Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୮।୨: ଆମ ଆଦମୀ ପାର୍ଟି ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲଙ୍କ ଉପରେ କୁମାର ବିଶ୍ୱାସଙ୍କ ଦ୍ୱାରା ଲଗାଯାଇଥିବା ଅଭିଯୋଗକୁ ନେଇ ରାଜନୀତି ତୀବ୍ର ହୋଇଛି। କେଜ୍‌ରିୱାଲଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ ପାଇଁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି କହିଛନ୍ତି। ସେ କହିଛନ୍ତି, ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ ମୁଁ କୁମାର ବିଶ୍ୱାସଙ୍କ ଭିଡିଓ ମାମଲାରେ ନ୍ୟାୟପୂର୍ଣ୍ଣ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରୁଛି। ରାଜନୀତିକୁ ଛାଡି ପଞ୍ଜାବର ଲୋକମାନେ ବିଚ୍ଛିନ୍ନତାବାଦ ବିରୋଧରେ ଲଢେଇ କରିଛନ୍ତି। ମାନ୍ୟବର ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ପଞ୍ଜାବୀର ସମସ୍ୟାର ସମାଧାନ କରିବା ଆବଶ୍ୟକ ରହିଛି।
ସୂଚନାଯୋଗ୍ୟ, ନିକଟରେ କୁମାର ବିଶ୍ୱାସ ପ୍ରକାଶ କରିଛନ୍ତି ଯେ, ଅରବିନ୍ଦ କେଜ୍‌ରିୱାଲ ଜଣେ ବିଚ୍ଛିନ୍ନତାବାଦୀ ସମର୍ଥକ। ତାଙ୍କ ସ୍ବପ୍ନ ହେଉଛି ଯେକୌଣସି ଉପାୟରେ ପଞ୍ଜାବର ଶକ୍ତି ହାସଲ କରିବା। କେଜ୍‌ରିୱାଲ ମୋତେ ଥରେ କହିଥିଲେ ଯେ ମୁଁ ପଞ୍ଜାବର ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛି କିମ୍ବା ମୁଁ ଖଲିସ୍ତାନର ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଛି।
ନିକଟରେ ଆବୋହରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିବାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବତନ ଆମ ଆଦମୀ ଦଳର ନେତା କୁମାର ବିଶ୍ୱାସଙ୍କ ଅଭିଯୋଗ ଉପରେ କେଜ୍‌ରିଓ୍ବାଲଙ୍କୁ ଘେରି ଥିଲେ। ତାଙ୍କ ଉଦ୍ଦେଶ୍ୟ ଅଧିକ ବିପଜ୍ଜନକ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri