ଭୁଶୁଡ଼ିଲା ନିର୍ମାଣାଧୀନ ରେଲୱେ ଓଭରବ୍ରିଜ

ବାଉଁଶୁଣୀ/ବୌଦ୍ଧ,୬।୩(ଡି.ଏନ.ଏ./ସ୍ବ.ପ୍ର.):  ପଶ୍ଚିମ ଓଡ଼ିଶାର ଜୀବନ ରେଖା କୁହାଯାଉଥିବା ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ବୌଦ୍ଧ ଜିଲା ଦେଇ ୧୧୦ କି.ମି. ବ୍ୟାପୀ ଏହି ରେଳପଥ ଯିବାକୁ ଥିବା ବେଳେ କାମ ଆଗେଇ ଚାଲିଛି। ତେବେ ନିମ୍ନମାନର କାମ ଯୋଗୁ ବୌଦ୍ଧ ସଦର ବ୍ଲକ ଅଧୀନ ପୁରୁମୁଣ୍ଡା ଗ୍ରାମ ନିକଟରେ ନିର୍ମାଣାଧୀନ ରେଲଓ୍ବେ ଓଭର ବ୍ରିଜ ଭୁଶୁଡ଼ି ପଡିଛି। ଏଥିରେ ସୌଭାଗ୍ୟବଶତଃ କେହି ଆହତ ହୋଇନାହାନ୍ତି।
ପ୍ରକାଶ ଯେ, ସଦର ବ୍ଲକ ଖଲିଆପାଲି ଗ୍ରାମ ପଞ୍ଚାୟତର ପୁରୁମୁଣ୍ଡା ପ୍ରାଥମିକ ବିଦ୍ୟାଳୟ ପାଖ ଦେଇ ଉକ୍ତ ରେଳଲାଇନ ଯାଉଛି। ତେଣୁ ଉକ୍ତ ପଞ୍ଚାୟତବାସୀଙ୍କ ଯିବା ଆସିବା ପାଇଁ ପୁରୁମୁଣ୍ଡା ଗଁା ନିକଟରେ ଏହି ବ୍ରିଜ ନିର୍ମାଣ କାର୍ଯ୍ୟ ୩ ମାସ ହେଲା ଚାଲିଛି। ଶୁକ୍ରବାର ଏହି ବ୍ରିଜର ଢଳେଇ ଛାତ ପଡ଼ିଥିଲା। ହେଲେ ୨୪ ଘଣ୍ଟା ନ ପୂରୁଣୁ ତାହା ଭୁଶୁଡି ପଡିବା ଦେଖିବାକୁ ମିଳିଥିଲା। ଜିଲା ପ୍ରଶାସନର ଅବହେଳା ଯୋଗୁ ବ୍ରିଜ କାମ ନିମ୍ନମାନର ହେଉଥିବା ଜନସାଧାରଣ ଅଭିଯୋଗ କରିଛନ୍ତି। ଏହାର ତଦନ୍ତ କରାଯାଇ ସମ୍ପୃକ୍ତ ଜେଇ ଓ ଠିକାଦାରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଏହାର ପୁନଃନିର୍ମାଣ ଲାଗି ଗ୍ରାମବାସୀ ଦାବି କରିଛନ୍ତି।
ସୂଚନାଯୋଗ୍ୟ, ବୌଦ୍ଧ ଜିଲାରେ ବର୍ତ୍ତମାନ ପୁରୁଣାକଟକଠାରୁ ମନମୁଣ୍ଡା ପର୍ଯ୍ୟନ୍ତ କାମ ଆରମ୍ଭ ହୋଇଥିବା ବେଳେ ବେସରକାରୀ ଠିକା ସଂସ୍ଥା ଏଆରଏସଏସ କାର୍ଯ୍ୟ କରୁଛି। ଖୋର୍ଦ୍ଧାରୋଡଠାରୁ ନୟାଗଡର ମହିପୁର ପର୍ଯ୍ୟନ୍ତ ରେଳପଥ ନିର୍ମାଣ ହୋଇ ରେଳ ଗଡି ସାରିଥିବା ବେଳେ ବଲାଙ୍ଗୀର ପଟୁ ୧୯ କି.ମି. ଭଁଇସାପାଲି ପର୍ଯ୍ୟନ୍ତ ରେଳ ଗଡିସାରିଛି। ତେବେ ବେସରକାରୀ ଠିକା ସଂସ୍ଥାର ନିମ୍ନମାନର କାମ ଯୋଗୁ ନିର୍ମାଣାଧୀନ ରେଲୱେ ଓଭର ବ୍ରିଜ ଭୁଶୁଡ଼ିବା ସମସ୍ତଙ୍କୁ ଚକିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri