ରେଲଓ୍ବେ ପକ୍ଷରୁ ୧୦ ଲକ୍ଷ କାର୍ଯ୍ୟଦିବସ ସୃଷ୍ଟି

ନୂଆଦିଲ୍ଲୀ,୨୮।୯: କରୋନା ମହାମାରୀ ଯୋଗୁ ବିଭିନ୍ନ ସଂସ୍ଥାରେ କାର୍ଯ୍ୟ ବନ୍ଦ କାରଣରୁ ଶ୍ରମିକମାନେ ଘରେ ହାତ ବାନ୍ଧିି ବସିଛନ୍ତି। ଏହି ମହାମାରୀ ସମୟରେ ଭାରତୀୟ ରେଳ ପକ୍ଷରୁ ଦେଶର ପ୍ରମୁଖ ୬ଟି ରାଜ୍ୟରେ ପ୍ରାୟ ୧୦ଲକ୍ଷରୁ ଉର୍ଦ୍ଧ୍ୱ କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଛି। ବିହାର ଓ ରାଜସ୍ଥାନ ସମେତ ଅନ୍ୟ ୪ଟି ରାଜ୍ୟରେ ରେଲଓ୍ବେର ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ ଶ୍ରମିକମାନଙ୍କୁ ଏହି କାର୍ଯ୍ୟ ଯୋଗାଇ ଦିଆଯାଇଥିବା ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ଗରିବ କଲ୍ୟାଣ ରୋଜଗାର ଅଭିଯାନ ଯୋଜନା ଜରିଆରେ ଭାରତୀୟ ରେଲଓ୍ବେ ତାର ବିଭିନ୍ନ ରେଳଷ୍ଟେଶନ ଠାରୁ ଆରମ୍ଭ କରି ଲେଭଲ୍‌ କ୍ରସିଂ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟରେ ପ୍ରବାସୀ ଶ୍ରମିକଙ୍କୁ ନିୟୋଜିତ କରିଛି। ଫଳରେ ପ୍ରବାସୀ ଶ୍ରମିକଙ୍କୁ ରୋଜଗାର ସହ ରେଲଓ୍ବେର ବିଭିନ୍ନ କାର୍ଯ୍ୟ ମଧ୍ୟ ଯଥା ସମ୍ଭବ ସମ୍ପୂର୍ଣ୍ଣ ହୋଇପାରିଥିବା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଯୋଜନାରେ ବିଶେଷ କରି ବିହାର,ଝାଡଖଣ୍ଡ,ମଧ୍ୟପ୍ରଦେଶ,ଓଡିଶା,ରାଜସ୍ଥାନ ଏବଂ ଉତ୍ତରପ୍ରଦେଶ ଆଦି ରାଜ୍ୟରେ ଏହି ସବୁ କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଥିବା ବିଷୟରେ ରେଳ ମନ୍ତ୍ରୀ ପୀୟୂଷ ଗୋୟଲ ବିସ୍ତୃତ ଭାବରେ ସୂଚନା ଦେଇଛନ୍ତି। ଏହି ସମୟ ମଧ୍ୟରେ ରେଲଓ୍ବେର ପ୍ରାୟ ୧୬୪ଟି ଭିତ୍ତିଭୂମି ପ୍ରକଳ୍ପର କାର୍ଯ୍ୟ ଏହି ୬ଟି ରାଜ୍ୟରେ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri