ପୂର୍ତ୍ତବିଭାଗ ଅତିଥି ଭବନ ଅସମ୍ପୂର୍ଣ୍ଣ

ଖଇରା,୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡସ୍ଥିତ ପୂର୍ତ୍ତବିଭାଗର ନୂତନ ଅତିଥି ଭବନ ୪ବର୍ଷ ହେଲା ଅଧାପନ୍ତରିଆ ଅବସ୍ଥାରେ ରହିଛି। ତୁରନ୍ତ ଏହାକୁ ସମ୍ପୂର୍ଣ୍ଣ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।
ବାହାରୁ ଆସୁଥିବା ବିଭାଗୀୟ ଅଧିକାରୀଙ୍କ ପାଇଁ ଘର ଆବଶ୍ୟକତା ଦୃଷ୍ଟିରୁ ୨୦୧୮ରେ ଗଣ୍ଡିବେଡସ୍ଥିତ ପୂର୍ତ୍ତ ବିଭାଗ କନିଷ୍ଠଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପରିସରରେ ଏକ ଅତିଥିଭବନ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ ଉକ୍ତ ଘର ନିର୍ମାଣ କାର୍ଯ୍ୟ ୨୦୧୯ରେ ଶେଷ ହେବା କଥା । ହେଲେ ଠିକାଦାର ବେପରୁଆ ଭାବେ ଏହାକୁ ଅଧାରୁ ଛାଡି ଚାଲିଯିବା କାରଣରୁ ଅଧାପନ୍ତରିଆ ଅବସ୍ଥାରେ ରହିଛି। ଏଭଳିକୁ ଉକ୍ତ କୋଠାରେ ଅନାବନା ଗଛ ଉଠି ଏବେ ଏହା ଭୂତକୋଠିରେ ପରିଣତ ହେଲାଣି। ତେବେ କାର୍ଯ୍ୟାଦେଶ ପାଇଥିବା ଠିକାଦାର ନିଜେ ନ କରି ଅନ୍ୟ ଜଣେ ସ୍ଥାନୀୟ ଠିକାଦାରଙ୍କୁ ସବଟେଣ୍ଡର ସୂତ୍ରରେ ଦେଇ କାମ କରାଇବା କାରଣରୁ ବର୍ତ୍ତମାନ ଏଭଳି ଅବସ୍ଥା ସୃଷ୍ଟି ହୋଇଛି। ଠିକାଦାରଙ୍କ ଏଭଳି ଖାମଖିଆଲି ନୀତି ବିରୋଧରେ ଉଚ୍ଚପଦସ୍ଥ ଅଧିକାରୀମାନେ ଦୃଢ ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ କାର୍ଯ୍ୟର ଅଗ୍ରଗତିରେ ବାଧା ସୃଷ୍ଟି ହୋଇଥିବା କୁହାଯାଉଛି । ଏ ସମ୍ପର୍କରେ ଗଣ୍ଡିବେଡସ୍ଥିତ ବରିଷ୍ଠ ନାଗରିକ ମଞ୍ଚ ତରଫରୁ ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ଗୁରୁବାର ଲିଖିତ ଅଭିଯୋଗ କରାଯିବା ସହ ହସ୍ତକ୍ଷେପ କରି ତୁରନ୍ତ ଘର ପୂର୍ଣ୍ଣାଙ୍ଗ ପାଇଁ ପଦକ୍ଷେପ ନିଆଯିବାକୁ ଅନୁରୋଧ କରାଯାଇଛି । ୩୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏହି ଅତିଥିଭବନ ଏଭଳି ଛାଡି ଦିଆଯିବାରେ ସରକାରଙ୍କ ଲକ୍ଷ୍ୟ ପୂରଣ ହୋଇ ପାରୁ ନ ଥିବା ମଞ୍ଚ ସଦସ୍ୟ ପଦ୍ମଲୋଚନ ଜେନା, ପ୍ରତାପ ଗିରି, ସୁଧାଂଶୁ ଦାସ, ବିଷ୍ଣୁ ପ୍ରସାଦ ନାୟକ, ଅକ୍ଷୟ କୁମାର ଦାସ ଓ ଜିତେନ୍ଦ୍ର କୁମାର ପଣ୍ଡା ପ୍ରମୁଖ କହିଛନ୍ତି । ଏ ସମ୍ପର୍କରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ହରିଶ ଚନ୍ଦ୍ର ଦ୍ୱାରୀଙ୍କୁ ଯୋଗାଯୋଗ କରାଯିବାରୁ ପୁରୁଣା ଠିକାଦାରଙ୍କ ଟେଣ୍ଡର ବାତିଲ କରି ନୂତନ ଟେଣ୍ଡର କରାଯିବା ବ୍ୟବସ୍ଥା କରାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri