ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ ପରିବେଶ ମଞ୍ଜୁରୀ ନିମନ୍ତେ ଚାଲିଥିବା ଏହି ପ୍ରକ୍ରିୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିବାରୁ ଶେଷରେ ଜନଶୁଣାଣିକୁ ଅଧାରୁ ସ୍ଥଗିତ ରଖାଯାଇଛି।
ଶୁକ୍ରବାର ସକାଳେ ମହମ୍ମଦନଗର ପାଟଣା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏହି ଜନଶୁଣାଣି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସେଖସରେଇ ଗ୍ରାମର ୫.୬୬୫ ହେକ୍ଟର ପରିମିତ ଅଞ୍ଚଳରେ ଥିବା ବାଲି ଖଦାନରୁ ଖନନ ପ୍ରକ୍ରିୟା ଆରମ୍ଭ କରିବା ପୂର୍ବରୁ ସ୍ଥାନୀୟ ଲୋକଙ୍କ ମତାମତ ଲୋଡ଼ାଯାଇଥିଲା। ଶୁଣାଣି ଚାଲିଥିବା ବେଳେ ବାଲି ଉତ୍ତୋଳନକୁ ସପକ୍ଷ ଓ ବିପକ୍ଷରେ ଥିବା ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଯୁକ୍ତିତର୍କ ଆରମ୍ଭ ହୋଇଥିଲା। ଏହା ଦେଖୁଦେଖୁ ଉଗ୍ରରୂପ ଧାରଣ କରିଥିଲା ଏବଂ ଉଭୟ ପକ୍ଷ ମଧ୍ୟରେ ଧସ୍ତାଧସ୍ତି ଓ ଗୋଷ୍ଠୀ ସଂଘର୍ଷ ଦେଖାଦେଇଥିଲା। ପରିସ୍ଥିତି ଅଣାୟତ୍ତ ହେବାରୁ ପ୍ରଶାସନ ପକ୍ଷରୁ କାର୍ଯ୍ୟକ୍ରମକୁ ତୁରନ୍ତ ବନ୍ଦ କରାଯାଇଥିଲା। ଉତ୍ତେଜନା ଦେଖାଦେବାରୁ ସୁରକ୍ଷା ଦୃଷ୍ଟିରୁ ଜନଶୁଣାଣିକୁ ଅଧାରୁ ବନ୍ଦ ରଖାଯାଇଛି। ଆଗାମୀ ଦିନରେ ଏନେଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। ସୁଧାକର ନାୟକ, ଅତିରିକ୍ତ ଜିଲାପାଳ (ରାଜସ୍ବ)  ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ମୁତୟନ କରାଯାଇଥିବା କହିଛନ୍ତି। ବାଲି ଖନନ ଦାରା ପରିବେଶ ଉପରେ ପଡ଼ିବାକୁ ଥିବା ପ୍ରଭାବ ଓ ସ୍ଥାନୀୟ ସମସ୍ୟାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଥିବା ଅସନ୍ତୋଷ ଏହି ସଂଘର୍ଷର ମୁଖ୍ୟ କାରଣ ବୋଲି କୁହାଯାଉଛି। ବର୍ତ୍ତମାନ ପାଇଁ ଉକ୍ତ ଅଞ୍ଚଳରେ ପରିସ୍ଥିତି ଉପରେ ନଜର ରଖାଯାଇଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?