ନୂଆ ରୂପ ପାଇବ ପୁରୀ ପାଣିପାଗ କେନ୍ଦ୍ର

ପୁରୀ ଅଫିସ,୧୬।୯:  ପୁରୀ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନୂଆ ରୂପ ପାଇବ। ଏହି କେନ୍ଦ୍ରର ଅତ୍ୟାଧୁନିକୀକରଣ କରାଯିବ। ପୁରୀର ବିଭିନ୍ନ ସ୍ଥାନରେ ଅତ୍ୟାଧୁନିକ ପାଣିପାଗ ସୂଚନା ପ୍ରଦାନ ସମ୍ପର୍କିତ କମ୍ପ୍ୟୁଟର ଏଲ୍‌ଇଡି ସ୍କ୍ରିନ୍‌ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଲଗାଯିବ। ଏହାଦ୍ୱାରା ଜନସାଧାରଣ ଓ ପର୍ଯ୍ୟଟକ ପ୍ରତି ୩ଘଣ୍ଟାରେ ପୁରୀ ସହରର ପାଣିପାଗ ସମ୍ପର୍କିତ ଆଗୁଆ ସୂଚନା ସମେତ ତାପମାତ୍ରା ଓ ଜଳବାୟୁ ସମ୍ପର୍କିତ ଆଗୁଆ ଖବର ପାଇପାରିବେ। ଉଭୟ ଓଡ଼ିଆ ଓ ଇଂଲିଶରେ ସୂଚନା ମିଳିପାରିବ ବୋଲି ଭାରତ ପାଣିପାଗ ବିଭାଗ (ଆଇଏମ୍‌ଡି)ର ମହାନିର୍ଦ୍ଦେଶକ ଡ. ମୃତୁଞ୍ଜୟ ମହାପାତ୍ର କହିଛନ୍ତି। ଡ. ମହାପାତ୍ରଙ୍କୁ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଭେଟି ପାଣିପାଗ ବିଜ୍ଞାନ କେନ୍ଦ୍ରର ଆଧୁନିକୀକରଣ ପାଇଁ ଦାବି କରିଥିଲେ। ଏହି ଦାବି ନେଇ ଡ. ମହାପାତ୍ର ଏଭଳି ପ୍ରତିଶ୍ରୁତି ଦେଇଛନ୍ତି। ବୁଧବାର ବିଧାୟକ ଷଡ଼ଙ୍ଗୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଙ୍ଗୋପସାଗର ତଟବର୍ତ୍ତୀ ପୁରୀ ସହର ସବୁବେଳେ ଛୋଟବଡ଼ ଝଡ଼ ଓ ଲଘୁଚାପ ବର୍ଷାକୁ ସାମ୍ନା କରୁଛି। ଏଭଳି ପରିସ୍ଥିତି ଉଭୟ ପୁରୀବାସୀ ଓ ପର୍ଯ୍ୟଟକଙ୍କ ଜୀବନ ସଙ୍କଟାପନ୍ନ ହୋଇପଡୁଛି। ପୁରୀ ସହର ବିଶ୍ୱର ଅନ୍ୟତମ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ହୋଇଥିବାରୁ ପାଣିପାଗର ଆଗୁଆ ଓ ସତର୍କ ସୂଚନା ସମସ୍ତଙ୍କ ପାଇଁ ଏକାନ୍ତ ଆବଶ୍ୟକ। ଏଣୁ ପୁରୀସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଅତ୍ୟାଧୁନିକୀକରଣ କରିବା ପାଇଁ ସେ ଆଇଏମ୍‌ଡି ମହାନିର୍ଦ୍ଦେଶକଙ୍କୁ ଅନୁରୋଧ କରିଛନ୍ତି। ଡ. ମହାପାତ୍ରଙ୍କ ପ୍ରଶଂସା କରି ବିଧାୟକ ଷଡ଼ଙ୍ଗୀ କହିଛନ୍ତି, ଦେଶ ବିଦେଶରେ ସାମୁଦ୍ରିକ ଝଡ଼ ଓ ତୋଫାନ ସମ୍ପର୍କରେ ଆଗୁଆ ସୂଚନା ଦେଇ ମହାପାତ୍ର ଓଡ଼ିଶାକୁ ଗୌରବାନ୍ବିତ କରିଛନ୍ତି। ପୁରୀର ବିକାଶ କ୍ଷେତ୍ରରେ ମଧ୍ୟ ତାଙ୍କ ଅବଦାନ ଉଲ୍ଲେଖନୀୟ ରହିବ ବୋଲି ଆମେ ଆଶାବାଦୀ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ପ୍ରଚେଷ୍ଟାରେ ପୁରୀ ସହରର ସର୍ବାଙ୍ଗୀନ ଉନ୍ନତି ହେବ ବୋଲି ଆଶା ରହିଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ଏକ ବାତ୍ୟାପ୍ରବଣ ରାଜ୍ୟ ହୋଇଥିବା ବେଳେ ପୁରୀ ଜିଲା ବ୍ୟାପକ ଭାବେ ପ୍ରଭାବିତ ହୋଇଥାଏ। ପୂର୍ବରୁ ଫାଇଲିନ ଓ ଫନୀ ବାତ୍ୟାରେ ପୁରୀ ଜିଲା ବହୁ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଥିଲା। ଏହି ଦୃଷ୍ଟିରୁ ପୁରୀ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆଧୁନିକୀକରଣ ହୋଇପାରିଲେ ଜିଲାବାସୀ ଓ ପର୍ଯ୍ୟଟକ ଯଥେଷ୍ଟ ଉପକୃତ ହେବା ସହ ଧନଜୀବନ ରକ୍ଷା ପାଇବ ବୋଲି ଭାଜପା ଜିଲା ଯୁବ ମୋର୍ଚ୍ଚା ସଭାପତି ଜୟନ୍ତ କୁମାର ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri