ରେଲଓ୍ବେ ପକ୍ଷରୁ ୧୦ ଲକ୍ଷ କାର୍ଯ୍ୟଦିବସ ସୃଷ୍ଟି

ନୂଆଦିଲ୍ଲୀ,୨୮।୯: କରୋନା ମହାମାରୀ ଯୋଗୁ ବିଭିନ୍ନ ସଂସ୍ଥାରେ କାର୍ଯ୍ୟ ବନ୍ଦ କାରଣରୁ ଶ୍ରମିକମାନେ ଘରେ ହାତ ବାନ୍ଧିି ବସିଛନ୍ତି। ଏହି ମହାମାରୀ ସମୟରେ ଭାରତୀୟ ରେଳ ପକ୍ଷରୁ ଦେଶର ପ୍ରମୁଖ ୬ଟି ରାଜ୍ୟରେ ପ୍ରାୟ ୧୦ଲକ୍ଷରୁ ଉର୍ଦ୍ଧ୍ୱ କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଛି। ବିହାର ଓ ରାଜସ୍ଥାନ ସମେତ ଅନ୍ୟ ୪ଟି ରାଜ୍ୟରେ ରେଲଓ୍ବେର ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ ଶ୍ରମିକମାନଙ୍କୁ ଏହି କାର୍ଯ୍ୟ ଯୋଗାଇ ଦିଆଯାଇଥିବା ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ଗରିବ କଲ୍ୟାଣ ରୋଜଗାର ଅଭିଯାନ ଯୋଜନା ଜରିଆରେ ଭାରତୀୟ ରେଲଓ୍ବେ ତାର ବିଭିନ୍ନ ରେଳଷ୍ଟେଶନ ଠାରୁ ଆରମ୍ଭ କରି ଲେଭଲ୍‌ କ୍ରସିଂ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟରେ ପ୍ରବାସୀ ଶ୍ରମିକଙ୍କୁ ନିୟୋଜିତ କରିଛି। ଫଳରେ ପ୍ରବାସୀ ଶ୍ରମିକଙ୍କୁ ରୋଜଗାର ସହ ରେଲଓ୍ବେର ବିଭିନ୍ନ କାର୍ଯ୍ୟ ମଧ୍ୟ ଯଥା ସମ୍ଭବ ସମ୍ପୂର୍ଣ୍ଣ ହୋଇପାରିଥିବା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଯୋଜନାରେ ବିଶେଷ କରି ବିହାର,ଝାଡଖଣ୍ଡ,ମଧ୍ୟପ୍ରଦେଶ,ଓଡିଶା,ରାଜସ୍ଥାନ ଏବଂ ଉତ୍ତରପ୍ରଦେଶ ଆଦି ରାଜ୍ୟରେ ଏହି ସବୁ କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଥିବା ବିଷୟରେ ରେଳ ମନ୍ତ୍ରୀ ପୀୟୂଷ ଗୋୟଲ ବିସ୍ତୃତ ଭାବରେ ସୂଚନା ଦେଇଛନ୍ତି। ଏହି ସମୟ ମଧ୍ୟରେ ରେଲଓ୍ବେର ପ୍ରାୟ ୧୬୪ଟି ଭିତ୍ତିଭୂମି ପ୍ରକଳ୍ପର କାର୍ଯ୍ୟ ଏହି ୬ଟି ରାଜ୍ୟରେ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri