ରେଲଓ୍ବେ ଓଭରବ୍ରିଜ ରାସ୍ତା ନିମ୍ନମାନର

ବୋଲଗଡ଼,୧୮ା୪(ଡି.ଏନ୍‌.ଏ.): କେନ୍ଦ୍ର ସରକାର ରେଲଓ୍ବେ ଓଭରବ୍ରିଜ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ବିଭାଗୀୟ ଅଧିକାରୀଙ୍କ ତଦାରଖ ଅଭାବରୁ କାର୍ଯ୍ୟାଦେଶ ପାଇଥିବା ଠିକାସଂସ୍ଥାମାନେ ନିମ୍ନମାନର କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସାନପଦର ଗ୍ରାମ ଦେଇ ଯାଇଥିବା ରେଳପଥ ଉପରେ ହୋଇଥିବା ଓଭରବ୍ରିଜ ରାସ୍ତା ନିମ୍ନମାନର ଯୋଗୁ ମରଣଯନ୍ତା ପାଲଟିଛି, ଯାହାକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବା ସହ ରାସ୍ତା ମରାମତି ପାଇଁ ଦାବି ହେଉଛି।
ଯେ, ପ୍ରାୟ ୨ବର୍ଷ ପୂର୍ବେ ଏହି ରେଲଓ୍ବେ ଓଭରବ୍ରିଜ ରାସ୍ତା କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଏହାକୁ ଦେଢ ବର୍ଷ ହେବ ଜନସାଧାରଣଙ୍କ ବ୍ୟବହାର ପାଇଁ ଅନୁମତି ମିଳିଥିଲା। ଉକ୍ତ ସମୟରେ ରାସ୍ତାର ଉଭୟ ପାଶର୍‌ବ ଦବି ଯାଇଥିବା ନେଇ ଗ୍ରାମବାସୀଙ୍କ ବିରୋଧ ପରେ ନିର୍ମାଣକାରୀ ସଂସ୍ଥା ଏହା ଉପରେ ମେଣ୍ଟାଲ ଓ ବଜୁରି ପକାଇ ସମତୁଲ କରିଥିଲା। ପୁନର୍ବାର ଏବେ ଏହି ରାସ୍ତା ଦବିଯିବାରୁ ରାସ୍ତାର ଉଭୟ ପାଶର୍‌ବରେ ଚିପସ ଓ ବଜୁରି ଗୁଣ୍ଡ ପକାଯାଇ ରାସ୍ତା ସମତୂଲ କରାଯାଇଛି। ଏହା ରାସ୍ତାରେ ନ ମିଶି ଇତସ୍ତତଃ ହୋଇ ପଡିଥିବାରୁ ଯାତାୟାତରେ ବାଧା ସୃଷ୍ଟି ହେବା ସହ ଦୁର୍ଘଟଣା ଘଟୁଥିବା ନଜିର ରହିଛି। ଏହି ରାସ୍ତା ବୋଲଗଡ଼ ବ୍ଲକ ଅଞ୍ଚଳର ପିଚୁକୁଳି, ସାନପଦର ଓ ଗୋପାଳପୁର ପଞ୍ଚାୟତ ପାଇଁ ବହୁ ଗୁରୁତ୍ୱ ବହନ କରୁଥିବା ବେଳେ ଚିକିତ୍ସାକେନ୍ଦ୍ର, ମହାବିଦ୍ୟାଳୟକୁ ଏହି ରାସ୍ତା ଦେଇ ଯାଇଥାନ୍ତି। ଏ ସମ୍ପର୍କରେ ଠିକାଦାର ସଂସ୍ଥା ପ୍ରକଳ୍ପ ପରିଚାଳକ ଓ ଇଷ୍ଟକୋଷ୍ଟ ରେଲଓ୍ବେର ସାଧାରଣ ନିର୍ମାଣ ବିଭାଗ ଯନ୍ତ୍ରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରି ନାହିଁ। ଅନ୍ୟପଟେ ଏହି ରାସ୍ତାକୁ ତୁରନ୍ତ ମରାମତି କରିବା ପାଇଁ ସାନପଦର ସରପଞ୍ଚ ବୈକୁଣ୍ଠ ନାଥ ସ୍ବାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri