ସ୍ବଚ୍ଛତାରେ ଯୋଡ଼ିହେବେ ପୂଜା କମିଟି

ଢେଙ୍କାନାଳ ଅଫିସ, ୨।୧:  ଢେଙ୍କାନାଳ ସହରର ପୂଜା ପ୍ରତିଷ୍ଠାନଗୁଡ଼ିକୁ ସ୍ବଚ୍ଛତା କାର୍ଯ୍ୟକ୍ରମରେ ସାମିଲ କରାଯିବ। ସହର ସୌନ୍ଦର୍ଯ୍ୟକରଣରେ ସେମାନେ ପ୍ରମୁଖ ଭୂମିକା ଗ୍ରହଣ କରିବେ। ପୌରସଂସ୍ଥା ପକ୍ଷରୁ ଲକ୍ଷ୍ମୀବଜାର ଇନ୍ଦିରା ଗାନ୍ଧୀ ସୁପରମାର୍କେଟ୍‌ କମ୍ପ୍ଲେକ୍ସ ପ୍ରାଙ୍ଗଣରେ ଆୟୋଜିତ ‘ସଫେଇ ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଏହି ପ୍ରସ୍ତାବ ଗୃହୀତ ହୋଇଛି। ଜିଲାପାଳ ସରୋଜ କୁମାର ସେଠୀ ଯୋଗଦେଇ ସହର ସୌନ୍ଦର୍ଯ୍ୟବୃଦ୍ଧି ଉପରେ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ।
ମିଳିତ ବଜାର ଲକ୍ଷ୍ମୀପୂଜା କମିଟି ସଭାପତି ବିଶ୍ୱନାଥ ବେହେରାଙ୍କ ଅଧ୍ୟକ୍ଷତାରେ ପୌର ନିର୍ବାହୀ ଅଧିକାରୀ ଅତନୁ ସାମନ୍ତ ଓ ପୌରଯନ୍ତ୍ରୀ ରଶ୍ମିତା ମିଶ୍ର ଉପସ୍ଥିତ ଥିଲେ। ସମସ୍ତ ଲକ୍ଷ୍ମୀପୂଜା ପ୍ରତିଷ୍ଠାନକୁ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ରକ୍ଷା କ୍ଷେତ୍ରରେ ସାମିଲ କରିବାକୁ ଶିକ୍ଷାବିତ୍‌ ପ୍ରଦ୍ୟୁମ୍ନ ରଥ ମତ ଦେଇଥିଲେ। ଏଣିକି ପ୍ରତି ୱାର୍ଡରେ ସ୍ବଚ୍ଛତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ‘ସଫେଇ ପେ ଚର୍ଚ୍ଚା, ଚାଏ କେ ସାଥ’ ଏହାର ଥିମ୍‌ ରହିବ। ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରାଯିବ। ପୂର୍ବତନ ନଗରପାଳ ସୁନୀଲ୍‌ କୁମାର ଶର୍ମା, ଇନ୍ଦ୍ରମଣି ବେହେରା, ସୁଧାଂଶୁ ଦଳେଇ, ରୋଟାରିଆନ୍‌ ରାଜକିଶୋର ବେହେରା, ସ୍ବଚ୍ଛତା ସହଯୋଗୀ ‘ହେଲ୍‌ପିଂ ହ୍ୟାଣ୍ଡ ସୋସାଇଟି’ର କର୍ମକର୍ତ୍ତାମାନେ ଆଲୋଚନାରେ ଭାଗନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri