ଷ୍ଟେଶନରେ ଯାତ୍ରୀଙ୍କ ସହ ଟ୍ରେନ୍‌କୁ ଅପେକ୍ଷା କଲେ ରେଳ ମନ୍ତ୍ରୀ

ବଲାଙ୍ଗୀର ଅଫିସ୍‌,୨୩।୮: ଜନ ଆଶୀର୍ବାଦ ଯାତ୍ରା ପାଇଁ ଓଡ଼ିଶା ଆସିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ। ରବିବାର ଓଡିଶାର ଏକ ଷ୍ଟେଶନ ପ୍ଲାଟଫର୍ମରେ ପଡ଼ିଥିବା ଏକ ସିମେଣ୍ଟ ବେଞ୍ଚରେ ବସି ଟ୍ରେନକୁ ଅପେକ୍ଷା କରିଥିଲେ। ଯଦିଓ ରେଳ ଅଧିକାରୀମାନେ ରେଳ ମନ୍ତ୍ରୀଙ୍କ ପାଇଁ ପ୍ରଥମ ଶ୍ରେଣୀ ବିଶ୍ରାମ କକ୍ଷ ପ୍ରସ୍ତୁତ କରିଥିଲେ, କିନ୍ତୁ ରେଳ ମନ୍ତ୍ରୀ ଷ୍ଟେଶନରେ ପହଞ୍ଚିବା ପରେ ପ୍ରଥମ ଶ୍ରେଣୀ ବିଶ୍ରାମ କକ୍ଷରେ ଅପେକ୍ଷା କରିବା ପରିବର୍ତ୍ତେ ସେ ସିମେଣ୍ଟରେ ତିଆରି ପ୍ଲାଟଫର୍ମ ବେଞ୍ଚ୍‌ରେ ବସି ଟ୍ରେନକୁ ଅପେକ୍ଷା କରିବାକୁ ପସନ୍ଦ କରିଥିଲେ। ସେ କହିଛନ୍ତି ଯେ, ଯେଉଁଠାରେ ଦେଶର ସାଧାରଣ ନାଗରିକ ଟ୍ରେନକୁ ଅପେକ୍ଷା କରନ୍ତି, ମୁଁ ମଧ୍ୟ ତାହା କରିବି। ଏହି ସମୟରେ ସେ ରେଳ ଅଧିକାରୀଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ।
ସୂଚନାଯୋଗ୍ୟ,ରେଳ ମନ୍ତ୍ରୀ ଅଶ୍ୱୀନ ବୈଷ୍ଣବ ଏବେ ଓଡିଶା ଗସ୍ତରେ ଅଛନ୍ତି। ଏହି ସମୟରେ ସେ ଓଡିଶାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିବା ସହିତ ଷ୍ଟେଶନଗୁଡ଼ିକୁ ଯାଞ୍ଚ କରୁଛନ୍ତି। ରବିବାର ରେଳ ମନ୍ତ୍ରୀ ଓଡିଶାର ବଲାଙ୍ଗୀର ରେଳ ଷ୍ଟେଶନରେ ପହଞ୍ଚି ପୁରୀ ଏକ୍ସପ୍ରେସ ଦ୍ୱାରା ଭୁବନେଶ୍ୱରକୁ ଫେରିବାର କାର୍ଯ୍ୟକ୍ରମ ଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri