ଉନ୍ନୟନମୂଳକ କାର୍ଯ୍ୟ ତଦାରଖ କଲେ ୩ ଜିଲାର ଜନପ୍ରତିନିଧି

ପୁରୁଷୋତ୍ତମପୁର,୧୯ା୨(ଡି.ଏନ୍‌.ଏ.): ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ କରାଯାଉଥିବା ଉନ୍ନୟନମୂଳକ କାର୍ଯ୍ୟରେ କଭଳି ନୂତନ ବୈଷୟିକ କାରିଗରୀ ନକ୍ସାର ଢାଞ୍ଚାରେ କାର୍ଯ୍ୟଶୈଳୀଗୁଡ଼ିକୁ ଦେଖିବା ଲାଗି ରାଜ୍ୟର ବିଭିନ୍ନ ଜିଲାରୁ ଜନପ୍ରତିନିଧିମାନେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକକୁ ଆସିଥିଲେ। ବଡ଼ଖରିଡ଼ା କାଳେଶ୍ବର ମନ୍ଦିରକୁ ଯାଇ ସେଠାରେ ଅତ୍ୟାଧୁନିକ ଢାଞ୍ଚାରେ ନିର୍ମାଣ କରାଯାଇଥିବା ମଡେଲ ପାର୍କକୁ ପରିଦର୍ଶନ କରିଥିଲେ। ଜିଲା ପ୍ରଶାସନ ବ୍ଲକ ପ୍ରଶାସନର କର୍ମଚାରୀ ଓ ଏଠିକା ଜନପ୍ରତିନିଧିଙ୍କ ସହ ଆଲୋଚନା କରି କାର୍ଯ୍ୟର ମାନ ସମ୍ପର୍କରେ ବୁଝି ଶିକ୍ଷା ଅର୍ଜନ କରିଛନ୍ତି। ଏଭଳି ଢାଞ୍ଚାରେ ନିଜ ନିଜର ଅଞ୍ଚଳରେ ବିକାଶ ମୂଳକ କାର୍ଯ୍ୟ କରିବା ଲାଗି ଗୁରୁତ୍ୱ ଦେଇଛନ୍ତି। ସେଠାରୁ ଭୀମପୁର ପଞ୍ଚାୟତର ମୁକ୍ତେଶ୍ବର ହାଇସ୍କୁଲକୁ ଯାଇ ସ୍ମାର୍ଟ କ୍ଲାସ ଶ୍ରେଣୀ ଗୃହ ବୁଲି ଦେଖିବା ସହ ଐତିହାସିକ ଜଉଗଡ଼ ଓ ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ପୀଠରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟର ମାନ ଦେଖିଥିଲେ। ଏହି ଜନ ପ୍ରତିନିଧିମାନଙ୍କ ମଧ୍ୟରେ ମାଲକାନଗିରି ଜିଲାର ୨୨ଜଣ, ବୌଦ୍ଧର ୧୨ ଜଣ ଓ କନ୍ଧମାଳ ଜିଲାର ୩୯ଜଣ ଜନ ପ୍ରତିନିଧିମାନେ ରହିଥିଲେ। ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ପ୍ରକଳ୍ପ ଅଧିକାରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ବିଡିଓ ବିଜୟ କୁମାର ବେହେରା, ସିଡିପିଓ ବବିତା ଚ୍ୟାଉପଟ୍ଟନାୟକ, ବ୍ଲକ କୃଷି ଅଧିକାରୀ ଡଃ ପ୍ରମୋଦ କୁମାର ମହାପାତ୍ର, ଜିଲା ବିଜେଡିର ସାଧାରଣ ସମ୍ପାଦକ ନିର୍ମଳ ଚନ୍ଦ୍ର ସାହୁ, ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରାଙ୍କ ସମେତ ଜନପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri