ପୂର୍ତ୍ତବିଭାଗ ଅତିଥି ଭବନ ଅସମ୍ପୂର୍ଣ୍ଣ

ଖଇରା,୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡସ୍ଥିତ ପୂର୍ତ୍ତବିଭାଗର ନୂତନ ଅତିଥି ଭବନ ୪ବର୍ଷ ହେଲା ଅଧାପନ୍ତରିଆ ଅବସ୍ଥାରେ ରହିଛି। ତୁରନ୍ତ ଏହାକୁ ସମ୍ପୂର୍ଣ୍ଣ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।
ବାହାରୁ ଆସୁଥିବା ବିଭାଗୀୟ ଅଧିକାରୀଙ୍କ ପାଇଁ ଘର ଆବଶ୍ୟକତା ଦୃଷ୍ଟିରୁ ୨୦୧୮ରେ ଗଣ୍ଡିବେଡସ୍ଥିତ ପୂର୍ତ୍ତ ବିଭାଗ କନିଷ୍ଠଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପରିସରରେ ଏକ ଅତିଥିଭବନ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ ଉକ୍ତ ଘର ନିର୍ମାଣ କାର୍ଯ୍ୟ ୨୦୧୯ରେ ଶେଷ ହେବା କଥା । ହେଲେ ଠିକାଦାର ବେପରୁଆ ଭାବେ ଏହାକୁ ଅଧାରୁ ଛାଡି ଚାଲିଯିବା କାରଣରୁ ଅଧାପନ୍ତରିଆ ଅବସ୍ଥାରେ ରହିଛି। ଏଭଳିକୁ ଉକ୍ତ କୋଠାରେ ଅନାବନା ଗଛ ଉଠି ଏବେ ଏହା ଭୂତକୋଠିରେ ପରିଣତ ହେଲାଣି। ତେବେ କାର୍ଯ୍ୟାଦେଶ ପାଇଥିବା ଠିକାଦାର ନିଜେ ନ କରି ଅନ୍ୟ ଜଣେ ସ୍ଥାନୀୟ ଠିକାଦାରଙ୍କୁ ସବଟେଣ୍ଡର ସୂତ୍ରରେ ଦେଇ କାମ କରାଇବା କାରଣରୁ ବର୍ତ୍ତମାନ ଏଭଳି ଅବସ୍ଥା ସୃଷ୍ଟି ହୋଇଛି। ଠିକାଦାରଙ୍କ ଏଭଳି ଖାମଖିଆଲି ନୀତି ବିରୋଧରେ ଉଚ୍ଚପଦସ୍ଥ ଅଧିକାରୀମାନେ ଦୃଢ ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ କାର୍ଯ୍ୟର ଅଗ୍ରଗତିରେ ବାଧା ସୃଷ୍ଟି ହୋଇଥିବା କୁହାଯାଉଛି । ଏ ସମ୍ପର୍କରେ ଗଣ୍ଡିବେଡସ୍ଥିତ ବରିଷ୍ଠ ନାଗରିକ ମଞ୍ଚ ତରଫରୁ ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ଗୁରୁବାର ଲିଖିତ ଅଭିଯୋଗ କରାଯିବା ସହ ହସ୍ତକ୍ଷେପ କରି ତୁରନ୍ତ ଘର ପୂର୍ଣ୍ଣାଙ୍ଗ ପାଇଁ ପଦକ୍ଷେପ ନିଆଯିବାକୁ ଅନୁରୋଧ କରାଯାଇଛି । ୩୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏହି ଅତିଥିଭବନ ଏଭଳି ଛାଡି ଦିଆଯିବାରେ ସରକାରଙ୍କ ଲକ୍ଷ୍ୟ ପୂରଣ ହୋଇ ପାରୁ ନ ଥିବା ମଞ୍ଚ ସଦସ୍ୟ ପଦ୍ମଲୋଚନ ଜେନା, ପ୍ରତାପ ଗିରି, ସୁଧାଂଶୁ ଦାସ, ବିଷ୍ଣୁ ପ୍ରସାଦ ନାୟକ, ଅକ୍ଷୟ କୁମାର ଦାସ ଓ ଜିତେନ୍ଦ୍ର କୁମାର ପଣ୍ଡା ପ୍ରମୁଖ କହିଛନ୍ତି । ଏ ସମ୍ପର୍କରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ହରିଶ ଚନ୍ଦ୍ର ଦ୍ୱାରୀଙ୍କୁ ଯୋଗାଯୋଗ କରାଯିବାରୁ ପୁରୁଣା ଠିକାଦାରଙ୍କ ଟେଣ୍ଡର ବାତିଲ କରି ନୂତନ ଟେଣ୍ଡର କରାଯିବା ବ୍ୟବସ୍ଥା କରାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri