Posted inଫୁରସତ

ବରଫ ଆଚ୍ଛାଦିତ ରେଳ ଷ୍ଟେଶନ ଦେଖି ୟୁଜର କହିଲେ…

ପୃଥିବୀରେ ଏପରି କିଛି ସୁନ୍ଦର ସ୍ଥାନ ଅଛି, ଯାହା ସ୍ବର୍ଗଠାରୁ ବି କମ୍‌ ନୁହେଁ। ଏବେ ସେମିତି ଏକ ଭିଡିଓ ସାମ୍ନାକୁ ଆସିଛି। ଯାହା ରେଳ ମନ୍ତ୍ରଣାଳୟର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରାଯାଇଛି। ଯେଉଁଥିରେ ତୁଷାରପାତ ଉପତ୍ୟକା ଦେଇ ଯାଉଥିବା ଟ୍ରେନ୍‌ ସମସ୍ତଙ୍କ ହୃଦୟ ଜିତୁଛି।

 

ଭିଡିଓରେ ଏକ ବରଫରେ ଆଚ୍ଛାଦିତ ରେଳ ଲାଇନ୍‌ ଦେଇ ଯାଉଥିବା ଏକ ଟ୍ରେନ୍‌ ଦେଖିବାକୁ ମିଳିଛି। ଯାହା ଦେଖି ଆପଣଙ୍କ ହୃଦୟ ମଧ୍ୟ ଖୁସି ହୋଇଯିବ। ଦିନକୁ ଦିନ ଭିଡିଓଟି ଖୁବ୍‌ ଭାଇରାଲ ହେଉଛି।

ଆଜିକାଲି ଥଣ୍ଡା ପ୍ରବଳ ହେଉଛି। ଏଥି ସହିତ କଶ୍ମୀରର ସମତଳ ଅଞ୍ଚଳରେ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ଆରମ୍ଭ ହୋଇଛି। ଏଠାକୁ ପର୍ଯ୍ୟଟକମାନେ ବହୁ ସଂଖ୍ୟାରେ ଆସୁଛନ୍ତି। ବରଫରେ ଆଚ୍ଛାଦିତ ଏହି ସୁନ୍ଦର ଉପତ୍ୟକା ସମସ୍ତଙ୍କୁ ଆନନ୍ଦ ଦିଏ।

ଏହି ଭିଡିଓଟି ରେଳ ମନ୍ତ୍ରଣାଳୟର ଅଫିସିଆଲ ଟୁଇଟର ପେଜ୍‌ରେ ଶେୟାର କରାଯାଇଛି। ଭିଡିଓ ଶେୟାର କରି କ୍ୟାପଶନ ଲେଖାଅଛି, ‘ଜମ୍ମୁ-କଶ୍ମୀରର ବନିହାଲରୁ ବଡ଼ଗାମ ପର୍ଯ୍ୟନ୍ତ ବରଫାବୃତ୍ତ ଘାଟିରେ ଟ୍ରେନ୍‌ର ମନୋରମ ଦୃଶ୍ୟ’। ଏହି ୩୫ ସେକେଣ୍ଡର ଭିଡିଓ ଏପର୍ଯ୍ୟନ୍ତ ୧୪୦.୩K ଭ୍ୟୁ ପାଇଥିବାବେଳେ ୫ ହଜାରରୁ ଅଧିକ ଲୋକ ଏହାକୁ ପସନ୍ଦ କରିଛନ୍ତି। ଏକ ହଜାରରୁ ଅଧିକ ଲୋକ ଏହି ଭିଡିଓକୁ ରିଟୁଇଟ୍‌ କରିଛନ୍ତି। ୟୁଜରମାନେ ଏହା ଉପରେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି। ଅନେକ ୟୁଜର ଏହାକୁ ବହୁତ ସୁନ୍ଦର ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?