ବଡ଼ଦାଣ୍ଡରେ ହେବାକୁ ଥିବା ପଦଯାତ୍ରାକୁ ଅନୁମତି ଦେଲାନି ପୁରୀ ପ୍ରଶାସନ

ପୁରୀ ଅଫିସ,୨୬।୪: ଶ୍ରୀମନ୍ଦିର ଐତିହ୍ୟ କରିଡର ନିର୍ମାଣ ଓ ଶହେ ମିଟର ପରିଧି ମଧ୍ୟରେ ବ୍ୟାପକ ଖନନକୁ ବିରୋଧ କରି ବୁଧବାର ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ନେତୃତ୍ୱରେ ପୁରୀ ବଡ଼ଦାଣ୍ଡରେ ହେବାକୁ ଥିବା ପଦଯାତ୍ରାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିଲା। ହେଲେ ଜିଲାପାଳ ସମର୍ଥ ବର୍ମା ମଙ୍ଗଳବାର ପ୍ରସ୍ତାବିତ ପଦଯାତ୍ରାକୁ ଅନୁମତି ଦେଇନାହାନ୍ତି। ଆଇନଶୃଙ୍ଖଳା ପରିସ୍ଥିତିର ଦ୍ୱାହି ଦେଇ ଜିଲାପାଳ ପ୍ରସ୍ତାବକୁ ନାମୁଞ୍ଜର କରିଥିବା ସୂଚନା ମିଳିଛି। ଏ ନେଇ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନର ଆବାହକ ବିନୟ ନୃସିଂହ ମହାପାତ୍ର କହିଛନ୍ତି, ପଦଯାତ୍ରା ପାଇଁ ପ୍ରଶାସନକୁ ଅନୁମତି ମଗାଯାଇଥିଲେ ମଧ୍ୟ ଶେଷ ମୁହୂର୍ତ୍ତରେ ଅନୁମତି ମିଳିନାହିଁ। ଏଣୁ ପଦଯାତ୍ରାରେ ଯୋଗଦେବାକୁ ଥିବା ଜଗନ୍ନାଥ ପ୍ରେମୀମାନଙ୍କୁ ଅନୁରୋଧ ସେମାନେ ପଦଯାତ୍ରା ଉଦ୍ଦେଶ୍ୟରେ ବୁଧବାର ଶ୍ରୀକ୍ଷେତ୍ର ଆସନ୍ତୁ ନାହିଁ। ପଦଯାତ୍ରା କାର୍ଯ୍ୟକ୍ରମକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଉଛି। ଏନେଇ ବୈଠକ କରି ଆଗାମୀ ସମୟରେ କେବେ ପଦଯାତ୍ରା କରାଯିବ ସେନେଇ ନିଷ୍ପତ୍ତି ନିଆଯିବ। ପ୍ରଶାସନଠାରୁ ଅନୁମତି ମିଳିବା ପରେ ପଦଯାତ୍ରା କରାଯିବ। ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ମଧ୍ୟ ପଦଯାତ୍ରା କାର୍ଯ୍ୟକ୍ରମକୁ ନିମନ୍ତ୍ରଣ କରାଯାଇଥିଲା। ଏହାସହ ଅନେକ ଭକ୍ତ ଓ ଜଗନ୍ନାଥ ପ୍ରେମୀମାନେ ନିଜ ଆଡୁ ଏହି ପଦଯାତ୍ରାରେ ଆମ ସହ ଯୋଡ଼ିହେବାର କାର୍ଯ୍ୟକ୍ରମ ଥିଲା। ତେବେ ଏମ୍‌ପି ଷଡ଼ଙ୍ଗୀ ବୁଧବାର ପୁରୀ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଆସିବେ ବୋଲି ଟୁଇଟ୍‌ କରି ସ୍ପଷ୍ଟ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri