ଟ୍ରେନ୍‌ ଅଟକାଇ ଲୋକଙ୍କ ସମସ୍ୟା ଶୁଣିଲେ ରେଳମନ୍ତ୍ରୀ

ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ଟ୍ରାକ୍‌ ଉପରେ ଗଡୁଥିଲା କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଟ୍ରେନ୍‌। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ବିନା ଷ୍ଟେଶନରେ ଲୋକଙ୍କୁ ଦେଖି ହଠାତ୍‌ ଅଟକି ଯାଇଥିଲା ମନ୍ତ୍ରୀଙ୍କ ଟ୍ରେନ୍‌। ଏଭଳି ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସାନପଦର ଗ୍ରାମରେ। ୨୦୧୭ରୁ ଆଞ୍ଚଳିକ କ୍ରିୟାନୁଷ୍ଠାନ କମିଟି ଆଖପାଖ ୧୦ଟି ପଞ୍ଚାୟତର ସମସ୍ୟାକୁ ଦୁଷ୍ଟିରେ ରଖି ସାନପଦରଠାରେ ଏକ ରେଳ ଷ୍ଟେଶନ ନିର୍ମାଣ ପାଇଁ ନିବେଦନ କରିଥିଲା। ଏହାକୁ ଭୁବନେଶ୍ୱର ଏମ୍‌ପିଙ୍କ ସହାୟତାରେ ରେଳମନ୍ତ୍ରୀ ସାନପଦରଠାରେ ରେଳ ପାସେଞ୍ଜର ଷ୍ଟେଶନ ହେବ ବୋଲି କହିବା ସହ ଗତ ଏପ୍ରିଲ ମାସରେ ରେଳ ବିଭାଗ ଚିଠି କରିଥିଲା। ଚିଠି ମିଳିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା। କିନ୍ତୁ ଷ୍ଟେଶନ କାମରେ କୌଣସି ଅଗ୍ରଗତି ହେଉ ନ ଥିଲା। ତେବେ ରବିବାର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଦଶପଲ୍ଲାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବା ବେଳେ ସ୍ଥାନୀୟ ଜନସାଧାରଣ ସାନପଦରଠାରେ ରେଳମନ୍ତ୍ରୀଙ୍କୁ ଅଟକି ସେମାନଙ୍କ ସମସ୍ୟାର ସମାଧାନ ପାଇଁ ନିବେଦନ କରିଥିଲେ। ସାନପଦର ଠାରେ ଟ୍ରେନ୍‌ ଲାଇନ କଡ଼ରେ ସ୍ଥାନୀୟ ଲୋକ ରେଳମନ୍ତ୍ରୀଙ୍କୁ ଦେଖା କରିବାକୁ ଥିବା ଜାଣିପାରି ରେଳମନ୍ତ୍ରୀ ଟ୍ରେନ୍‌ ଅଟକାଇ ତଳକୁ ଓହ୍ଲାଇ ଲୋକଙ୍କ ସହ ଆଲୋଚନା କରିଥିଲେ। ଏଥିସହିତ ସାନପଦରଠାରେ ରେଳ ଷ୍ଟେଶନ କାମର ଅଗ୍ରଗତି ଦାବି ଶୁଣି ସଙ୍ଗେ ସଙ୍ଗେ ରେଳମନ୍ତ୍ରୀଙ୍କ ସହ ଥିବା ଖୋର୍ଦ୍ଧା ରୋଡ୍‌ ଡିଆରଏମ୍‌ଙ୍କୁ ୨୦ ଦିନ ମଧ୍ୟରେ ଏଠାରେ ଷ୍ଟେଶନ କାମ ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ରେଳମନ୍ତ୍ରୀଙ୍କ ଏଭଳି ନିଷ୍ପତ୍ତିକୁ ସ୍ଥାନୀୟ ଅଞ୍ଚଳବାସୀ ସ୍ବାଗତ କରିବା ସହ ଆସନ୍ତା ରଥଯାତ୍ରା ପୂର୍ବରୁ ଏଠାରେ ଟେନ୍‌ ରହଣି ହେବ ଏବଂ ସେମାନେ ଏଇଠାରୁ ଟ୍ରେନ୍‌ରେ ବସି ପୁରୀ ଜଗନ୍ନାଥଙ୍କ ରଥଯାତ୍ରା ଦେଖିବାକୁ ଯିବେ ବୋଲି ରେଳମନ୍ତ୍ରୀଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri