ରେଳ ପ୍ରକଳ୍ପ ବିକାଶକୁ ତ୍ୱରାନ୍ବିତ କରିବ

ଭୁବନେଶ୍ୱର,୨୯।୮(ଅନିଲ ଦାସ): ଓଡ଼ିଶାର ୨ ନୂଆ ରେଳ ଲାଇନ ଓ ଗୋଟିଏ ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ ବୁଧବାର କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ମିଳିଛି। ବରଗଡ଼ ରୋଡ ଓ ନୂଆପଡ଼ା ରୋଡ ୧୩୮କି.ମି. ନୂଆ ରେଳ ଲାଇନ ନିର୍ମାଣ ପାଇଁ ୨୯୨୬କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଏହି ଲାଇନ ହେବା ପରେ ବରଗଡ଼ରୁ ରାୟପୁରକୁ ଯୋଗାଯୋଗ ସହଜ ହେବ। ସେହିପରି ସୁନ୍ଦରଗଡ଼ ଜିଲା ସରଡେଗାରୁ ଛତିଶଗଡ଼ର ଭଲୁମୁଡାକୁ ୩୭ କି.ମି. ନୂଆ ଡବଲ ଲାଇନ ପାଇଁ ୧୩୬୦କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେହିପରି ଜାମସେଦପୁର-ଆସାନସୋଲ ମଧ୍ୟରେ୧୨୧କି.ମି. ଲମ୍ବ ତୃତୀୟ ଲାଇନ ପାଇଁ ୨୧୭୦କୋଟି ଟଙ୍କା ବ୍ୟୟବରାଦ ହୋଇଛି। ନୂଆ ରେଳ ପ୍ରକଳ୍ପ ଯୋଗାଯୋଗ ବ୍ୟବସ୍ଥାରେ ସୁଧାର ଆଣିବା ସହ ଯାତ୍ରାକୁ ସହଜ କରିବ। ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର କ୍ୟାବିନେଟ୍‌ରେ ନିଆଯାଇଥିବା ନିଷ୍ପତ୍ତି ଓଡ଼ିଶାବାସୀଙ୍କ ଲାଗି ସ୍ମରଣୀୟ ହୋଇ ରହିବ। ଓଡ଼ିଶାର ରେଳ ବିକାଶ ପାଇଁ ୪୨୩୪କୋଟି ଟଙ୍କା ବ୍ୟୟରେ ଏସବୁ ପ୍ରକଳ୍ପ ନିର୍ମାଣ ହେବାକୁ ଯାଉଛି। ଓଡ଼ିଶାର ସାମଗ୍ରିକ ବିକାଶ ଲାଗି ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତିଶ୍ରୁତିବଦ୍ଧତା ପାଇଁ ରାଜ୍ୟ ସଭାପତି ମନମୋହନ ସାମଲ ତାଙ୍କୁ କୃତଜ୍ଞତା ଜଣାଇବା ସହିତ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମନମୋହନ କହିଛନ୍ତି, କେନ୍ଦ୍ର କ୍ୟାବିନେଟ୍‌ରେ ମଞ୍ଜୁର ହୋଇଥିବା ପ୍ରକଳ୍ପଗୁଡ଼ିକ ଓଡ଼ିଶାବାସୀଙ୍କ ସ୍ବାର୍ଥ ପୂରଣ କରିବ। ନୂତନ ରେଳ ପ୍ରକଳ୍ପ ଯୋଗୁ ଓଡ଼ିଶାର ଆର୍ଥତ୍କ ବିକାଶ ଦୃଢ଼ ହେବ। ବିଶେଷଭାବେ ପଶ୍ଚିମ ଓଡ଼ିଶାରେ ଗମନାଗମନ ଦୃଢ଼ ହେବା ସହ କୃଷି, ଶିଳ୍ପ, ପର୍ଯ୍ୟଟନ ଓ ଅନ୍ୟାନ୍ୟ କ୍ଷେତ୍ରର ବିକାଶ ହୋଇପାରିବ। ବନଜାତ ଦ୍ରବ୍ୟକୁ ରାଜ୍ୟ ତଥା ରାଜ୍ୟ ବାହାରକୁ ପହଞ୍ଚାଯାଇ ପାରିବ ଏବଂ ସ୍ଥାନୀୟ ବାସିନ୍ଦାଙ୍କ ଆର୍ଥିକ ସ୍ଥିତି ମଜଭୁତ ହେବ।
ରାଜ୍ୟରେ ନୂତନ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ତ୍ୱରାନ୍ବିତ ହେବ। ଏଥିରେ ରାଜ୍ୟରେ ଲକ୍ଷାଧିକ ଓଡ଼ିଆ ଯୁବତୀଯୁବକଙ୍କ ପାଇଁ ପ୍ରତ୍ୟକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମନମୋହନ କହିଛନ୍ତି।
କେନ୍ଦ୍ରରେ ମୋଦି ସରକାର ଗଠନ ଦିନରୁ ଓଡ଼ିଶାର ବିକାଶକୁ ପ୍ରାଧାନ୍ୟ ଦିଆଯାଉଛି। ବିଜେଡି ସରକାର ଅମଳରେ ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ କେନ୍ଦ୍ରୀୟ ପ୍ରକଳ୍ପଗୁଡ଼ିକୁ ବାସ୍ତବ ରୂପ ମିଳି ପାରୁ ନ ଥିଲା ଏବଂ ଓଡ଼ିଶାରେ ବିକାଶ ବାଧାପ୍ରାପ୍ତ ହେଉଥିଲା। ମାତ୍ର ଏବେ ଓଡ଼ିଶାରେ ଡବଲ ଇଞ୍ଜିନ୍‌ ସରକାର ଗଠନ ହୋଇଥିବାରୁ ସମସ୍ତ ବାଧା ଦୂର ହୋଇଛି ବୋଲି ମନମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri