ଏମ୍‌ଏସ୍‌ପି ବନ୍ଦ ପ୍ରଶ୍ନ ଉଠୁନି: ଧର୍ମେନ୍ଦ୍ର

ଭୁବନେଶ୍ୱର,୪।୧୦(ବ୍ୟୁରୋ): କେନ୍ଦ୍ରରେ ଏନ୍‌ଡିଏ ସରକାର ଥିବା ପର୍ଯ୍ୟନ୍ତ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବନ୍ଦ ହେବା ପ୍ରଶ୍ନ ଉଠୁନାହିଁ। ଏନେଇ ଅପପ୍ରଚାର ହେଉଛି, ଏହା ସମ୍ପୂର୍ଣ୍ଣ ମିଥ୍ୟା। ଓଡ଼ିଶା ଓ ଭାରତରେ ଏମଏସ୍‌ପି ବ୍ୟବସ୍ଥା ପୂର୍ବପରି ଅପରିବର୍ତ୍ତିତ ରହିବ। ମୋଦି ସରକାରରେ ଆସିଥିବା ୩ କୃଷି ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହୋଇ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଆଇନରେ ପରିଣତ ହୋଇଛି। ଏହା ଦ୍ୱାରା ଏମ୍‌ଏସ୍‌ପି ବନ୍ଦ ହେବ ବୋଲି ଯେଉଁ ଅପପ୍ରଚାର ହେଉଛି ତାହା ମିଥ୍ୟା ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ସ୍ଥାନୀୟ ଏକ ହୋଟେଲରେ ଶନିବାର ନୂତନ କୃଷି ଆଇନ ନେଇ ଆୟୋଜିତ ଖବରଦାତା ସମ୍ମିଳନୀରେ ଧର୍ମେନ୍ଦ୍ର କହିଛନ୍ତି, ରାଜ୍ୟର ଚାଷୀଙ୍କ ପାଖରୁ କେନ୍ଦ୍ର ସରକାର ୨୦୦୯ରୁ ୨୦୧୪ ଆର୍ଥିକ ବର୍ଷରେ ୧୪.୨୬ ମିଲିୟନ ମେଟ୍ରିକ ଟନ୍‌ ଧାନ କିଣିଛନ୍ତି। ୨୦୧୩-୧୪ ବର୍ଷରେ ଧାନର ଏମ୍‌ଏସ୍‌ପି କୁଇଣ୍ଟାଲ ପ୍ରତି ୧୩୧୦ ଟଙ୍କା ଥିଲା। ମାତ୍ର ୨୦୧୪ରୁ ୨୦୨୦ ମଧ୍ୟରେ ୨୨.୮୬ ମିଲିୟନ ମେଟ୍ରିକ୍‌ ଟନର ଧାନ କିଣାଯାଇଛି। ୨୦୨୦-୨୧ରେ ଧାନର ଏମ୍‌ଏସ୍‌ପି କୁଇଣ୍ଟାଲ ପ୍ରତି ୧୮୬୮ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେହିପରି ୨୦୧୪-୨୧ ବର୍ଷ ଅଗଷ୍ଟ ସୁଦ୍ଧା ୨୦,୨୭୨.୩୩ ଟନ ଡାଲି କିଣାଯାଇଛି। ଏହାର ଏମ୍‌ଏସ୍‌ପି କୁଇଣ୍ଟାଲ ପ୍ରତି ୬୨୭୧.୧୧ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି। ଏହି ସମୟରେ ରାଜ୍ୟରୁ ଚାଷୀଙ୍କଠାରୁ ୧୨,୯୫୭.୬୩ ଟନ ତୈଳଜାତ ସାମଗ୍ରୀ ଭାରତ ସରକାର କିଣିଛନ୍ତି। ଏହାର ଏମ୍‌ଏସ୍‌ପି କୁଇଣ୍ଟାଲ ପ୍ରତି ୪୩୫୧.୮୮ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ବୋଲି ସେ କହିଛନ୍ତି।
ଧର୍ମେନ୍ଦ୍ର ଆହୁରି କହିଛନ୍ତି, ରାଜ୍ୟର ଚାଷୀମାନେ ପୂର୍ବରୁ କେବଳ ଏଗ୍ରିକଲଚ୍ୟୁରାଲ ପ୍ରଡ୍ୟୁସ ମାର୍କେଟ୍‌ କମିଟି(ଏପିଏମ୍‌ସି) ଅଧିନିୟମ ଅନୁଯାୟୀ ଲାଇସେନ୍ସପ୍ରାପ୍ତ ବ୍ୟବସାୟୀଙ୍କୁ ସେମାନଙ୍କ ଉତ୍ପାଦିତ ସାମଗ୍ରୀ ବିକ୍ରି କରୁଥିଲେ। ଏହି ଆଇନ ବଳରେ ଚାଷୀମାନେ ଏପିଏମ୍‌ସି ସହିତ ଖୋଲା ବଜାରରେ ନିଜର ସାମଗ୍ରୀ ବିକ୍ରି କରିପାରିବେ। ଅର୍ଥାତ୍‌ ନୂତନ କୃଷି ଆଇନ ଦ୍ୱାରା ମଣ୍ଡି ବ୍ୟବସ୍ଥା ବନ୍ଦ ହେବନାହିଁ। ନୂଆ ନିୟମରେ ଚାଷୀ ଓ ବଜାର ମଧ୍ୟରେ ଏକାଧିକ ମଧ୍ୟସ୍ଥି ଏବଂ ଦଲାଲି ବ୍ୟବସ୍ଥାକୁ ହଟାଯାଇ ଚାଷୀଙ୍କୁ ସିଧାସଳଖ ବଜାର ସହ ଯୋଡ଼ାଯାଇଛି। ଏହି ବିଧେୟକ ଚାଷୀଙ୍କ ସ୍ବାର୍ଥକୁ ସୁରକ୍ଷିତ ରଖିବା ସହ ସେମାନଙ୍କ ଦ୍ୱାରା ଉତ୍ପାଦିତ କୃଷିଜାତ ସାମଗ୍ରୀର ଠିକ୍‌ ମୂଲ୍ୟ ଦେବ। ଉପଭୋକ୍ତାଙ୍କୁ ମଧ୍ୟ ଠିକ୍‌ ମୂଲ୍ୟରେ ସାମଗ୍ରୀ ମିଳିପାରିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?