ଭୁଶୁଡ଼ିଲା ନିର୍ମାଣାଧୀନ ରେଲୱେ ଓଭରବ୍ରିଜ

ବାଉଁଶୁଣୀ/ବୌଦ୍ଧ,୬।୩(ଡି.ଏନ.ଏ./ସ୍ବ.ପ୍ର.):  ପଶ୍ଚିମ ଓଡ଼ିଶାର ଜୀବନ ରେଖା କୁହାଯାଉଥିବା ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ବୌଦ୍ଧ ଜିଲା ଦେଇ ୧୧୦ କି.ମି. ବ୍ୟାପୀ ଏହି ରେଳପଥ ଯିବାକୁ ଥିବା ବେଳେ କାମ ଆଗେଇ ଚାଲିଛି। ତେବେ ନିମ୍ନମାନର କାମ ଯୋଗୁ ବୌଦ୍ଧ ସଦର ବ୍ଲକ ଅଧୀନ ପୁରୁମୁଣ୍ଡା ଗ୍ରାମ ନିକଟରେ ନିର୍ମାଣାଧୀନ ରେଲଓ୍ବେ ଓଭର ବ୍ରିଜ ଭୁଶୁଡ଼ି ପଡିଛି। ଏଥିରେ ସୌଭାଗ୍ୟବଶତଃ କେହି ଆହତ ହୋଇନାହାନ୍ତି।
ପ୍ରକାଶ ଯେ, ସଦର ବ୍ଲକ ଖଲିଆପାଲି ଗ୍ରାମ ପଞ୍ଚାୟତର ପୁରୁମୁଣ୍ଡା ପ୍ରାଥମିକ ବିଦ୍ୟାଳୟ ପାଖ ଦେଇ ଉକ୍ତ ରେଳଲାଇନ ଯାଉଛି। ତେଣୁ ଉକ୍ତ ପଞ୍ଚାୟତବାସୀଙ୍କ ଯିବା ଆସିବା ପାଇଁ ପୁରୁମୁଣ୍ଡା ଗଁା ନିକଟରେ ଏହି ବ୍ରିଜ ନିର୍ମାଣ କାର୍ଯ୍ୟ ୩ ମାସ ହେଲା ଚାଲିଛି। ଶୁକ୍ରବାର ଏହି ବ୍ରିଜର ଢଳେଇ ଛାତ ପଡ଼ିଥିଲା। ହେଲେ ୨୪ ଘଣ୍ଟା ନ ପୂରୁଣୁ ତାହା ଭୁଶୁଡି ପଡିବା ଦେଖିବାକୁ ମିଳିଥିଲା। ଜିଲା ପ୍ରଶାସନର ଅବହେଳା ଯୋଗୁ ବ୍ରିଜ କାମ ନିମ୍ନମାନର ହେଉଥିବା ଜନସାଧାରଣ ଅଭିଯୋଗ କରିଛନ୍ତି। ଏହାର ତଦନ୍ତ କରାଯାଇ ସମ୍ପୃକ୍ତ ଜେଇ ଓ ଠିକାଦାରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଏହାର ପୁନଃନିର୍ମାଣ ଲାଗି ଗ୍ରାମବାସୀ ଦାବି କରିଛନ୍ତି।
ସୂଚନାଯୋଗ୍ୟ, ବୌଦ୍ଧ ଜିଲାରେ ବର୍ତ୍ତମାନ ପୁରୁଣାକଟକଠାରୁ ମନମୁଣ୍ଡା ପର୍ଯ୍ୟନ୍ତ କାମ ଆରମ୍ଭ ହୋଇଥିବା ବେଳେ ବେସରକାରୀ ଠିକା ସଂସ୍ଥା ଏଆରଏସଏସ କାର୍ଯ୍ୟ କରୁଛି। ଖୋର୍ଦ୍ଧାରୋଡଠାରୁ ନୟାଗଡର ମହିପୁର ପର୍ଯ୍ୟନ୍ତ ରେଳପଥ ନିର୍ମାଣ ହୋଇ ରେଳ ଗଡି ସାରିଥିବା ବେଳେ ବଲାଙ୍ଗୀର ପଟୁ ୧୯ କି.ମି. ଭଁଇସାପାଲି ପର୍ଯ୍ୟନ୍ତ ରେଳ ଗଡିସାରିଛି। ତେବେ ବେସରକାରୀ ଠିକା ସଂସ୍ଥାର ନିମ୍ନମାନର କାମ ଯୋଗୁ ନିର୍ମାଣାଧୀନ ରେଲୱେ ଓଭର ବ୍ରିଜ ଭୁଶୁଡ଼ିବା ସମସ୍ତଙ୍କୁ ଚକିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?