ଟ୍ରେନ୍‌ ଅଟକାଇ ଲୋକଙ୍କ ସମସ୍ୟା ଶୁଣିଲେ ରେଳମନ୍ତ୍ରୀ

ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ଟ୍ରାକ୍‌ ଉପରେ ଗଡୁଥିଲା କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଟ୍ରେନ୍‌। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ବିନା ଷ୍ଟେଶନରେ ଲୋକଙ୍କୁ ଦେଖି ହଠାତ୍‌ ଅଟକି ଯାଇଥିଲା ମନ୍ତ୍ରୀଙ୍କ ଟ୍ରେନ୍‌। ଏଭଳି ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସାନପଦର ଗ୍ରାମରେ। ୨୦୧୭ରୁ ଆଞ୍ଚଳିକ କ୍ରିୟାନୁଷ୍ଠାନ କମିଟି ଆଖପାଖ ୧୦ଟି ପଞ୍ଚାୟତର ସମସ୍ୟାକୁ ଦୁଷ୍ଟିରେ ରଖି ସାନପଦରଠାରେ ଏକ ରେଳ ଷ୍ଟେଶନ ନିର୍ମାଣ ପାଇଁ ନିବେଦନ କରିଥିଲା। ଏହାକୁ ଭୁବନେଶ୍ୱର ଏମ୍‌ପିଙ୍କ ସହାୟତାରେ ରେଳମନ୍ତ୍ରୀ ସାନପଦରଠାରେ ରେଳ ପାସେଞ୍ଜର ଷ୍ଟେଶନ ହେବ ବୋଲି କହିବା ସହ ଗତ ଏପ୍ରିଲ ମାସରେ ରେଳ ବିଭାଗ ଚିଠି କରିଥିଲା। ଚିଠି ମିଳିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା। କିନ୍ତୁ ଷ୍ଟେଶନ କାମରେ କୌଣସି ଅଗ୍ରଗତି ହେଉ ନ ଥିଲା। ତେବେ ରବିବାର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଦଶପଲ୍ଲାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବା ବେଳେ ସ୍ଥାନୀୟ ଜନସାଧାରଣ ସାନପଦରଠାରେ ରେଳମନ୍ତ୍ରୀଙ୍କୁ ଅଟକି ସେମାନଙ୍କ ସମସ୍ୟାର ସମାଧାନ ପାଇଁ ନିବେଦନ କରିଥିଲେ। ସାନପଦର ଠାରେ ଟ୍ରେନ୍‌ ଲାଇନ କଡ଼ରେ ସ୍ଥାନୀୟ ଲୋକ ରେଳମନ୍ତ୍ରୀଙ୍କୁ ଦେଖା କରିବାକୁ ଥିବା ଜାଣିପାରି ରେଳମନ୍ତ୍ରୀ ଟ୍ରେନ୍‌ ଅଟକାଇ ତଳକୁ ଓହ୍ଲାଇ ଲୋକଙ୍କ ସହ ଆଲୋଚନା କରିଥିଲେ। ଏଥିସହିତ ସାନପଦରଠାରେ ରେଳ ଷ୍ଟେଶନ କାମର ଅଗ୍ରଗତି ଦାବି ଶୁଣି ସଙ୍ଗେ ସଙ୍ଗେ ରେଳମନ୍ତ୍ରୀଙ୍କ ସହ ଥିବା ଖୋର୍ଦ୍ଧା ରୋଡ୍‌ ଡିଆରଏମ୍‌ଙ୍କୁ ୨୦ ଦିନ ମଧ୍ୟରେ ଏଠାରେ ଷ୍ଟେଶନ କାମ ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ରେଳମନ୍ତ୍ରୀଙ୍କ ଏଭଳି ନିଷ୍ପତ୍ତିକୁ ସ୍ଥାନୀୟ ଅଞ୍ଚଳବାସୀ ସ୍ବାଗତ କରିବା ସହ ଆସନ୍ତା ରଥଯାତ୍ରା ପୂର୍ବରୁ ଏଠାରେ ଟେନ୍‌ ରହଣି ହେବ ଏବଂ ସେମାନେ ଏଇଠାରୁ ଟ୍ରେନ୍‌ରେ ବସି ପୁରୀ ଜଗନ୍ନାଥଙ୍କ ରଥଯାତ୍ରା ଦେଖିବାକୁ ଯିବେ ବୋଲି ରେଳମନ୍ତ୍ରୀଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri