ଛେଚୁଛି ବର୍ଷା, ବଢୁଛି ଭୟ

ଭୋଗରାଇ, ୨୦।୮(ଡି.ଏନ.ଏ.): ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡିଶା-ପଶ୍ଚିମବଙ୍ଗ ଦୀଘା ଉପକୂଳ ମୁହାଁ ହେଉଥିବାରୁ ପ୍ରଶାସନ ପକ୍ଷରୁ ବାଲେଶ୍ୱର ଜିଲାରେ ସତର୍କ ସଂକେତ ଜାରି କରାଯାଇଛି l ଲଘୁଚାପ ସହିତ ଦକ୍ଷିଣ ପଶ୍ଚିମ ମୌସମୀ ବାୟୁ ଯୋଗୁ ଜିଲାରେ ଅବିଶ୍ରାନ୍ତ ବର୍ଷା ଲାଗି ରହିଛି। ଏଭଳି ସ୍ଥିତିରେ ଜୀବନଯାତ୍ରା ଏକପ୍ରକାର ଠପ୍‌ ହୋଇଯାଇଛି।
ଅପରପକ୍ଷରେ ଜିଲାରେ ଶୁକ୍ରବାର ସକାଳ ୮ଟା ସୁଦ୍ଧା ୧୪୯.୫ମି.ମି. ବର୍ଷା ହୋଇଥିବା ଜରୁରୀକାଳୀନ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ସମୁଦ୍ର ଅଶାନ୍ତ ଥିବାରୁ ସମସ୍ତ ମତ୍ସ୍ୟଜୀବୀ ଓ ପର୍ଯ୍ୟଟକଙ୍କୁ ସମୁଦ୍ରକୁ ଯିବା ପାଇଁ ନିଷେଧ୍ୟାଜ୍ଞା ପ୍ରଶାସନ ପକ୍ଷରୁ ଜାରି କରାଯାଇଛି। ଉଦୟପୁର, ତାଳସାରୀ, ବିଚିତ୍ରପୁର, କୀର୍ତ୍ତନିଆ, ଡଗରା, ଚୌମୁଖ, ହଂସକର, ବାହାବଳପୁର, କଷାଫଳ ଆଦି ମତ୍ସ୍ୟ ଅବତରଣ କେନ୍ଦ୍ରରେ ସମସ୍ତ ମାଛଧରା ଡ଼ଙ୍ଗା ଓ ଟ୍ରଲର କୂଳରେ ଲାଗିଛି। ସମୁଦ୍ର ଅଶାନ୍ତ ଥିବାବେଳେ ଉତ୍ତାଳ ଢେଉ କୂଳଆଡକୁ ମାଡିଆସି ସୁରକ୍ଷା ପଥର ବନ୍ଧରେ ମାଡ଼କରୁଛି l
ଭୋଗରାଇ ସୀମାନ୍ତ ଦୀଘା, ଶଙ୍କରପୁର, ତାଜପୁର, ମନ୍ଦାରମଣି ପର୍ଯ୍ୟଟନ ସ୍ଥଳୀରେ କଡା ସତର୍କତା ଜାରି କରାଯାଇଥିବା ସୂଚନା ମିଳିଛି। ସମସ୍ତ ସ୍ଥାନରେ ଏନଡିଆରଏଫ ଏବଂ ସିଭିଲ ଡିଫେନ୍ସ କର୍ମଚାରୀଙ୍କୁ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି। ସାଗରଦୀପ, ହୁଗୁଳି, ପେଟୁଆ ଓ ଦୀଘାରେ ୩ନମ୍ବର ସତର୍କ ସଂକେତ ଦିଆଯାଇଛି l ବାଲେଶ୍ୱର ଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ପାଇଁ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇ ଲୋକଙ୍କ ପ୍ରତି ସତର୍କ ରହିବାକୁ ଜିଲା ପ୍ରଶାସନ ନିର୍ଦ୍ଦେଶ ଦେଇଛନ୍ତି। ଗଭୀର ଲଘୁଚାପ ବାଲେଶ୍ୱର, ମୟୂରଭଞ୍ଜ ଜିଲା ଅତିକ୍ରମ କରି ଝାଡ଼ଖଣ୍ଡ ମାଳ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପାଣିପାଗ ବିଭାଗ ସୂଚନା ଦେଉଥିବା ବେଳେ ସୁବର୍ଣ୍ଣରେଖାରେ ବଡ ଧରଣର ବନ୍ୟା ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ ବୋଲି ସେଚ ବିଭାଗ କହିଛି। ଦୀଘା ଉପକୂଳରେ ଏକ ବଙ୍ଗୀୟ ମାଛଧରା ଟ୍ରଲର ଗଭୀର ସମୁଦ୍ରରେ ୧୪ଜଣ ମତ୍ସଜୀବୀ ଫସିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri