କରିବା ସହ ଉଭୟ ଠିକାଦାର ଓ ଶାସକ ଦଳର ନେତାଙ୍କ ମଧୁଚନ୍ଦ୍ରିକା ପାଇଁ ଏଭଳି ଘଟଣା ଘଟିଛି ବୋଲି କହିଛନ୍ତି। କଂଗ୍ରେସ ନେତା ସତ୍ୟାନନ୍ଦ ରାଉତ କହିଛନ୍ତି, ଆଗରୁ ମଧ୍ୟ ପୋଖରୀ ପାଖରେ ଥିବା ନାଲ୍‌କୋ ବିଲ୍ଡିଂର ୨୨ ବଖରା ଉଦ୍‌ଘାଟନ ପୂର୍ବରୁ ଧସିଯାଇଥିଲା। ଏ ଘଟଣା କିଛି ନୂଆ ନୁହେଁ, ଏହାର ତଦନ୍ତ କରାଯାଇ ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ମିଳିତ ଲୁଟ୍‌କୁ ବନ୍ଦ କରାଯାଉ। ପୂର୍ତ୍ତ ବିଭାଗ ଅଧିକାରୀ ଅମ୍ବିକା ସ୍ବାଇଁ ମଙ୍ଗଳବାର ସକାଳେ ଘଟଣାସ୍ଥଳକୁ ଆସି ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri