ପାର୍ଟନରଠାରୁ ଟଙ୍କା ଆଦାୟ ଲାଗି ସୁପାରୀ ଦେଇଥିଲେ ରେଲ୍‌ଓ୍ବେ ଇଞ୍ଜିନିୟର

ସମ୍ବଲପୁର,୨୫ା୩(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନା ଦାନିପାଲିରେ ଘରେ ପଶି ମହିଳାଙ୍କୁ ଆକ୍ରମଣ ଘଟଣାର ପର୍ଦ୍ଦାଫାଶ୍‌ କରିଛି ପୋଲିସ । ଜମି ବ୍ୟବସାୟରେ ଦୁଇ ପାର୍ଟନର ଡବ୍ଳ୍ୟୁ ଝା ଓ ସନ୍ତୋଷ କୁମାର ପ୍ରଜାପତିଙ୍କ ମଧ୍ୟରେ ଟଙ୍କାକୁ ନେଇ ଗଣ୍ଡଗୋଳ ହୋଇଥିଲା। ୧୧ ଲକ୍ଷ ଟଙ୍କା ଅସୁଲି ପାଇଁ ସନ୍ତୋଷ ଭଡାଟିଆ ଗୁଣ୍ଡା ନିୟୋଜିତ କରିଥିଲେ। ସେମାନେ ଟଙ୍କା ଅସୁଲି କରିବାକୁ ଯାଇ ଡବ୍ଲ୍ୟୁଙ୍କ ମା’ରେଖାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଥିବା ଗୁରୁବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ପି ବାତୁଲା ଗଙ୍ଗାଧର ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଗୋପାଲମାଲର ସୁପାରୀ ନେଇଥିବା ଗୁଣ୍ଡା ଶିବଶଙ୍କର ବାଗ(୩୪), ଅଙ୍କିତ ସିଂ(୨୬), ମନୋରଞ୍ଜନ ମହାକୁଡ(୩୦), କୁନୁ ହରିପାଲ(୫୦) ଓ ପାର୍ଟନର ସନ୍ତୋଷ ପ୍ରଜାପତି(୫୦)। ସନ୍ତୋଷ ରେଲୱେ ଇଞ୍ଜିନିୟର ଭାବେ କାମ କରନ୍ତି। ଆକ୍ରମଣରେ ବ୍ୟବହୃତ ମାରଣାସ୍ତ୍ର, ନଗଦ ୮ ହଜାର ୪୦୦ ଶହ ଟଙ୍କା, ୨ ନମ୍ବର ବିହୀନ ବାଇକ୍‌ ପୋଲିସ ଜବତ କରିଛି। ଏ ନେଇ ଥାନାରେ ଏକ ମାମଲା(ନଂ.୧୪୯/୨୧) ରୁଜୁ ହୋଇଛି। ଘଟଣାରେ ଅସମ୍ପୃକ୍ତ ୩ରୁ ଅଧିକ ଅଭିଯୁକ୍ତ ଫେରାର ଅଛନ୍ତି। ଖୁବ୍‌ଶୀଘ୍ର ସମସ୍ତଙ୍କୁ ଗିରଫ କରାଯିବ ବୋଲି ଏସ୍‌ପି କହିଛନ୍ତି। ଜିଲାରେ ଦାଦାବଟି, ଟଙ୍କା ଅସୁଲି, ସୁପାରୀ ନେବା ଭଳି ଆପରାଧିକ କାର୍ଯ୍ୟ କରାଯାଉଛି। ଏଭଳି ଘଟଣା ସାମ୍ନାକୁ ଆସିଷଳ ଥାନାରେ ଅଭିଯୋଗ କରିବାକୁ ଏସ୍‌ପି ଅନୁରୋଧ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସ୍‌ପି ଅମରେଶ ପଣ୍ଡା, ଅଇଁଠାପାଲି ଥାନା ଅଧିକାରୀ ଯୋଗେଶ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ମାର୍ଚ୍ଚ ୨୧ ତାରିଖରେ ଅଭିଯୁକ୍ତମାନେ ଦାନିପାଲିସ୍ଥିତ ଡବ୍ଲ୍ୟୁଙ୍କ ଘରକୁ ଆସିଥିଲେ। ସେଠାରେ ଡବ୍ଳ୍ୟୁଙ୍କୁ ନ ପାଇବାରୁ ତାଙ୍କ ମା’ ରେଖା ଓ ଭଉଣୀ ରିଙ୍କିଙ୍କୁ ଆକ୍ରମଣ କରିଥିଲେ। ଏ ନେଇ ରିଙ୍କି ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri