ବଦଳି ଦାବି କରି ଅଡ଼ି ବସିଥିଲେ ଆନ୍ଦୋଳନକାରୀ, ଛୁଟିରେ ପଳେଇଲେ ପ୍ରଧାନଶିକ୍ଷକ

ଭୋଗରାଇ,୧୭ା୯(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ସିଆଁରୋଇ ପଞ୍ଚାୟତ ବେଲଦା ଗାଁ ନୀଳକଣ୍ଠ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ବିଭିନ୍ନ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ସୋମବାର ଓ ମଙ୍ଗଳବାର ଅଭିଭାବକ ଛାତ୍ରୀଛାତ୍ର ସ୍କୁଲ ଗେଟ୍‌ରେ ତାଲାପକାଇ ଉକ୍ତ ପ୍ରଧାନଶିକ୍ଷକଙ୍କୁ ବଦଳି ଦାବିରେ ପ୍ରତୀକ ଆନ୍ଦୋଳନ କରିଥିଲେl ଆନ୍ଦୋଳନ ଯୋଗୁ ୨ ଦିନ ପାଠପଢ଼ା ଠପ୍‌ ହୋଇ ଗ୍ରାମରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଘଟଣାସ୍ଥଳକୁ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ନିହାର ରଞ୍ଜନ ଦାସ ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲାବେଳେ ଆନ୍ଦୋଳନକାରୀମାନେ ପ୍ରଧାନଶିକ୍ଷକଙ୍କ ବଦଳି ଦାବିରେ ଅଡ଼ି ରହିଥିଲେ।

ଜିଲାଶିକ୍ଷାଧିକାରୀ ଉକ୍ତ ସ୍କୁଲର ପ୍ରଧାନଶିକ୍ଷକ ସୁନାରାମ ବେହେରାଙ୍କୁ ଛୁଟିରେ ଯିବା ସହିତ ଉକ୍ତ ସ୍କୁଲର ସହକାରୀ ଶିକ୍ଷକ ଶୁକ୍ରାଚାର୍ଯ୍ୟ ପଟ୍ଟାୟତକୁ ପ୍ରଧାନଶିକ୍ଷକ ଦାୟିତ୍ୱ ଦେବାରୁ ଆନ୍ଦୋଳନକାରୀମାନେ ଆନ୍ଦୋଳନରୁ ହଟିବାରୁ ସ୍କୁଲରେ ପାଠପଢ଼ା ସ୍ବାଭାବିକ ହୋଇଥିଲା। ଏହି ଘଟଣାରେ ପ୍ରଧାନଶିକ୍ଷକ ଏକ କୁଚକ୍ରୀ ଗୋଷ୍ଠୀ ଦ୍ୱାରା ବିରୋଧ ସମ୍ମୁଖୀନ ହେବା ସହ ତାଙ୍କ ନାମରେ ହୋଇଥିବା ଅଭିଯୋଗ ଭିତ୍ତିହୀନ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?