ଆରମ୍ଭ ହେଲା ଧାନ କିଣା

ବାରିପଦା ଅଫିସ,୪ ।୨ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିର୍ଦ୍ଦେଶନୁସାରେ ଚଳିତ ଖରିଫ ଋତୁରେ ମୟୂରଭଞ୍ଜ ଜିଲାରୁ ଧାନ କିଣା ଆରମ୍ଭ ହୋଇଛି। ଜିଲାର ଶାମାଖୁଣ୍ଟା ଲ୍ୟାମ୍ପସ୍‌ ଜରିଆରେ ପଞ୍ଜୀକୃତ ଚାଷୀମାନଙ୍କ ଠାରୁ ସୋମବାର ଧାନ କିଣାଯାଇଛି। ଜିଲାପାଳ ବିନୀତ ଭରଦ୍ୱାଜ ଆନୁଷ୍ଠାନିକ ଭାବେ ଧାନ ମଣ୍ଡି ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ସୁରେନ୍ଦ୍ର କୁମାର ପାଢ଼ୀ, ସଦର ଯୋଗାଣ ଅଧିକାରୀ ଦିଲ୍ଲୀପ କୁମାର ପାଣିଗ୍ରାହୀ, ଡିଆର୍‌ସିଏସ୍‌ ଦମୟନ୍ତି ସିଂ, ଏସ୍‌ଆର୍‌ସିଏସ୍‌ ତୁଷାରକାନ୍ତ ମହାନ୍ତି, ଆର୍‌ଏମ୍‌ସି ସମ୍ପାଦକ ସୁଧାକର ସାହୁ, ଶାମାଖୁଣ୍ଟା ବିଡିିଓ ଓ ତହସିଲଦାର ପ୍ରମୁଖ ଉପସ୍ଥିତ ଥିଲେ। ଚଳିତ ବର୍ଷ ଜିଲାରୁ ୧୪ ମିଲରଙ୍କ ଜରିଆରେ ମୋଟ ୧୮ ଲକ୍ଷ ୫୮ ହଜାର ୭୯୯.୭୫ କୁଇଣ୍ଟାଲ୍‌ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ୧୪ଲକ୍ଷ ୨୬ହଜାର ୪୭୦.୫୮ କୁଇଣ୍ଟାଲ୍‌ ଧାନ କିଣା ହେବ। ଏ ନେଇ ଜିଲାର ୫୨ଟି ପ୍ରାଥମିକ ସମବାୟ ସମିତି (ପ୍ୟାକ୍ସ) ଓ ଲ୍ୟାମ୍ପସ୍‌ ଅଧୀନରେ ଥିବା ୧୦୧ଟି କେନ୍ଦ୍ର(ମଣ୍ଡି)ଜରିଆରେ ଧାନ କ୍ରୟ କରାଯିବ। ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଜିଲାର ମୋଟ ୭୧ହଜାର ୮୭୭ଚାଷୀ ନାମ ପଞ୍ଜୀକରଣ କରିଥିବା ବେଳେ ସେଥି ମଧ୍ୟରେ ୮୭୭ଜଣ ଭାଗ ଚାଷୀ ରହିଛନ୍ତି। ଏହି ଅବସରରେ ଜୟଗୋପାଲ ମହାନ୍ତ, ପଲ୍ଲବ କୁମାର ବେହେରା ଓ ଭରତ ଚନ୍ଦ୍ର ମହାନ୍ତ ପ୍ରମୁଖ ୩ ପଞ୍ଜୀକୃତ ଚାଷୀ ୧୮୦ କୁଇଣ୍ଟାଲ ଧାନ ବିକ୍ରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri