ଜୁନ୍‌ ସୁଦ୍ଧା ତ୍ରୈମାସିକ ବଜେଟ ଖର୍ଚ୍ଚ ନ ହେଲେ ଉତ୍ତରଦାୟୀ ରହିବେ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ବିଭାଗ ଅଧୀନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି। ଲୋକସେବା ଭବନ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ସିଂ ଅଧ୍ୟକ୍ଷତା କରି ୨୦୨୩-୨୪ ଆର୍ଥିକ ବର୍ଷରେ ବିଭିନ୍ନ ପ୍ରକଳ୍ପ ନିମନ୍ତେ ପ୍ରଥମ ୩ ମାସ ପାଇଁ ଅନୁମୋଦିତ ହୋଇଥିବା ବ୍ୟୟବରାଦକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଖର୍ଚ୍ଚ କରିବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମ ୩ ମାସ ପାଇଁ ବିଭାଗ ବଜେଟର ୨୫ ପ୍ରତିଶତ ବ୍ୟୟ ଧାର୍ଯ୍ୟ ଥିଲେ ହେଁ ଅନେକ ଡିଭିଜନରେ ଏହି ଲକ୍ଷ୍ୟ ହାସଲ ହୋଇପାରିନାହିଁ। ଆସନ୍ତା ଜୁନ ଶେଷସୁଦ୍ଧା ପ୍ରଥମ ତ୍ରୈମାସିକ ଅନୁଦାନ ସମ୍ପୂର୍ଣ୍ଣ ବ୍ୟୟ କରିବା ପାଇଁ ସଚିବ କଡ଼ା ନିର୍ଦ୍ଦେଶ ଦେବା ସହ ଅବହେଳା ପାଇଁ ସର୍ବୋଚ୍ଚ ଯନ୍ତ୍ରୀ ଓ ମୁଖ୍ୟଯନ୍ତ୍ରୀ ଉତ୍ତରଦାୟୀ ରହିବେ ବୋଲି କହିଛନ୍ତି। ସେହିପରି କ୍ଷେତ୍ରୀୟ ସ୍ତରରେ ବ୍ୟୟ ପାଇଁ ମଗାଯାଉଥିବା ଅନୁଦାନ ରାଶି ୪୮ ଘଣ୍ଟା ଭିତରେ ମିଳିଯିବା ଜରୁରୀ। ମୁଖ୍ୟଯନ୍ତ୍ରୀମାନେ ଏଥିପ୍ରତି ଯତ୍ନବାନ ହେବା ସହ ଆଗାମୀ ବୈଠକରେ ଏହାକୁ ସୁନିଶ୍ଚିତ କରିବାକୁ ସେ ପରାମର୍ଶ ଦେଇଛନ୍ତି । ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ରାସ୍ତା, ସେତୁ ଓ କୋଠାବାଡି ନିର୍ମାଣ କାମ ସମ୍ପୂର୍ଣ୍ଣ ହେବା ବିଭାଗର ଗୁରୁଦାୟିତ୍ୱ । ପ୍ରକଳ୍ପ ସମ୍ପୂର୍ଣ୍ଣ ପାଇଁ ଡିଭିଜନଗୁଡିକ ବିଭାଗକୁ ଦେଉଥିବା ସମୟସୀମା କୌଣସି ପରିସ୍ଥିତିରେ ପାର ହେବା ଉଚିତ ନୁହେଁ। ଯୋଗାଯୋଗ ପାଇଁ ଏଣିକି ବିଭାଗକୁ ପ୍ରେରିତ ସମସ୍ତ ଚିଠିପତ୍ର ଓସ୍ବାସ ମାଧ୍ୟମରେ ପଠାଇବାକୁ ସମସ୍ତ କ୍ଷେତ୍ରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ପ୍ରାରମ୍ଭରେ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ସର୍ବୋଚ୍ଚ ପ୍ରାଥମିକତା ପ୍ରକଳ୍ପଗୁଡିକ ଆସନ୍ତା ଜୁନ୍‌ ୭ ତାରିଖ ସୁଦ୍ଧା ଟେଣ୍ଡର ପ୍ରକ୍ରିୟା ଶେଷ କରି ୨୦୨୪ ଫେବୃୟାରୀ ସୁଦ୍ଧା ପ୍ରକଳ୍ପ ସାରିବାକୁ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଗତ ବର୍ଷରେ ଆରମ୍ଭ କରାଯାଇଥିବା ପ୍ରକଳ୍ପଗୁଡିକ ଶୀଘ୍ର ସମ୍ପୂର୍ଣ୍ଣ କରିବା ସହ ଚଳିତ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆଯାଇଥିବା ଯୋଜନା ଓ ପ୍ରକଳ୍ପଗୁଡିକର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସମସ୍ତ ୬୦ଟି ଡିଭିଜନ ଏବଂ ୧୩ଟି ଇଞ୍ଜିନିୟରିଂ ସର୍କଲ ସଂସ୍ଥାର ମୁଖ୍ୟଯନ୍ତ୍ରୀ ଏବଂ ସର୍ବୋଚ୍ଚ ଯନ୍ତ୍ରୀମାନେ ଭର୍ଚୁଆଲ ମାଧ୍ୟମରେ ଏହି ସମୀକ୍ଷା ବୈଠକରେ ଯୋଗଦେଇଥିଲେ। ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ସିଂ ପଚାରି ବୁଝିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସ୍ବତନ୍ତ୍ର ଶାସନ ସଚିବ ସୁଦର୍ଶନ ପରିଡା, ଇଆଇସି ଅକ୍ଷୟ ପ୍ରଧାନ, ଇଆଇସି ପ୍ରଦୀପ ସାମଲଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଅଣ୍ଡା, ଟମାଟୋ ମାଡ଼

ଭୁବନେଶ୍ବର,୨୮ା୯(ବ୍ୟୁରୋ): ପୁରୀ ଜିଲା ୧୧ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ମାମଲାକୁ ନେଇ ଆନ୍ଦୋଳନ ତେଜିବାରେ ଲାଗିଛି। ଧର୍ମେନ୍ଦ୍ରଙ୍କ ମୃତ୍ୟୁ...

ଉଚ୍ଛେଦ ହେବ ସ୍ୟାଟ୍‌

ଭୁବନେଶ୍ୱର୬।୮(ବ୍ୟୁରୋ): କେନ୍ଦ୍ର ସରକାର ଖୁବ୍‌ଶୀଘ୍ର ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌)କୁ ଉଚ୍ଛେଦ କରିବାକୁ ଯାଉଛନ୍ତି। ରାଜ୍ୟ ସରକାର ଏନେଇ ହାଇକୋର୍ଟଙ୍କ ସହ ପୂର୍ବରୁ ବିଚାରବିମର୍ଶ କରିସାରିଥିଲେ। ଏଥିସହିତ...

ଫନୀ ଘରଭଙ୍ଗା କ୍ଷୟକ୍ଷତି ଆକଳନ: ତାଲିକା ପ୍ରସ୍ତୁତିରେ ତ୍ରୁଟି, ଦୁର୍ନୀତି ଅଭିଯୋଗ

କୃଷ୍ଣପ୍ରସାଦ,୨୭ା୬(ଡି.ଏନ୍‌.ଏ.): ଫନୀ ବାତ୍ୟା ଦ୍ୱାରା ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ଅନେକ କ୍ଷୟକ୍ଷତି ଘଟିଛି । ଏହି ପରିପ୍ରେକ୍ଷୀରେ ଘରଭଙ୍ଗା ସହାୟତା ରାଶିକୁ ସ୍ବଚ୍ଛ ଏବଂ...

ମିଳିଲାନି ବେଡ, ବାରଣ୍ଡା ଚିକିତ୍ସା ହେଉଛନ୍ତି କ୍ରୀଡାବିତ୍‌ ଆନନ୍ଦିନୀ

ବଲାଙ୍ଗୀର ଅଫିସ,୨୮।୨: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବରିଷ୍ଠ କ୍ରୀଡାବିତ୍‌ ଆନନ୍ଦିନୀ ଦର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ...

ପୁଣି ଆଉ ୨ ଗେଟ୍‌ ଖୋଲିଲା ହୀରାକୁଦ: ୧୦ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୨୧ା୭(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ପୂର୍ବାହ୍ନରେ ୩ଟି ଗେଟ୍‌ ଖୋଲାଯାଇଥିବା ବେଳେ...

ବ୍ରିଜ୍‌ ଉପରୁ ମହାନଦୀକୁ ଡେଇଁଲେ ଯୁବକ

କଟକ ଅଫିସ,୧୧ା୩: କଟକ ଜିଲା କାନପୁର ଥାନା ଅନ୍ତର୍ଗତ ସିଧାମଳା ବ୍ରିଜ ଉପରୁ ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଯୁବକଙ୍କ ପରିଚୟ ମିଳିପାରି...

ୟୁଏନ୍‌ ‘କ୍ଲାଇମେଟ୍‌ ଚେଞ୍ଜ’ ଗ୍ରୁପ୍‌ରେ ଓଡ଼ିଆ ଆଦିବାସୀ ଝିଅ

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ୟୁନାଇଟେଡ୍‌ ନେସନ୍ସ (ମିଳିତ ଜାତିସଂଘ)ର ‘କ୍ଲାଇମେଟ୍‌ ଚେଞ୍ଜ’ ବା ଜଳବାୟୁ ପରିବର୍ତ୍ତନ ୟୁଥ୍‌ ଆଡ୍‌ଭାଇଜରି ଗ୍ରୁପ୍‌ରେ ସ୍ଥାନ ପାଇଛନ୍ତି ଜଣେ ଓଡ଼ିଆ ଝିଅ। ସୁନ୍ଦରଗଡ଼...

ଅଭିଯୁକ୍ତଙ୍କୁ ଗିରଫ କରିବାର ନାଁ ଧରୁନି ପୋଲିସ: ପୀଡିତାଙ୍କ ପରିବାରକୁ ହତ୍ୟା ଧମକ

ବିଞ୍ଝାରପୁର,୧୨।୧୦(ଡି.ଏନ.ଏ): ରାଜ୍ୟ ସରକାର ମୋ ସରକାର ଯୋଜନାର ସଫଳତା ପାଇଁ ଦିନ ରାତି ଏକ କରିଦେଇଛନ୍ତି। ହେଲେ ବିଞ୍ଝାରପୁର ଥାନା ଅଞ୍ଚଳରେ ଜଣେ ବଳାତ୍କାର ଓ...

Advertisement
Archives

Model This Week