ପ୍ରବାସୀ ଶ୍ରମିକଙ୍କ ଫେରିବା ଚିନ୍ତା: ଖୋଲିବ କ୍ୱାରାଣ୍ଟାଇନ ସେଣ୍ଟର

ଭୁବନେଶ୍ୱର,୨୨।୪(ବ୍ୟୁରୋ): ସମଗ୍ର ଦେଶରେ କୋଭିଡ୍‌-୧୯ କାୟାବିସ୍ତାର କରିଚାଲିଛି। ଦିଲ୍ଲୀ, ମହାରାଷ୍ଟ୍ରରେ ଲକ୍‌ଡାଉନ ପରେ ପ୍ରବାସୀ ଶ୍ରମିକମାନେ ଘରମୁହାଁ ହୋଇଛନ୍ତି। ଅନ୍ୟ ରାଜ୍ୟରୁ ମଧ୍ୟ ଓଡ଼ିଶାକୁ ପ୍ରବାସୀ ଶ୍ରମିକମାନେ ଫେରୁଛନ୍ତି। ସେହି ଶ୍ରମିକମାନେ ଯେପରି ରାଜ୍ୟରେ କୋଭିଡ୍‌ ସଂକ୍ରମଣକୁ ନ ବଢ଼ାଇବେ ସେ ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେମାନଙ୍କୁ ରଖିବା ପାଇଁ ରାଜ୍ୟବ୍ୟାପୀ କ୍ୱାରାଣ୍ଟାଇନ ସେଣ୍ଟରଗୁଡ଼ିକ ପୁଣି ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।
ବୁଧବାର ଗଣମାଧ୍ୟମକୁ ସୂଚନା ଦେଇ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ କହିଛନ୍ତି ଯେ, ପ୍ରବାସୀ ଶ୍ରମିକମାନଙ୍କ ରହଣି ନିମନ୍ତେ ବର୍ତ୍ତମାନ ରାଜ୍ୟର ପ୍ରତ୍ୟେକ ବ୍ଲକର ଜିଲା ପରିଷଦ ଜୋନ୍‌ଗୁଡ଼ିକରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲାଯିବ। ଯଦି ବହୁ ସଂଖ୍ୟାରେ ଶ୍ରମିକ ଓଡ଼ିଶା ଫେରିବେ ତେବେ ପ୍ରତ୍ୟେକ ପଞ୍ଚାୟତରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲିବ। କ୍ୱାରାଣ୍ଟାଇନ ସେଣ୍ଟର ଖୋଲିବା ସହ ବେଡ୍‌ ସଂଖ୍ୟାକୁ ବଢ଼ାଇବାକୁ ଜିଲା ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ଗତବର୍ଷ କରୋନା ମହାମାରୀ ସମୟରେ ପ୍ରାୟ ୧୦ ଲକ୍ଷ ପ୍ରବାସୀ ଓଡ଼ିଶାକୁ ଫେରିଥିଲେ। ଏବେ ସୁଦ୍ଧା ସେମାନଙ୍କ ମଧ୍ୟରୁ ଅନେକେ ସେମାନଙ୍କ କର୍ମସ୍ଥଳକୁ ଫେରିନାହାନ୍ତି। ସେହି ଦୃଷ୍ଟିରୁ ରାଜ୍ୟକୁ ଏଥର କମ୍‌ ପ୍ରବାସୀ ଫେରିବାର ସମ୍ଭାବନର ରହିଛି ବୋଲି ମନ୍ତ୍ରୀ କହିଛନ୍ତି। ପ୍ରବାସୀ ଶ୍ରମିକମାନେ ନିଜ ଭିଟାମାଟିକୁ ଫେରିବାକୁ ଥିବାରୁ ସବୁପ୍ରକାର ପ୍ରସ୍ତୁତ ରହିବା ସକାଶେ ମୁଖ୍ୟମନ୍ତ୍ରୀ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସେମାନଙ୍କ ଉପରେ କଡ଼ା ନଜର ରଖିବାକୁ ମ୍ୟୁନିସିପାଲିଟି, ଏନ୍‌ଏସି ଏବଂ ବ୍ଲକ୍‌ଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବାସୀମାନଙ୍କୁ ଚିହ୍ନଟ କରିବା ଓ ପରୀକ୍ଷା କରିବା ନେଇ ପରାମର୍ଶ ଦିଆଯାଇଛି। ପ୍ରବାସୀମାନେ ପ୍ରଥମେ କ୍ୱାରାଣ୍ଟାଇନ ସେଣ୍ଟରରେ ରହିବେ। ପରେ ସେମାନଙ୍କୁ ନିଜ ଘରକୁ ଯିବାକୁ ଅନୁମତି ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ମହାରାଷ୍ଟ୍ର, ଛତିଶଗଡ଼, ଉତ୍ତର ପ୍ରଦେଶ, ଦିଲ୍ଲୀ, କର୍ନାଟକ, କେରଳ ଭଳି ରାଜ୍ୟରେ କରୋନା ପ୍ରକୋପ ବଢ଼ିଚାଲିଛି। ଦିଲ୍ଲୀ, ମହାରାଷ୍ଟ୍ରରେ ଲକ୍‌ଡାଉନ ଆରମ୍ଭ ହୋଇଛି। ସେଠାରେ ଥିବା ପ୍ରବାସୀମାନେ ଓଡ଼ିଶା ଫେରୁଛନ୍ତି। ଅନ୍ୟ ରାଜ୍ୟଗୁଡ଼ିକରେ ଲକ୍‌ଡାଉନ ଲାଗିବା ଆଶଙ୍କା କରି ପ୍ରବାସୀ ଫେରିବା ସମ୍ଭାବନା ରହିଛି। ଗତବର୍ଷ ଲକ୍‌ଡାଉନ ଯୋଗୁ ଦେଶରେ କରୋନା ମହାମାରୀ ନିୟନ୍ତ୍ରଣରେ ରହିପାରିଥିଲା। ଚଳିତ ବର୍ଷ ଏହା ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। କେତେକ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ଟପିଯାଉଛି ବୋଲି ମନ୍ତ୍ରୀ କହିଛନ୍ତି। ଗତ ବର୍ଷ ସରକାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ପଞ୍ଜୀକୃତ ପ୍ରବାସୀ ଶ୍ରମିକମାନଙ୍କୁ ଅନ୍ତରୀଣ ରିଲିଫ୍‌ ବାବଦରେ ୨ ହଜାର ଟଙ୍କା ଲେଖାଏ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri