ତୃତୀୟ ଦିବସରେ ପହଞ୍ଚିଲା ରାଜସ୍ବ ଅମଲା ସଂଘର ଆନ୍ଦୋଳନ

କେନ୍ଦୁଝର,୧୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜସ୍ବ ଅମଲାମାନଙ୍କ ସାମୁହିକ ଛୁଟି ଆଜି ତୃତୀୟ ଦିବସରେ ପହଞ୍ଚିଲା। କେନ୍ଦୁଝରରେ ଏହି ଆନ୍ଦୋଳନ ଯୋଗୁ ବିଭିନ୍ନ ଜିଲାର ସମସ୍ତ ବ୍ଲକ, ତହସିଲ, ICDS, ITDA,RTO ପ୍ରଭୃତି ଗୁଡ଼ିକରେ ସମସ୍ତ ପ୍ରକାର କାର୍ଯ୍ୟ ଏକ ପ୍ରକାର ଠପ୍‌ ହୋଇଯାଇଛି। ଏଥିରେ ସରକାର ଭୟଭୀତ ହୋଇ ଛୁଟିକୁ ବାତିଲ କରିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଏଥିରେ ରାଜ୍ୟର ୩୦ଟି ଜିଲାର ନେତୃମଣ୍ଡଳୀଙ୍କୁ ନେଇ ଏକ ଆଭାସି ବୈଠକ ହୋଇଥିଲା। ବୈଠକରେ ସରକାରଙ୍କର ଏଭଳି ନିଷ୍ପତ୍ତିକୁ ଘର ନିନ୍ଦା କରାଯିବା ସଙ୍ଗେସଙ୍ଗେ ଏହା ଏକ ଦୁର୍ଭାଗ୍ୟଜନକ ଓ ମନ୍ତ୍ରୀଙ୍କର ଉକ୍ତି ସମସ୍ତ ରାଜସ୍ବ ଅମଲାଙ୍କୁ ଏକ କଟାକ୍ଷ ବୋଲି ମତ ପ୍ରକାଶ ପାଇଥିଲା ବୋଲି ଏକ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି। ଏହା ପରେ ପରେ ସମସ୍ତ ଜିଲାର ଅମଲାଙ୍କୁ ଆଗାମୀ ଦିନର କାର୍ଯ୍ୟପନ୍ଥା ବିଷୟରେ ମତାମତ ଲୋଡ଼ା ଯାଇଥିଲା। ସମସ୍ତ ଜିଲାର ଅମଲାମାନେ ସରକାର ଯେକୌଣସି ପଦକ୍ଷେପ ନେଲେ ମଧ୍ୟ ଯେ ପର୍ଯ୍ୟନ୍ତ LEVEL-୯ ଓ ପଦବୀ ପୁନର୍ଗଠନ ନହେଇଛି ସେପର୍ଯ୍ୟନ୍ତ କେହି କାର୍ଯ୍ୟରେ ଯୋଗ ନ ଦେବା ପାଇଁ ସହମତି ଦେଇଥିଲେ ବୋଲି କୁହାଯାଇଛି। କେନ୍ଦୁଝର ଜିଲା ମଧ୍ୟ ଏଥିରେ ସହମତି ପ୍ରକାଶ କରି ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛି ଏବଂ ପୂର୍ବପରି ଆନ୍ଦୋଳନ ଯେପରି ଚାଲୁ ରହିଥିଲା। ଠିକ୍‌ ସେମିତି ଆନନ୍ଦପୁର, ଚମ୍ପୁଆ ଓ ଜିଲା ମୁଖ୍ୟାଳୟରେ ଆନ୍ଦୋଳନ ଆହୁରି ତୀବ୍ରତର କରାଯିବ ବୋଲି ସଭାପତି ଜିତେନ୍ଦ୍ର ମହାପାତ୍ର, ସମ୍ପାଦକ ପ୍ରଭାତେନ୍ଦୁ ନାୟକ, ମିଡିଆ ସଂଯୋଜକ ପୀତବାସ ମହାନ୍ତ, କାର୍ଯ୍ୟକାରୀ ସଭାପତି ସଚିନ କୁମାର ପଣ୍ଡା, ମିନତୀ ସାହୁ, ଉପଦେଷ୍ଟା ଭୁବନେଶ୍ୱର ମହାପାତ୍ର, କୈଳାସ ଚନ୍ଦ୍ର ମଲ୍ଲିକ, ସନ୍ତୋଷ କୁମାର ରଣା, ପ୍ରଭାତୀ ପ୍ରଧାନ, ଗୌରାଙ୍ଗ ଚରଣ ଜେନା ପ୍ରମୁଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri