ରେଲଓ୍ବେ ଓଭରବ୍ରିଜ ରାସ୍ତା ନିମ୍ନମାନର

ବୋଲଗଡ଼,୧୮ା୪(ଡି.ଏନ୍‌.ଏ.): କେନ୍ଦ୍ର ସରକାର ରେଲଓ୍ବେ ଓଭରବ୍ରିଜ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ବିଭାଗୀୟ ଅଧିକାରୀଙ୍କ ତଦାରଖ ଅଭାବରୁ କାର୍ଯ୍ୟାଦେଶ ପାଇଥିବା ଠିକାସଂସ୍ଥାମାନେ ନିମ୍ନମାନର କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସାନପଦର ଗ୍ରାମ ଦେଇ ଯାଇଥିବା ରେଳପଥ ଉପରେ ହୋଇଥିବା ଓଭରବ୍ରିଜ ରାସ୍ତା ନିମ୍ନମାନର ଯୋଗୁ ମରଣଯନ୍ତା ପାଲଟିଛି, ଯାହାକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବା ସହ ରାସ୍ତା ମରାମତି ପାଇଁ ଦାବି ହେଉଛି।
ଯେ, ପ୍ରାୟ ୨ବର୍ଷ ପୂର୍ବେ ଏହି ରେଲଓ୍ବେ ଓଭରବ୍ରିଜ ରାସ୍ତା କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଏହାକୁ ଦେଢ ବର୍ଷ ହେବ ଜନସାଧାରଣଙ୍କ ବ୍ୟବହାର ପାଇଁ ଅନୁମତି ମିଳିଥିଲା। ଉକ୍ତ ସମୟରେ ରାସ୍ତାର ଉଭୟ ପାଶର୍‌ବ ଦବି ଯାଇଥିବା ନେଇ ଗ୍ରାମବାସୀଙ୍କ ବିରୋଧ ପରେ ନିର୍ମାଣକାରୀ ସଂସ୍ଥା ଏହା ଉପରେ ମେଣ୍ଟାଲ ଓ ବଜୁରି ପକାଇ ସମତୁଲ କରିଥିଲା। ପୁନର୍ବାର ଏବେ ଏହି ରାସ୍ତା ଦବିଯିବାରୁ ରାସ୍ତାର ଉଭୟ ପାଶର୍‌ବରେ ଚିପସ ଓ ବଜୁରି ଗୁଣ୍ଡ ପକାଯାଇ ରାସ୍ତା ସମତୂଲ କରାଯାଇଛି। ଏହା ରାସ୍ତାରେ ନ ମିଶି ଇତସ୍ତତଃ ହୋଇ ପଡିଥିବାରୁ ଯାତାୟାତରେ ବାଧା ସୃଷ୍ଟି ହେବା ସହ ଦୁର୍ଘଟଣା ଘଟୁଥିବା ନଜିର ରହିଛି। ଏହି ରାସ୍ତା ବୋଲଗଡ଼ ବ୍ଲକ ଅଞ୍ଚଳର ପିଚୁକୁଳି, ସାନପଦର ଓ ଗୋପାଳପୁର ପଞ୍ଚାୟତ ପାଇଁ ବହୁ ଗୁରୁତ୍ୱ ବହନ କରୁଥିବା ବେଳେ ଚିକିତ୍ସାକେନ୍ଦ୍ର, ମହାବିଦ୍ୟାଳୟକୁ ଏହି ରାସ୍ତା ଦେଇ ଯାଇଥାନ୍ତି। ଏ ସମ୍ପର୍କରେ ଠିକାଦାର ସଂସ୍ଥା ପ୍ରକଳ୍ପ ପରିଚାଳକ ଓ ଇଷ୍ଟକୋଷ୍ଟ ରେଲଓ୍ବେର ସାଧାରଣ ନିର୍ମାଣ ବିଭାଗ ଯନ୍ତ୍ରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରି ନାହିଁ। ଅନ୍ୟପଟେ ଏହି ରାସ୍ତାକୁ ତୁରନ୍ତ ମରାମତି କରିବା ପାଇଁ ସାନପଦର ସରପଞ୍ଚ ବୈକୁଣ୍ଠ ନାଥ ସ୍ବାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri