ଭୋଟ ଗଣତି ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନ ପକ୍ଷଭୁକ୍ତ ହୋଇ ଶାସକ ଦଳକୁ ଜିତାଇବାର ନୂଆ ଫନ୍ଦି କରିଛନ୍ତି। ଏହା ପଞ୍ଚାୟତ ଆଇନର ସମ୍ପୂର୍ଣ୍ଣ ବିରୁଦ୍ଧାଚରଣ କରୁଛି। ଶାସକ ଦଳ ବ୍ୟତୀତ ଅନ୍ୟ ସମସ୍ତ ରାଜନୈତିକ ଦଳର ଆଢ଼ୁଆଳରେ ଉଦ୍ଦେଶ୍ୟମୂଳକ ଭାବେ ରାଜ୍ୟ ନିର୍ବାଚନ କମିଶନ ଗଳାବାଟ ସୃଷ୍ଟି କରିଛନ୍ତି ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଅଭିଯୋଗ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି, ବିଜେଡି ସପକ୍ଷରେ ରାଜ୍ୟ ନିର୍ବାଚନ କମିଶନ ମେଜିସିଆନ ସାଜି ଚକ୍ଷୁବନ୍ଧନ କରିବା ପାଇଁ ଚେଷ୍ଟା ଚଳାଇଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗ୍ରହଣ ଶେଷ ହୋଇଛି। ଭୋଟ ଗଣତି ପ୍ରକ୍ରିୟାକୁ ସ୍ବଚ୍ଛ, ଅବାଧ ଓ ନିରପେକ୍ଷ ହେବା ନିହାତି ଆବଶ୍ୟକ ଏବଂ ନିର୍ବାଚନ କମିଶନଙ୍କ ସମ୍ପୂର୍ଣ୍ଣ ଦାୟିତ୍ୱ। ଭୋଟଦାନ ଶେଷ ହେବା ପରେ ନିୟମ ମୁତାବକ ଭୋଟଦାନ ସମ୍ପର୍କରେ ବିସ୍ତୃତ ସୂଚନାକୁ ଫର୍ମ-୧୧ ଜରିଆରେ ପ୍ରଦାନ କରିବା କଥା। କିନ୍ତୁ ତାହା ନ କରି ସାଦା କାଗଜରେ ଲିଖିତ ଦେଇଛନ୍ତି , ଯାହାର କୌଣସି ମୂଲ୍ୟ ନାହିଁ। ନିର୍ବାଚନ ସମୟରେ ଏବଂ ଷ୍ଟ୍ରଙ୍ଗ୍‌ରୁମ୍‌ରେ ହେବାକୁ ଥିବା ହେରାଫେରିକୁ ଆଇନଗତ ସିଦ୍ଧ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନ ଅପଚେଷ୍ଟା କରିଛନ୍ତି ବୋଲି ସେ ଅଭିଯୋଗ କରିବା ସହ ଏକ ପ୍ରତିନିଧି ମଣ୍ଡଳୀ ସହିତ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ବାହାରେ ଧାରଣା ଦେଇଛନ୍ତି।
ଅନ୍ୟପଟେ ବିଜେଡି ନେତ୍ରୀ ସୁଲତା ଦେଓ କହିଛନ୍ତି, ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବଡ଼ ବ୍ୟବଧାନରେ ପରାଜୟ ଜାଣିବାପରେ ଭାଜପା କର୍ମୀମାନେ ହତାଶ ହୋଇଛନ୍ତି। ଏହି କର୍ମୀଙ୍କ ମନୋବଳ ବଢାଇବା ପାଇଁ ଭାଜପା ନେତାମାନେ ଉଦ୍ୟମ ଚଳାଇଛନ୍ତି। ଭାଜପା ସଭାପତିଙ୍କ ଖବରଦାତା ସମ୍ମିଳନୀ ହତାଶ ହୋଇ ପଡିଥିବା ଦଳୀୟ କର୍ମୀଙ୍କୁ କୌଣସି ପ୍ରକାରେ ଉତ୍ସାହିତ କରିବା ପାଇଁ ଏକ ପ୍ରୟାସ ଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri