ଜୁନ୍‌ ସୁଦ୍ଧା ତ୍ରୈମାସିକ ବଜେଟ ଖର୍ଚ୍ଚ ନ ହେଲେ ଉତ୍ତରଦାୟୀ ରହିବେ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ବିଭାଗ ଅଧୀନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି। ଲୋକସେବା ଭବନ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ସିଂ ଅଧ୍ୟକ୍ଷତା କରି ୨୦୨୩-୨୪ ଆର୍ଥିକ ବର୍ଷରେ ବିଭିନ୍ନ ପ୍ରକଳ୍ପ ନିମନ୍ତେ ପ୍ରଥମ ୩ ମାସ ପାଇଁ ଅନୁମୋଦିତ ହୋଇଥିବା ବ୍ୟୟବରାଦକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଖର୍ଚ୍ଚ କରିବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମ ୩ ମାସ ପାଇଁ ବିଭାଗ ବଜେଟର ୨୫ ପ୍ରତିଶତ ବ୍ୟୟ ଧାର୍ଯ୍ୟ ଥିଲେ ହେଁ ଅନେକ ଡିଭିଜନରେ ଏହି ଲକ୍ଷ୍ୟ ହାସଲ ହୋଇପାରିନାହିଁ। ଆସନ୍ତା ଜୁନ ଶେଷସୁଦ୍ଧା ପ୍ରଥମ ତ୍ରୈମାସିକ ଅନୁଦାନ ସମ୍ପୂର୍ଣ୍ଣ ବ୍ୟୟ କରିବା ପାଇଁ ସଚିବ କଡ଼ା ନିର୍ଦ୍ଦେଶ ଦେବା ସହ ଅବହେଳା ପାଇଁ ସର୍ବୋଚ୍ଚ ଯନ୍ତ୍ରୀ ଓ ମୁଖ୍ୟଯନ୍ତ୍ରୀ ଉତ୍ତରଦାୟୀ ରହିବେ ବୋଲି କହିଛନ୍ତି। ସେହିପରି କ୍ଷେତ୍ରୀୟ ସ୍ତରରେ ବ୍ୟୟ ପାଇଁ ମଗାଯାଉଥିବା ଅନୁଦାନ ରାଶି ୪୮ ଘଣ୍ଟା ଭିତରେ ମିଳିଯିବା ଜରୁରୀ। ମୁଖ୍ୟଯନ୍ତ୍ରୀମାନେ ଏଥିପ୍ରତି ଯତ୍ନବାନ ହେବା ସହ ଆଗାମୀ ବୈଠକରେ ଏହାକୁ ସୁନିଶ୍ଚିତ କରିବାକୁ ସେ ପରାମର୍ଶ ଦେଇଛନ୍ତି । ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ରାସ୍ତା, ସେତୁ ଓ କୋଠାବାଡି ନିର୍ମାଣ କାମ ସମ୍ପୂର୍ଣ୍ଣ ହେବା ବିଭାଗର ଗୁରୁଦାୟିତ୍ୱ । ପ୍ରକଳ୍ପ ସମ୍ପୂର୍ଣ୍ଣ ପାଇଁ ଡିଭିଜନଗୁଡିକ ବିଭାଗକୁ ଦେଉଥିବା ସମୟସୀମା କୌଣସି ପରିସ୍ଥିତିରେ ପାର ହେବା ଉଚିତ ନୁହେଁ। ଯୋଗାଯୋଗ ପାଇଁ ଏଣିକି ବିଭାଗକୁ ପ୍ରେରିତ ସମସ୍ତ ଚିଠିପତ୍ର ଓସ୍ବାସ ମାଧ୍ୟମରେ ପଠାଇବାକୁ ସମସ୍ତ କ୍ଷେତ୍ରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ପ୍ରାରମ୍ଭରେ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ସର୍ବୋଚ୍ଚ ପ୍ରାଥମିକତା ପ୍ରକଳ୍ପଗୁଡିକ ଆସନ୍ତା ଜୁନ୍‌ ୭ ତାରିଖ ସୁଦ୍ଧା ଟେଣ୍ଡର ପ୍ରକ୍ରିୟା ଶେଷ କରି ୨୦୨୪ ଫେବୃୟାରୀ ସୁଦ୍ଧା ପ୍ରକଳ୍ପ ସାରିବାକୁ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଗତ ବର୍ଷରେ ଆରମ୍ଭ କରାଯାଇଥିବା ପ୍ରକଳ୍ପଗୁଡିକ ଶୀଘ୍ର ସମ୍ପୂର୍ଣ୍ଣ କରିବା ସହ ଚଳିତ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆଯାଇଥିବା ଯୋଜନା ଓ ପ୍ରକଳ୍ପଗୁଡିକର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସମସ୍ତ ୬୦ଟି ଡିଭିଜନ ଏବଂ ୧୩ଟି ଇଞ୍ଜିନିୟରିଂ ସର୍କଲ ସଂସ୍ଥାର ମୁଖ୍ୟଯନ୍ତ୍ରୀ ଏବଂ ସର୍ବୋଚ୍ଚ ଯନ୍ତ୍ରୀମାନେ ଭର୍ଚୁଆଲ ମାଧ୍ୟମରେ ଏହି ସମୀକ୍ଷା ବୈଠକରେ ଯୋଗଦେଇଥିଲେ। ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ସିଂ ପଚାରି ବୁଝିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସ୍ବତନ୍ତ୍ର ଶାସନ ସଚିବ ସୁଦର୍ଶନ ପରିଡା, ଇଆଇସି ଅକ୍ଷୟ ପ୍ରଧାନ, ଇଆଇସି ପ୍ରଦୀପ ସାମଲଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri