ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଭାଇରାଲ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ନବମ ଶ୍ରେଣୀ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ଗୁରୁତର ଅଭିଯୋଗ ଉଠିଛି। ପରୀକ୍ଷାର କିଛିଘଣ୍ଟା ପୂର୍ବରୁ ପ୍ରଶ୍ନ ଓ ଉତ୍ତରର ଏକ ଭିଡିଓ ୟୁଟ୍ୟୁବ୍‌ ମାଧ୍ୟମରେ ଅପଲୋଡ୍‌ କରାଯାଇଥିବା ଦେଖିବାକୁ ମିଳିଛି। ଗତ ତିନିଦିନ ହେବ ନବମ ଶ୍ରେଣୀ ସମ୍ମେଟିଭ-୧ ଆରମ୍ଭ ହୋଇଛି। ଇଂଲିଶ, ସାହିତ୍ୟ ବିଷୟରେ ପରୀକ୍ଷା ଶେଷ ହୋଇଥିବାବେଳେ ଶନିବାର ସଂସ୍କୃତ ଓ ହିନ୍ଦୀ ପରୀକ୍ଷା ଥିଲା। ତେବେ ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପୂର୍ବରୁ ୟୁଟ୍ୟୁବ୍‌ରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା। ଏପରିକି ଉକ୍ତ ପ୍ରଶ୍ନର ଉତ୍ତର କ’ଣ ରହିବ ତାହା ମଧ୍ୟ ଉକ୍ତ ଭିଡିଓରେ ଦର୍ଶାଯାଇଥିଲା। ଏହା ଜଣାପଡିବା ପରେ ଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ପ୍ରଶ୍ନପତ୍ର କିପରି ବାହାରକୁ ଆସିଲା ତାକୁ ନେଇ ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ପ୍ରସଙ୍ଗରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଏ ବିଷୟରେ ଆମେ ଅବଗତ ଅଛୁ। ୟୁଟ୍ୟୁବ୍‌ ମାଧ୍ୟମରେ ଏହା ତାଙ୍କ ନଜରକୁ ଆସିଛି। ତେବେ କେଉଁଠୁ ଏହି ପ୍ରଶ୍ନପତ୍ର ଭାଇରାଲ ହେଉଛି, ସେ ନେଇ ତଦନ୍ତ କରିବାକୁ ବୋର୍ଡ ସଭାପତି ରାମାଶିଷ ହାଜରାଙ୍କୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି।
ସୂଚନାଯୋଗ୍ୟ, ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପ୍ରଶ୍ନପତ୍ର ପ୍ରସ୍ତୁତ କରେ। ତାହାକୁ ସିଲ୍‌ କରାଯାଇ ନିର୍ଦ୍ଧାରିତ ସମୟ ପୂର୍ବରୁ ସ୍କୁଲଗୁଡ଼ିକୁ ପଠାଯାଇଥାଏ। ପରୀକ୍ଷାର କିଛି ସମୟ ପୂର୍ବରୁ ସ୍କୁଲ କର୍ତ୍ତୃପକ୍ଷ ପ୍ରଶ୍ନପତ୍ର ସିଲ୍‌ ଖୋଲିଥାନ୍ତି। ଏ କ୍ଷେତ୍ରରେ ଗୋପନୀୟତା ଅବଲମ୍ବନ କରାଯାଇଥାଏ। ଏଭଳି ସ୍ଥିତିରେ ପ୍ରଶ୍ନପତ୍ର କିଭଳି ବାହାରକୁ ଗଲା ଏବଂ କିଏ ଭାଇରାଲ କଲେ, ତାକୁ ନେଇ ବୋର୍ଡ ଅଡୁଆରେ ପଡ଼ିଛି। ସବୁଠାରୁ ବଡ଼ କଥା ହେଲା, କେବଳ ସଂସ୍କୃତ ଓ ହିନ୍ଦୀ ନୁହେଁ, ଏହା ପୂର୍ବରୁ ଯେଉଁ ଦୁଇଟି ବିଷୟରେ ପରୀକ୍ଷା ହୋଇଥିଲା, ତା’ର ପ୍ରଶ୍ନପତ୍ର ମଧ୍ୟ ପରୀକ୍ଷା ପୂର୍ବରୁ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri